ବିଧାୟକଙ୍କ ଦରମା ଓ ପେନସନ ବୃଦ୍ଧିର ପୁନର୍ବିଚାର କରିବାକୁ ଦାବିକଲା ବିଜେଡି.

Spread the love

ଭୁବନେଶ୍ୱର: (ଜେଏମଜେ ନ୍ୟୁଜ ): ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ। ପୁନର୍ବିଚାର ପାଇଁ ନିବେଦନ କଲା ବିଜେଡି। ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି। ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଦେଇଛନ୍ତି ସୂଚନା। ବିଧାନସଭାରେ ବିଲକୁ ସମର୍ଥନ କରିଥିଲେ ବି ଜନଅସନ୍ତୋଷକୁ ଦେଖି ଏହାର ପୁନର୍ବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ।ବିଜୁ ଜନତା ଦଳର ସଭାପତିଙ୍କ ନିର୍ଦ୍ଦେଶରେ ନିଷ୍ପତ୍ତି ନିଆଯାଇଛି । ପ୍ରେସମିଟରେ ବିରୋଧୀ ଦଳ ମୁଖ୍ୟ ସଚେତକ, ଉପମୁଖ୍ୟ ସଚେତକ ଏନେଇ ସୂଚନା ଦେଇଛନ୍ତି । ଆମେ ସେ ସମୟରେ ସମର୍ଥନ କରିଥିଲୁ, ବିଲ୍ ପାରିତ ହୋଇଥଲା । ଜନ ଅସନ୍ତେଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରନ୍ତୁ ବୋଲି ବିଜେଡି ପକ୍ଷରୁ କୁହାଯାଇଛି । କହିରଖୁଛୁକି, ପୂର୍ବରୁ ବର୍ଦ୍ଧିତ ଦରମା ନେବାକୁ ମନା କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ ନବୀନ ।ସୂଚନାଯୋଗ୍ୟ, ଗତକାଲି ଦଳୀୟ କାର୍ଯ୍ୟାଳୟରେ ରାଜ୍ୟ ବିଜେପି ସଭାପତି ଓ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧାୟକମାନଙ୍କର ବୈଠକ ଡକାଯାଇଥିଲା। ସେଠାରେ ବିଧାୟକମାନେ ପୂର୍ବ ଲିଖିତ ସ୍ମାରକପତ୍ରକୁ ବିଧିବଦ୍ଧ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଥିଲେ। ତେବେ ଏ ସମ୍ପର୍କରେ ବିଧାୟକମାନେ ଗଣମାଧ୍ୟମରେ ଅଧିକ ବୟାନବାଜି ନକରିବା ପାଇଁ ତାଗିଦ କରାଯାଇଛି। ବର୍ଦ୍ଧିତ ଦରମା ନିଶ୍ଚିତ କମିବ ବୋଲି ସେମାନଙ୍କୁ ସ୍ପଷ୍ଟ ଭାବେ ଜଣାଇ ଦିଆଯାଇଛି।
ବୈଠକ ପରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଗଣମାଧ୍ୟମକୁ କହିଥିଲେ, ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା, ଭତ୍ତା ବୃଦ୍ଧି ପ୍ରସଙ୍ଗରେ ନିକଟରେ ଶେଷ ହୋଇଥିବା ବିଧାନସଭା ଅଧିବେଶନରେ ଏକ ବିଧେୟକ ଗୃହୀତ ହୋଇଥିଲା। ଆଜି ଏ ସମ୍ବନ୍ଧରେ ବିଧାୟକମାନଙ୍କର ଏକ ବୈଠକ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିଥିଲା। ଲୋକମତକୁ ସମ୍ମାନ ଜଣାଇ ବିଧାୟକମାନଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର କରିବାକୁ ବିଧାୟକମାନେ ଲିଖିତ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିଲେ।ଅପରପକ୍ଷରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଡିସେମ୍ବର ୧୩ରେ ଦରମା ଓ ଭତ୍ତା ବୃଦ୍ଧି ବାବଦକୁ ମିଳିବାକୁ ଥିବା ଅର୍ଥ ନେବେନି ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଥିଲେ। ଏହି ଅର୍ଥକୁ ଓଡ଼ିଶାବାସୀଙ୍କ କଲ୍ୟାଣ ପାଇଁ ଖର୍ଚ୍ଚ କରିବାକୁ ଅନୁରୋଧ କରିଥିଲେ।

ସମୀର ନାୟକଙ୍କ. ରିପୋର୍ଟ…

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 27 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ