ମଧ୍ୟପ୍ରାଚ୍ୟ ଯୁଦ୍ଧ ନେଇ ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ।

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ ମଧ୍ୟପ୍ରାଚ୍ୟ ଯୁଦ୍ଧ ନେଇ ଜରୁରୀ ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ। ସନ୍ଧ୍ୟାରେ ଲୋକସେବା ଭବନରେ ବସିବ ବୈଠକ। ଭିସିରେ ଯୋଡ଼ି ହେବେ ରାଜ୍ୟର ସମସ୍ତ ଜିଲ୍ଲାପାଳ। ଶକ୍ତି ସଙ୍କଟ ମୁକାବିଲା ନେଇ ହେବ ଗୁରୁତ୍ଵପୂର୍ଣ୍ଣ ଆଲୋଚନା। ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଦେଶରେ ଶକ୍ତି ସଙ୍କଟ ସୃଷ୍ଟି ହୋଇଛି। ଗ୍ୟାସ୍ ଓ ପେଟ୍ରୋଲ, ଡିଜେଲ ଯୋଗାଣ ବାଧାପ୍ରାପ୍ତ ହୋଇଛି।ଯାହାର ମୁକାବିଲା ଲାଗି କେନ୍ଦ୍ର ସରକାର ରାଜ୍ୟ ଗୁଡ଼ିକୁ ସତର୍କ କରିଛନ୍ତି। ଟିମ୍ ଇଣ୍ଡିଆ ହୋଇ କାମ କରିବାକୁ ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଆହ୍ବାନ ଦେଇଛନ୍ତି। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରିଥିଲେ। ତାପରେ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇ ରାଜ୍ୟକୁ ନେଇ ଥିବା ବିଭିନ୍ନ ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟ ସହ ଯୋଗାଯୋଗ କରି ଫେରିଛନ୍ତି।

ଦିଲ୍ଲୀରୁ ଫେରିବା କ୍ଷଣି ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ରାଜ୍ୟର ପ୍ରସ୍ତୁତି ସମ୍ବନ୍ଧରେ ଏକ ବଡ଼ ବୈଠକ ଡାକିଛନ୍ତି । ଏହି ବୈଠକରେ ବିଭିନ୍ନ ବିଭାଗର ମୁଖ୍ୟଙ୍କ ସହ ଜିଲ୍ଲାପାଳମାନେ ଉପସ୍ଥିତ ରହିବେ। ଜିଲ୍ଲା ଗୁଡ଼ିକର କ’ଣ ସବୁ ସ୍ଥିତି ରହିଛି ସେ ବାବଦରେ ଅବଗତ କରିବେ। ଏହା ସହ ରାଜ୍ୟରେ ମହଜୁଦ୍ ଥିବା ବିଭିନ୍ନ ସାମଗ୍ରୀ କେଉଁଭଳି ଲୋକଙ୍କ ନିକଟକୁ ସୁରୁଖୁରୁରେ ପହଞ୍ଚିବ, କଳାବଜାରୀ ସମସ୍ୟା ଉପୁଜିବ ନାହିଁ ସେଦିଗରେ ବିସ୍ତୃତ ଭାବରେ ଆଲୋଚନା ହେବ। ବିଶେଷ କରି ତୈଳ ସାମଗ୍ରୀକୁ ନେଇ ଉପୁଜିଥିବା ସମସ୍ୟାକୁ କେମିତି ମୁକାବିଲା କରି ହେବ ସେଥିପାଇଁ ରୋଡ ମ୍ୟାପ ପ୍ରସ୍ତୁତ ହେବ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026