ଟାଟା ହଟାଅ ଦାବିରେ ୨୬ରେ କଂଗ୍ରେସର ଜନ ଜାଗରଣ ଆନ୍ଦୋଳନ

Spread the love

ଭୁବନେଶ୍ୱର : (ଜେଏମଜେ ନ୍ୟୁଜ ): ଆସନ୍ତା ୨୬ ତାରିଖରେ ଜନ ଜାଗରଣ ଆନ୍ଦୋଳନ କରିବ କଂଗ୍ରେସ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ବିଜେଡି ଗାନ୍ଧୀଙ୍କ ପଥରେ ଚାଲୁଛି । ଟାଟା ପାୱାରର ମନମାନି ବିରୋଧରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ଟାଟା ପାୱାରକୁ ଓଡ଼ିଶାରୁ ବିଦା କରିବା ପର୍ଯ୍ୟନ୍ତ କଂଗ୍ରେସ ଆନ୍ଦୋଳନ କରିବ ।ଟାଟା ପାୱାରର ଦମନ ନୀତି ଯୋଗୁଁ ଓଡ଼ିଶାର ସାଧାରଣ ଉପଭୋକ୍ତା ନିରନ୍ତର ଭାବେ ଶୋଷଣର ଶିକାର ହେଉଛନ୍ତି । ଅଯୁକ୍ତିସଂଗତ ବିଲ୍, ଅତିରିକ୍ତ ସୁରକ୍ଷା ବିମା ଦେୟ, ଓ ଜବରଦସ୍ତି ଆଦାୟ ନୀତି ଯୋଗୁଁ ଜନସାଧାରଣ ଆର୍ଥିକ ଚାପରେ ରହୁଛନ୍ତି ।

ଟାଟାର ଏହି ମାରଣ ନୀତି ବିରୋଧରେ ଆସନ୍ତା ୨୬ ଡିସେମ୍ବରରେ କଂଗ୍ରେସ ପକ୍ଷରୁ ପ୍ରତି ଜିଲ୍ଲା ଅଫିସରୁ ସାଧାରଣ ସଭା ହେବା ସହ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯିବ ।
ଏହା ପୂର୍ବରୁ ଟାଟା ପାୱାରର ଅତିରିକ୍ତ ସୁରକ୍ଷା ଜମା ନୋଟିସ୍ ପ୍ରତ୍ୟାହାର ଏବଂ ସ୍ମାର୍ଟ ମିଟର ବୋଝ ହଟେଇବା ଦାବିରେ ଭୁବନେଶ୍ବର ଟାଟା ପାୱାର କାର୍ଯ୍ୟାଳୟ ସାମ୍ନାରେ ପ୍ରତିବାଦ କରିଥିଲା ବିଜୁ ଜନତା ଦଳ । ଟାଟା ପାୱାର ନିଷ୍ପତ୍ତି ପ୍ରତ୍ୟାହାର ନକଲେ ଆଗାମୀ ଦିନରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ ବୋଲି ବିଜେଡି କହିଥିଲା।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 24 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ