ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

Spread the love

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ ରଣନୈତିକ ପରାମର୍ଶଦାତା ସଂସ୍ଥା ଭାବେ କାର୍ଯ୍ୟ କରିବ । ସମୃଦ୍ଧ ଓଡ଼ିଶା ୨୦୩୬ ଏବଂ ବିକଶିତ ଭାରତ ୨୦୪୭ର ଲକ୍ଷ୍ୟ ହାସଲ ଦିଗରେ ଏହା ରାଜ୍ୟ ସରକାରଙ୍କ ମାର୍ଗଦର୍ଶନ କରିବ । ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଏହି ସମ୍ପର୍କିତ ଏକ ସଂକଳ୍ପ ପ୍ରକାଶ ପାଇଛି ।SITI-ଓଡିଶାର ଏକ ଗଭର୍ଣ୍ଣିଙ୍ଗ କାଉନସିଲ୍ ରହିବ । ମୁଖ୍ୟମନ୍ତ୍ରୀ ଏହାର ଅଧ୍ୟକ୍ଷ ରହିବେ। ଏଥିସହ ଜଣେ ଉପାଧ୍ୟକ୍ଷ, ଚାରିଜଣ ପୂର୍ଣ୍ଣ କାଳୀନ ସଦସ୍ୟ, ନଅଜଣ ଏକ୍ସ-ଅଫିସିଓ ସଦସ୍ୟ ଏବଂ ଦୁଇଜଣ ସ୍ପେଶାଲ ଇନ୍‌ଭାଇଟି ରହିବେ । ଏହି ପରିଷଦ ବର୍ଷକୁ ଅତିକମରେ ଥରେ ବୈଠକ କରିବେ । ସିଟି ଓଡିଶାର ଉପାଧ୍ୟକ୍ଷ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଯୁକ୍ତ ହେବେ ଏବଂ ତାଙ୍କୁ କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା ମିଳିବ ।ବିଭିନ୍ନ କ୍ଷେତ୍ରର ଚାରିଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀ ପୂର୍ଣ୍ଣକାଳୀନ ସଦସ୍ୟ ଭାବେ ନିଯୁକ୍ତ କରିବେ । ସେମାନେ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପାଇବେ । ଉନ୍ନୟନ କମିଶନର-ତଥା-ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏହାର ସଦସ୍ୟ ସଚିବ ଦାୟିତ୍ୱ ତୁଲାଇବେ । ମୁଖ୍ୟମନ୍ତ୍ରୀ ଜଣେ ଚିଫ ଏକ୍‌ଜିକ୍ୟୁଟିଭ୍ ଅଫିସର ବା ସିଇଓ ନିଯୁକ୍ତ କରିବେ । ସିଇଓ IAS କ୍ୟାଡରରେ ଜଣେ ପ୍ରମୁଖ ସଚିବ କିମ୍ବା କମିଶନର-ତଥା-ସଚିବ ପାହ୍ୟାର ହୋଇଥିବେ।

ଏଥିସହିତ, ସମ୍ପୃକ୍ତ ବିଷୟବସ୍ତୁ ଉପରେ ଜ୍ଞାନ ଓ ଅଭିଜ୍ଞତା ଥିବା ଜଣେ ପ୍ରୋଗ୍ରାମ ଡାଇରେକ୍ଟର, ଏକ ବହୁମୁଖୀ ପ୍ରୋଜେକ୍ଟ ଇମ୍ପ୍ଲିମେଣ୍ଟେସନ ୟୁନିଟ୍ (PIU) ଏବଂ ଦୈନନ୍ଦିନ କାର୍ଯ୍ୟ ପାଇଁ ଏକ ପ୍ରଶାସନିକ ୟୁନିଟ୍ ରହିବ।SITI ଓଡିଶା ଅଧୀନରେ ଷ୍ଟେଟ ମନିଟରିଂ ଆଣ୍ଡ ଇଭାଲ୍ୟୁଏସନ ଅଫିସ ମଧ୍ୟ ରହିବ । ଏହା evidence-driven governance ପାଇଁ ଏକ ନୋଡାଲ୍ ସଂସ୍ଥା ଭାବେ କାର୍ଯ୍ୟ କରିବ । SITI ଓଡିଶା ସମ୍ପୂର୍ଣ୍ଣ ଭାବେ ଯୋଜନା ଓ ସଂଯୋଜନ ବିଭାଗର ପ୍ରଶାସନିକ ନିୟନ୍ତ୍ରଣରେ କାର୍ଯ୍ୟ କରିବ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ