ଶ୍ରୀ ହନୁମାନ ସ୍ୱେଚ୍ଛାସେବୀ ଯୁବକ ସଙ୍ଘ ତରଫରୁ ୧୯ ତମ ମହା ବିଷୁବ ପଣା ସଂକ୍ରାନ୍ତି

Spread the love

ଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଭଞ୍ଜନଗର ସହର ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି ତଥା ଓଡ଼ିଆ ନୂତନ ବର୍ଷ ମହାସମାରୋହରେ ପାଳିତ ହୋଇଯାଇଛି।ଭଞ୍ଜନଗର ସହର ରଘୁନାଥ ମନ୍ଦିର ପରିସରରେ ଏବଂ ଜେଲ ପଡିଆ ନିକଟରେ ଥିବା ହନୁମାନ ମନ୍ଦିର ଠାରେ ସକାଳୁ ସକାଳୁ ରୀତିନୀତି ଅନୁଯାୟୀ ପୂଜାପାଠ, ହୋମଯଜ୍ଞ ୧୦୮ ହନୁମାନ ଚାଳିସା ପାଠ କରିବା ସହ ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କ ଦ୍ୱାରା ହନୁମାନ ଚାଳିସା ବହି ବଣ୍ଟନ କରାଯାଇଥିଲା। ବିଭିନ୍ନ ମନ୍ଦିର ପରିଚାଳନା କମିଟି, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ବିଭିନ୍ନ ବ୍ୟକ୍ତି ବିଶେଷ ଙ୍କ ତରଫରୁ ପଣା ଭୋଗ ଲାଗି କରିବା ପରେ ଲୋକଙ୍କୁ ବଣ୍ଟନ କରିଥିଲେ ଓ ମଧ୍ୟାହ୍ନ ରେ ଅର୍ଣ୍ଣ ବଣ୍ଟନ କରିଥିଲେ । ସେହିପରି ଭଞ୍ଜନଗର ସହର ରେ ଥିବା ସମସ୍ତ ହନୁମାନ ମନ୍ଦିର ବ୍ୟତୀତ ଶିବମନ୍ଦିର, ଜଗନ୍ନାଥ ମନ୍ଦିର,ଜିଲୁଣ୍ଡି ହନୁମାନ ମନ୍ଦିର, ସାଇ ମନ୍ଦିର ସମେତ ସମସ୍ତ ଦେବାଦେବୀ ପୀଠରେ ସ୍ବତନ୍ତ ଉତ୍ସବ ସାଙ୍ଗକୁ ରୀତିନୀତି ଅନୁଯାୟୀ ପୂଜା ପାଠ କରାଯାଇଛି। ଭକ୍ତ ମାନେ ସମସ୍ତ ଦେବାଦେବୀ ଦର୍ଶନ କରିଥିଲେ । ଏହି ଅବସରରେ ସମସ୍ତ ଦାଣ୍ଡ ଅଗଣାରେ ଓଡ଼ିଆ ନବବର୍ଷ କୁ ସ୍ୱାଗତ କରିଥିଲେ। ଆଜି ସକାଳେ ଓ ସନ୍ଧ୍ୟାରେ ବିଭିନ୍ନ ମନ୍ଦିର ରେ ଭକ୍ତଙ୍କ ଗହଳ ଚହଳ ଲାଗି ରହିଥିଲା l
ଆମ ପରମ୍ପରା ଆମ ସଂସ୍କୃତି ସମଗ୍ର ଭାରତ ରେ ସ୍ୱତନ୍ତ୍ର।ଏଠାରେ ବର୍ଷ ତମାମ ବିଭିନ୍ନ ପର୍ବ ପର୍ବାଣୀ, ପୂଜା ବିଧି, ଜାଗଜଜ୍ଞ ଅନୁଷ୍ଠିତ ହୋଇଥାଏ ଏବଂ ଏଥିରେ ରହିଛି ବିଶ୍ୱାସ।ତେଣୁ ବିଶ୍ଵାସ ଅସ୍ଥା କୁ ନେଇ ଆମେ ସବୁବେଳେ ଗର୍ଵ କରୁ ଯେ ଆମେ ହିନ୍ଦୁ।ଏହି ହିନ୍ଦୁ ଧର୍ମର ଭିନ୍ନ ଏକ ଧାର୍ମିକ ପର୍ବ ହେଉଛି ମହା ବିଷୁବ ପଣା ସଂକ୍ରାନ୍ତି।ଏହି ଦିନରେ ମହାବୀର ହନୁମାନ ଜୟନ୍ତୀ ମଧ୍ୟ ପାଳିତ ହୋଇଥାଏ।ଏହି ପରିପ୍ରେକ୍ଷୀରେ ଭଞ୍ଜନଗର ସହର ରଘୁନାଥ ମନ୍ଦିର ରେ ଥିବା ଜୟ ଶ୍ରୀ ହନୁମାନ ସ୍ୱେଚ୍ଛାସେବୀ ଯୁବକ ସଙ୍ଘ ତରଫରୁ ସବୁ ବର୍ଷ ପରି ୧୯ ତମ ମହା ବିଷୁବ ପଣା ସଂକ୍ରାନ୍ତି ,ହନୁମାନ ଜୟନ୍ତୀ ପର୍ବ କୁ ହର୍ଷଉଲ୍ଲାସ ତଥା ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳନ କରିଛନ୍ତି।ସୂଚନାଯୋଗ୍ୟ ଏହି ପୂଣ୍ୟ ଦିନରେ ଭକ୍ତଙ୍କ ପାଇଁ ପଣା ବଣ୍ଟନ, ଭଜନ କୀର୍ତ୍ତନ, ସହ ଅନ୍ନ ପ୍ରସାଦ ବ୍ୟବସ୍ଥା କରାଯାଇଥିଲା ଏବଂ ଆସନ୍ତା କାଲି ସନ୍ଧ୍ୟାରେ ଶୋଭା ଯାତ୍ରା ବାହାରି ସହର ପରିକ୍ରମା କରିବା କାର୍ଯ୍ୟକ୍ରମ ରହିଛି।
ଭଞ୍ଜନଗର ରୁ ପୁରୁଷୋତ୍ତମ ମହାପାତ୍ରଙ୍କ ରିପୋର୍ଟ

  • jmjnewso

    Related Posts

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ଗୋପାଳପୁର ଆହାର କେନ୍ଦ୍ର ବହୁ ବାଦ ବିବାଦ ପରେ ଚଳିତ ମାସ ୧ ତାରିଖରେ ମା ମଙ୍ଗଳା ମହିଳା ସଂଘକୁ ସ୍ଥାନୀୟ ଏନ ଏ ସି ପକ୍ଷରୁ ହସ୍ତାନ୍ତର କରାଯାଇଥିଲା…

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    Leave a Reply

    Your email address will not be published. Required fields are marked *

    You Missed

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 41 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 40 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 43 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 74 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 51 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 48 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ