ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କଚିଠି

Spread the love

ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ )କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି) ର ତୁରନ୍ତ ପୁନର୍ଗଠନ ପାଇଁ ଅନୁରୋଧ କରିଛନ୍ତି । ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ ଦିଗରେ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ହେବ ବୋଲି ସେ ଏହି ପତ୍ରରେ ଉଲ୍ଲେଖ କରିଛନ୍ତି ।ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗଙ୍କ କାର୍ଯ୍ୟକାଳ ଗତ ୩ ଜାନୁଆରୀ ୨୦୨୪ରେ ଶେଷ ହୋଇସାରିଛି । ନୂତନ ସଦସ୍ୟ ନିଯୁକ୍ତ ହୋଇନଥିବାରୁ ଏହା ବର୍ତ୍ତମାନ କାର୍ଯ୍ୟକ୍ଷମ ନାହିଁ । ଓଡ଼ିଶା ରାଜ୍ୟର ଜନସଂଖ୍ୟାର ଏକ ପ୍ରମୁଖ ଅଂଶ ଭାବେ ପ୍ରାୟ ୨୧୬ଟି ସାମାଜିକ ଏବଂ ଶିକ୍ଷାଗତ ପଛୁଆ ବର୍ଗ ସମୁଦାୟ ଓଡ଼ିଶାରେ ବସବାସ କରୁଛନ୍ତି । ଆୟୋଗ କାର୍ଯ୍ୟକ୍ଷମ ନଥିବାରୁ ଏହି ବର୍ଗର ଲୋକମାନେ ଶିକ୍ଷା, ନିଯୁକ୍ତି ଏବଂ କଲ୍ୟାଣକାରୀ ଯୋଜନାରୁ ସୁଫଳ ପାଇବାରେ ବହୁବିଧ ଆହ୍ୱାନର ସମ୍ମୁଖୀନ ହେଉଛନ୍ତି । ନିଜର ସମସ୍ୟା ଉପସ୍ଥାପନ କରିବା ପାଇଁ ସେମାନେ ଏକ ସାମ୍ୱିଧାନିକ ମଞ୍ଚରୁ ବଞ୍ଚିତ ହେଉଛନ୍ତି ।ନୂତନ ଜାତିକୁ ଏସ୍ଇବିସି ତାଲିକାରେ ଅନ୍ତର୍ଭୁକ୍ତ କରିବା, ଅଭିଯୋଗର ସମାଧାନ କରିବା ଏବଂ ପଛୁଆ ବର୍ଗଙ୍କ ପାଇଁ ସରକାରଙ୍କୁ ନୀତିଗତ ପରାମର୍ଶ ଦେବାରେ ଓଏସ୍ସିବିସିଙ୍କ ମୁଖ୍ୟ ଭୂମିକା ରହିଛି । ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ ଅଧିନିୟମ, ୨୦୨୦ ଅନୁଯାୟୀ, ଏହି କମିଶନଙ୍କୁ ପଛୁଆ ବର୍ଗଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ଉପରେ ସର୍ଭେ କରିବାର ଦାୟିତ୍ୱ ମଧ୍ୟ ଦିଆଯାଇଛି । ତେଣୁ ରାଜ୍ୟରେ ସାମାଜିକ ନ୍ୟାୟର ପ୍ରତିଷ୍ଠା ଏବଂ ପଛୁଆ ବର୍ଗଙ୍କ ଆଶା ଆକାଂକ୍ଷାକୁ ପୂରଣ କରିବା ପାଇଁ କମିଶନର ଶୀଘ୍ର ପୁନର୍ଗଠନ ଏକାନ୍ତ ଆବଶ୍ୟକ । ରାଜ୍ୟର ପଛୁଆ ବର୍ଗର ହିତକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଥିରେ ବ୍ୟକ୍ତିଗତ ଭାବେ ହସ୍ତକ୍ଷେପ କରି ଆୟୋଗର ପୁନର୍ଗଠନ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ