ଜିଲ୍ଲାସ୍ତରୀୟ ବିଜ୍ଞାନ ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଅନୁଷ୍ଠିତ

Spread the love

କୋରାପୁଟ: (ଜେଏମଜେ ନ୍ୟୁଜ):
କୋରାପୁଟ ଜିଲ୍ଲାସ୍ତରୀୟ ବିଜ୍ଞାନ ଓ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି।ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ କାର୍ଯ୍ୟକ୍ରମରେ ବରିଷ୍ଠ ଓ କନିଷ୍ଠ ବିଭାଗରେ ମୋଟ ୫୨ ଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥିବା ବେଳେ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ରେ ୯୦ ଟି ପ୍ରକଳ୍ପ ଭାଗ ନେଇଥିଲେ।ଉଦଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ କରୁଣାକର ଭୁଏ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଦୁଇ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅର୍ପିତା ପ୍ରଧାନ, ଚମେଲି ମଜୁମଦାର,ମଣ୍ଡଳ ଶିକ୍ଷା ଅଧିକାରୀ ସମୁହ,ପ୍ରଧାନଶିକ୍ଷକ ସମୁହ ଏବଂ ଜିଲ୍ଲା ଶିକ୍ଷା ବିଜ୍ଞାନ ସଂଯୋଜକ ଚନ୍ଦ୍ରକଳା ବଗର୍ତ୍ତି ଯୋଗ ଦେଇଥିଲେ।ଉଦଯାପନୀ ଉତ୍ସବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଅର୍ପିତା ପ୍ରଧାନ,ସହାୟକ ପ୍ରାଧ୍ୟାପକ ଡ଼. ରଞ୍ଜନ କୁମାର ବାରିକ,ମଣ୍ଡଳ ଶିକ୍ଷା ଅଧିକାରୀ ଭବାନୀ ନନ୍ଦନ ପଟ୍ଟନାୟକ ଏବଂ ସ୍ୱପ୍ନେଶ୍ୱର ନାୟକ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରିଥିଲେ।ସାତୋଟି ଭିନ୍ନ ପ୍ରସଙ୍ଗରେ ଶ୍ରେଷ୍ଠ ବିବେଚିତ ସାତୋଟି ପ୍ରକଳ୍ପକୁ ରାଜ୍ୟସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀରେ ଭାଗ ନେବାକୁ ସୁଯୋଗ ମିଳିବି ବୋଲି ଜଣାପଡିଛି।ଏହି ପ୍ରଦର୍ଶନୀ କୁ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ,ସମଗ୍ର ଶିକ୍ଷା ଓ ରାଜ୍ୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ,ଓଡ଼ିଶା ସଂଯୁକ୍ତ ଭାବେ ପ୍ରାୟୋଜିତ କରିଛନ୍ତି। ଜିଲ୍ଲା ବିଜ୍ଞାନ ପରିଦର୍ଶକ ଅନନ୍ତ ଦଳପତି ବିବରଣୀ ଉପସ୍ଥାପନ କରିଥିବା ବେଳେ ପୂର୍ଣ୍ଣିମା ପତି ମଞ୍ଚ ପରିଚାଳନା ଏବଂ ପ୍ରଧାନଶିକ୍ଷକ ହିମାଂଶୁ ଶେଖର ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

ଦେବାଶ୍ରିତ ପଟ୍ଟନାୟକ ଙ୍କ ରିପୋର୍ଟ

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 27 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    • By jmjnewso
    • September 17, 2026
    • 31 views
    ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର

    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    • By jmjnewso
    • September 17, 2026
    • 24 views
    ଦାନା ବାନ୍ଧିଲାଣି ଲଘୁଚାପ :ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା

    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    • By jmjnewso
    • September 17, 2026
    • 19 views
    ପୁଣି 22 କୁ ଘୁଞ୍ଚିଲା DGP ମାମଲାର ସୁପ୍ରିମକୋର୍ଟରେ ଶୁଣାଣି

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 41 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 34 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍