ଆସନ୍ତା ୨୬ରେ ରାଜ୍ୟବ୍ୟାପୀ ବିଜେଡି ପାଳିବ ୨୯ତମ ପ୍ରତିଷ୍ଠା ଦିବସ

Spread the love

ଭୁବନେଶ୍ୱର: (ଜେଏମଜେ ନ୍ୟୁଜ) : ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ରାଜ୍ୟର ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ପାଳିତ ହେବ । ଏହା ସହିତ ଦଳର ମୁଖ୍ୟାଳୟ “ଶଙ୍ଖ ଭବନ” ଠାରେ ମହାସମାରୋହରେ ପାଳନ କରାଯିବ ବୋଲି ଆଜି ଦଳ ପକ୍ଷରୁ ସୂଚନା ଦିଆଯାଇଛି । ଏଥିରେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ଆଜି ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ପୂର୍ବତନ ମନ୍ତ୍ରୀ ପ୍ରଦୀପ ଅମାତ, ପୂର୍ବତନ ମନ୍ତ୍ରୀ ତଥା ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମେୟର ସୁଲୋଚନା ଦାସ ଏହି ସୂଚନା ପ୍ରଦାନ କରିଥିଲେ ।

ଦେବୀ ପ୍ରସାଦ ମିଶ୍ର କହିଥିଲେ ଯେ, ଡିସେମ୍ବର ୨୬ ତାରିଖରେ ୨୯ ତମ ପ୍ରତିଷ୍ଠା ଦିବସ ପାଳନ ଓଡ଼ିଶା ଓ ଓଡ଼ିଶାବାସୀଙ୍କ ପାଇଁ ଆଗାମୀ ବର୍ଷର କାର୍ଯ୍ୟକ୍ରମ ପାଇଁ ପ୍ରତ୍ୟୟ ନେବା ମହତ୍ତ୍ୱପୂର୍ଣ୍ଣ । ବିଜୁ ଜନତା ଦଳର ମାନ୍ୟବର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ଡିସେମ୍ବର ୨୬ ତାରିଖ ବିଜେଡିର ୨୯ତମ ପ୍ରତିଷ୍ଠା ଦିବସ ଦଳ ପକ୍ଷରୁ ଭୁବନେଶ୍ୱର “ଶଙ୍ଖ ଭବନ”ଠାରେ ପାଳନ କରାଯିବ । ଏଥିରେ ମାନ୍ୟବର ସଭାପତି ନବୀନ ପଟ୍ଟନାୟକ ଯୋଗଦେବେ । ଏହାଛଡ଼ା ରାଜ୍ୟର ନିର୍ବାଚନମଣ୍ଡଳୀ ମାନଙ୍କରେ କ୍ଷେତ୍ରୀୟ ସ୍ତରରେ ମଧ୍ୟ ପାଳନ କରାଯିବ ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 20 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ