ଧାନ କ୍ରୟ ପାଇଁ ବୈଠକ

Spread the love

ବେଗୁନିଆପଡା :(ଜେଏମଜେ ନ୍ୟୁଜ ): ଚାଷୀଙ୍କ ଠାରୁ ଧାନ କ୍ରୟ ପାଇଁ ସରକାର ପ୍ରସ୍ତୁତ ହେଉଥିବା ଆସନ୍ତା 23 ତାରିଖରେ ଗଞ୍ଜାମ ଜିଲ୍ଲାରେ ଧାନ କ୍ରୟ ଆରମ୍ଭ କରିବା ପାଇଁ ସରକାର ଘୋଷଣା କରିଛନ୍ତି । ସେଥିପାଇଁ ଶୁକ୍ରବାର ଦିନ ବେଗୁନିଆପଡା ବ୍ଲକ ସଭା ଗୃହରେ କୋଦଳା ତହସିଲଦାର ତଥା ଭାରପ୍ରାପ୍ତ ବିଡ଼ିଓ ସସ୍ମିତା ଶତପଥିଙ୍କ ତତ୍ୱାବଧାନ ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡା ବ୍ଲକର ପଞ୍ଜିକୃତ ସମସ୍ତ ଚାଷୀଙ୍କ ଧାନ କିପରି ସୁରୁଖୁରୁରେ କିଣାଯାଇପାରିବ। ମିଲର ଠିକ ସମୟରେ ଚାଷୀଙ୍କ ଧାନ ନେବା, ସମବାୟ ସମ୍ପାଦକ ଓ ମହିଳା ସଂଘ ମାନେ ସବୁ ଚାଷୀଙ୍କ ଧାନ କିପରି ପର୍ଯ୍ୟାୟ କ୍ରମେ ଉଠାଯିବ ସେଥିପ୍ରତି ସଚେତନ ରହିବା ନୋଡାଲ ଅଫିସର ଓ ସୁପରଭାଇଜର ମାନେ ପ୍ରତି ସମୟରେ ସତର୍କ ରହିବା ଆଦି ବିଷୟରେ ଆଲୋଚନା କରାଯାଇଥିଲା । ଏଥିରେ ସିଡିପିଓ ନୀଳିମା ଟପ୍ପୋ, ନୋଡାଲ ଅଫିସର, ସୁପର ଭାଇଜର, ସମବାୟ ସମ୍ପାଦକ, ମିଲର, ଏସ ଏଚ ଜି ମହିଳା ମାନେ ଉପସ୍ଥିତ ଥିଲେ ।
କୃଷ୍ଣ ଚନ୍ଦ୍ର ପଲାଇ ଙ୍କ ରିପୋର୍ଟ…

  • jmjnewso

    Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 43 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ