“କଲ୍ଲୋଳ–୨୦୨୫” ଅନୁଷ୍ଠିତ

Spread the love


କରଞ୍ଜିଆ: ଜେଏମଜେ ନ୍ୟୁଜ: ( ଜିତେନ୍ଦ୍ରରାଜ): ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଷଷ୍ଠ ବାର୍ଷିକ ଉତ୍ସବ “କଲ୍ଲୋଳ–୨୦୨୫” ଅନୁଷ୍ଠିତ ହୋଇଯାଇଛି।
ବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷା ସୁଶ୍ରୀ ଗାୟତ୍ରୀ ଦେବଦତ୍ତ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ରେ ମୁଖ୍ୟଅତିଥି ରୂପେ କରଞ୍ଜିଆ ବିଡ଼ିଓ ପ୍ରଦ୍ୟୁମ୍ନ କୁମାର ନାୟକ, ସମ୍ମାନିତ ଅତିଥି ରୂପେ ଭାରପ୍ରାପ୍ତ ଗୋଷ୍ଠି ଶିକ୍ଷା ଅଧିକାରିଣୀ ତରୁ ନାଏକ, ମୁଖ୍ୟବକ୍ତା ଭାବେ କଦାଡିହା ଡିଗ୍ରୀ ମହାବିଦ୍ୟାଳୟ ଅଧକ୍ଷ୍ୟ ତଥା ସାହିତ୍ୟିକ ଡ଼ଃ ଭାଗବତ ଲେଙ୍କା ଯୋଗଦେଇଥିଲେ
ସ୍କୁଲର ଶିକ୍ଷୟିତ୍ରୀ ପାୟଲ ମଲ୍ଲିକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ
ସ୍କୁଲ ର ଛାତ୍ର ଛାତ୍ରୀ ଅତିଥି ଙ୍କ ଉଦେଶ୍ୟରେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ଛାତ୍ର ଛାତ୍ରୀ ଙ୍କୁ ଧର୍ଯ୍ୟ, ସହନଶୀଳତା, କଠିନ ପରିଶ୍ରମ ହିଁ ସଫଳତା ର ମାପକାଠି ସମସ୍ତେ ଭବିଷ୍ୟତ ରେ ଜଣେ ଜଣେ ସୁନାଗରିକ ହେବା ସହିତ ନିଜ ପିତାମାତା, ଶିକ୍ଷାନୁଷ୍ଠାନ ଓ ଅଞ୍ଚଳ ର ସୁନାମ ରଖିବାକୁ ପରାମର୍ଶ ଦେବାସହିତ ଶିକ୍ଷା, କ୍ରୀଡା, ନୃତ୍ୟ, ଗୀତ ଭଳି କ୍ଷେତ୍ରରେ ମଧ୍ଯ ନିଜ ରୁଚି ଅନୁସାରେ ଅଭ୍ୟାସ ଜାରିରଖିବାକୁ ପରାମର୍ଶ ଦେଇଥିଲେ
ଶିକ୍ଷକ ସଞ୍ଜିତ କୁମାର ସ୍ୱାଇଁ ବାର୍ଷିକ ବିବରଣୀ ପାଠ କରିଥିଲେ
ପରେ ଶିକ୍ଷକ ସଞ୍ଜିତ କୁମାର ସ୍ୱାଇଁ ଓ ଦେବାଶିଷ ଗିରି ଙ୍କ ସଂଯୋଜନା ରେ ଅତିଥିଗଣ ସ୍କୁଲ ର ବିଭିନ୍ନ ପ୍ରତିଯୋଗିତା ରେ କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରିଥିଲେ
ଶେଷରେ ଶିକ୍ଷୟତ୍ରୀ ତ୍ରିପୁରା ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ.
ସଭାକାର୍ଯ୍ୟ ପରେ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା..

  • jmjnewso

    Related Posts

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

    Spread the love

    Spread the loveପୁରୁଷୋତ୍ତମପୁର :ଜେଏମଜେ ନ୍ୟୁଜ : ବିଶ୍ବର ପ୍ରାଚୀନତମ ଭାଷା ସଂସ୍କୃତ ଭାଷା। ବେଦଠାରୂ ଆରମ୍ଭ କରି ପୁରାଣ ଓ ଉପନିଷଦ ଆଦି ସଂସ୍କୃତ ଭାଷାରେ ରଚିତ। ଯୁଗେ ଯୁଗେ ସଂସ୍କୃତ ଭାଷାର ମହତ୍ତ୍ଵ ରହିଆସିଛି।ପାଠ୍ୟ ବିଷୟ ବସ୍ତୁ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି