କରଚୁଲିରେ “ଘୁମୁସର ର ସ୍ବର” ପକ୍ଷରୁ ୧୫୭ତମ ସାହିତ୍ୟ ଆଲୋଚନା

Spread the love

ବୁଗୁଡ଼ା: ଜେଏମଜେ ନ୍ୟୁଜ ( ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବ୍ଳକ୍ ଅନ୍ତର୍ଗତ କରଚୁଲି ବ୍ୟାଘ୍ରାମ୍ବରୀ ମଠ ପରିସରରେ ଓଡ଼ିଆ ଭାଷା ,ସାହିତ୍ୟ, କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ “ଘୁମୁସର ର ସ୍ବର” ପକ୍ଷରୁ ୧୫୭ତମ ପୂର୍ଣ୍ଣିମା ସାହିତ୍ୟ ଆଲୋଚନା କାର୍ଯ୍ୟକ୍ରମରେ ବୀର ଚକରା ବିଷୋୟୀଙ୍କ ବୀରତ୍ବ କାହାଣୀ ସ୍ଥାନ ପାଇଥିଲା। ଏହି କାର୍ଯ୍ୟକ୍ରମରେ ପ୍ରତିଷ୍ଠାନର ସଭାପତି ତଥା ଅବସରପ୍ରାପ୍ତ ପ୍ରିନ୍ସପାଲ ଡକ୍ଟର ବି. ପ୍ରକାଶ ଚନ୍ଦ୍ର ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ବ୍ୟାଘ୍ରାମ୍ବରୀ ମଠ ମହନ୍ତ ମହାରାଜ ସତ୍ୟାନନ୍ଦ ଗିରୀ, ବିଶିଷ୍ଟ ଅତିଥି ଭାବେ ଗହଙ୍ଗୁ ମଠ ମହନ୍ତ ରାଘବାନନ୍ଦ ଦାସ ମହାରାଜ ଓ ସମ୍ମାନିତ ଅତିଥି ଭାବେ ଜି. ରାଜେଶ୍ବର ପାତ୍ର, ଡକ୍ଟର ବ୍ରଜ କିଶୋର ପାଢ଼ୀ, ଡକ୍ଟର ସୂର୍ଯ୍ୟ ନାରାୟଣ ପଣ୍ଡା, ଅଧ୍ୟାପକ ଦେବାଶିଷ ସ୍ବାଇଁ, ଅଧ୍ୟାପକ ପଞ୍ଚାନନ ପଲାଇ, କବି କୃଷ୍ଣଚନ୍ଦ୍ର ଡାକୁଆ, ସମାଜସେବୀ ପୁର୍ଣ୍ଣ ଚନ୍ଦ୍ର ପଟ୍ଟନାୟକ, ଖଲି ପରିଡା, କୈଳାସ ଚନ୍ଦ୍ର ପ୍ରଧାନ, କେ. ରାଘବ ପାତ୍ର, ଶ୍ରୀଧର ମିଶ୍ର ଓ ବସନ୍ତ କୁମାର ବିଷୋୟୀ ଯୋଗଦେଇ ଘୁମୁସରର ବିପ୍ଳବୀ ବୀର ଚକରା ବିଷୋୟୀଙ୍କ ବୀରତ୍ୱର କାହାଣୀ ଆଲୋଚନା କରିବା ସହ ଚକରା ବିଷୋୟୀଙ୍କ କାହାଣୀ ଉତ୍ତର ପିଢ଼ି ପାଇଁ ଆଦର୍ଶ ହେବା ଆବଶ୍ୟକ ବୋଲି ମତବ୍ୟକ୍ତ କରିଥିଲେ। ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ବରିଷ୍ଠ ସହାୟକ ତଥା ସାରସ୍ୱତ ପ୍ରେମୀ ଡକ୍ଟର ସୂର୍ଯ୍ୟ ନାରାୟଣ ପଣ୍ଡାଙ୍କୁ “ଘୁମୁସର ର ସ୍ବର” ସମ୍ମାନରେ ସମ୍ବର୍ଦ୍ଧିତ କରା ଯାଇଥିଲା। ଏହି ଅବସରରେ ବ୍ୟାଘ୍ରାମ୍ବରୀ ମଠ ପକ୍ଷରୁ ମାନସ ପାରାୟଣ ଉପଲକ୍ଷେ ମାନପତ୍ର ପ୍ରଦାନ କରି କବି ଓ ଲେଖକ ମାନଙ୍କୁ ସମ୍ମାନିତ କରାଯାଇ ଥିଲା। ଶେଷରେ ଖଲି ପରିଡା ଉପସଂହାର ବକ୍ତବ୍ଯ ପ୍ରଦାନ କରିଥିଲେ।

  • jmjnewso

    Related Posts

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    Spread the love

    Spread the love କୋଦଳା : ଜେଏମଜେ ନ୍ୟୁଜ (ଭଗବାନ ପାଢ଼ୀ ): ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ ଟଙ୍କା.. ତାହା ପୁଣି ସରକାରୀ ଟଙ୍କା।ବିଜେପି ରଙ୍ଗ, ବିଜେପି ଚିହ୍ନ, ଲଗାଇ ନେତା ମନ୍ତ୍ରୀ ଙ୍କୁ ଖୁସି…

    ଆଜି ଶ୍ରୀଜିଉଙ୍କ ଅଧର ପଣା ଭୋଗ ଲାଗି ନୀତି

    Spread the love

    Spread the loveପୁରୀ :ଜେଏମଜେ ନ୍ୟୁଜ : ଆଜି ଦ୍ୱାଦଶୀ ତିଥିରେ ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଲାଗିବ । ଶ୍ରୀମନ୍ଦିର ପ୍ରଶାସନ ଅନୁସାରେ ଅଧର ନୀତି ସମୟ ରାତି ୮ଟା ରହିଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧର ଉଚ୍ଚା ତୁମ୍ୱାକୃତି…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…