“କଲ୍ଲୋଳ–୨୦୨୫” ଅନୁଷ୍ଠିତ

Spread the love


କରଞ୍ଜିଆ: ଜେଏମଜେ ନ୍ୟୁଜ: ( ଜିତେନ୍ଦ୍ରରାଜ): ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ର ଷଷ୍ଠ ବାର୍ଷିକ ଉତ୍ସବ “କଲ୍ଲୋଳ–୨୦୨୫” ଅନୁଷ୍ଠିତ ହୋଇଯାଇଛି।
ବିଦ୍ୟାଳୟ ର ଭାରପ୍ରାପ୍ତ ଅଧ୍ୟକ୍ଷା ସୁଶ୍ରୀ ଗାୟତ୍ରୀ ଦେବଦତ୍ତ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ବାର୍ଷିକ ଉତ୍ସବ ରେ ମୁଖ୍ୟଅତିଥି ରୂପେ କରଞ୍ଜିଆ ବିଡ଼ିଓ ପ୍ରଦ୍ୟୁମ୍ନ କୁମାର ନାୟକ, ସମ୍ମାନିତ ଅତିଥି ରୂପେ ଭାରପ୍ରାପ୍ତ ଗୋଷ୍ଠି ଶିକ୍ଷା ଅଧିକାରିଣୀ ତରୁ ନାଏକ, ମୁଖ୍ୟବକ୍ତା ଭାବେ କଦାଡିହା ଡିଗ୍ରୀ ମହାବିଦ୍ୟାଳୟ ଅଧକ୍ଷ୍ୟ ତଥା ସାହିତ୍ୟିକ ଡ଼ଃ ଭାଗବତ ଲେଙ୍କା ଯୋଗଦେଇଥିଲେ
ସ୍କୁଲର ଶିକ୍ଷୟିତ୍ରୀ ପାୟଲ ମଲ୍ଲିକ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ
ସ୍କୁଲ ର ଛାତ୍ର ଛାତ୍ରୀ ଅତିଥି ଙ୍କ ଉଦେଶ୍ୟରେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ଛାତ୍ର ଛାତ୍ରୀ ଙ୍କୁ ଧର୍ଯ୍ୟ, ସହନଶୀଳତା, କଠିନ ପରିଶ୍ରମ ହିଁ ସଫଳତା ର ମାପକାଠି ସମସ୍ତେ ଭବିଷ୍ୟତ ରେ ଜଣେ ଜଣେ ସୁନାଗରିକ ହେବା ସହିତ ନିଜ ପିତାମାତା, ଶିକ୍ଷାନୁଷ୍ଠାନ ଓ ଅଞ୍ଚଳ ର ସୁନାମ ରଖିବାକୁ ପରାମର୍ଶ ଦେବାସହିତ ଶିକ୍ଷା, କ୍ରୀଡା, ନୃତ୍ୟ, ଗୀତ ଭଳି କ୍ଷେତ୍ରରେ ମଧ୍ଯ ନିଜ ରୁଚି ଅନୁସାରେ ଅଭ୍ୟାସ ଜାରିରଖିବାକୁ ପରାମର୍ଶ ଦେଇଥିଲେ
ଶିକ୍ଷକ ସଞ୍ଜିତ କୁମାର ସ୍ୱାଇଁ ବାର୍ଷିକ ବିବରଣୀ ପାଠ କରିଥିଲେ
ପରେ ଶିକ୍ଷକ ସଞ୍ଜିତ କୁମାର ସ୍ୱାଇଁ ଓ ଦେବାଶିଷ ଗିରି ଙ୍କ ସଂଯୋଜନା ରେ ଅତିଥିଗଣ ସ୍କୁଲ ର ବିଭିନ୍ନ ପ୍ରତିଯୋଗିତା ରେ କୃତି ଛାତ୍ର ଛାତ୍ରୀ ଙ୍କୁ ପୁରସ୍କାର ବିତରଣ କରିଥିଲେ
ଶେଷରେ ଶିକ୍ଷୟତ୍ରୀ ତ୍ରିପୁରା ମହାନ୍ତ ଧନ୍ୟବାଦ ଅର୍ପଣ କରିଥିଲେ.
ସଭାକାର୍ଯ୍ୟ ପରେ ସ୍କୁଲ ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା..

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ