ଭୁବନେଶ୍ୱର /ପୁରୀ:ଜେଏମଜେ ନ୍ୟୁଜ: (ସମୀର ରଞ୍ଜନ ନାୟକ )ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହିତ ସାନିଧ୍ୟ ଲାଭ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ମୁଖ୍ୟ ନିର୍ବାଚନ କମିଶନର ଶନିବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ଶ୍ରୀମନ୍ଦିର ସିଂହଦ୍ଵାର ଠାରେ ମୁଖ୍ୟ ନିର୍ବାଚନ କମିଶନ ଓ ତାଙ୍କ ପତ୍ନୀ ପହଞ୍ଚିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ, ପୁରୀ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ା, ଏସ୍ପି ପ୍ରତୀକ ସିଂଙ୍କ ସହିତ ପରିଚାଳନା କମିଟିର ସେବାୟତ ମାନେ ତାଙ୍କୁ ସ୍ବାଗତ କରିବା ସହ ଶ୍ରୀମନ୍ଦିରକୁ ପାଛୋଟି ନେଇଥିଲେ ।ଥିଲେ। ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ସେ କୋଣାର୍କ ମଧ୍ୟ ଗସ୍ତ କରିବେ ।ସେହିପରି ୨୮ତାରିଖର ରଘୁରାଜପୁର, ଧଉଳି ଶାନ୍ତିସ୍ତୂପ, ଖଣ୍ଡଗିରି, ଉଦୟଗିରି ଏବଂ ମୁକ୍ତେଶ୍ୱର ମନ୍ଦିର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ୨୯ତାରିଖ ଅପରାହ୍ଣ ୩ଟାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଡିଟୋରିୟମରେ ବୁଥ୍ସ୍ତରୀୟ ଅଧିକାରୀଙ୍କ ସହ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ଅଧ୍ୟକ୍ଷତା କରି ସେମାନଙ୍କୁ ସମ୍ବୋଧନ କରିବେ। ସେହିଦିନ ରାତିରେ ଭୁବନେଶ୍ୱରରୁ ପ୍ରତ୍ୟାବର୍ତ୍ତନ କରିବା ନେଇ ସୂଚନା ରହିଛି।







