ଆସୁଛି ଦୁଇଟି ଲଘୁଚାପ :ସକ୍ରିୟ ହେବ ମୌସୁମି

Spread the love

ଭୁବନେଶ୍ବର : ଜେଏମଜେ ନ୍ୟୁଜ : ଦକ୍ଷିଣ-ପଶ୍ଚିମ ମୌସୁମି ବାୟୁ ନିଷ୍କ୍ରିୟ ରହିବା ହେତୁ ଅନେକ ସ୍ଥାନକୁ ଅଗ୍ରସର ହୋଇପାରିନି। କିନ୍ତୁ ଧୀରେ ଧୀରେ ମୌସୁମି ସକ୍ରିୟ ହେବାରେ ଲାଗିଛି। ଜୁନ୍ ଶେଷ ସପ୍ତାହ‌ ବେଳକୁ ଉତ୍ତର ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବାବେଳେ ଜୁଲାଇ ପ୍ରଥମ ସପ୍ତାହ‌େ‌ର ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

ଆଗପଛ ହୋଇ ଦୁଇଟି ଲଘୁଚାପ ବଙ୍ଗୋପସାଗରରେ ଆସୁଥିବାରୁ ରାଜ୍ୟରେ ମୌସୁମି ଆହୁରି ସକ୍ରିୟ ହେବ ଏବଂ ବର୍ଷା ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିବ। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁଯାୟୀ, ଆସନ୍ତା ୨୩ ତାରିଖ
ବେଳକୁ ଓଡ଼ିଶାର ଆଉ କିଛି ଅଞ୍ଚଳରେ ମୌସୁମି ପ୍ରବେଶ କରିବା ନିମନ୍ତେ ପାଗ ଅନୁକୂଳ ରହିଛି। ରବିବାର ସୁବର୍ଣ୍ଣପୁର, ବରଗଡ, ବଲାଙ୍ଗିର, ଝାରସୁଗୁଡା, କେନ୍ଦୁଝର, ସମ୍ବଲପୁର ଏବଂ ହୀରାକୁଦ ଆଦି ଅଞ୍ଚଳରେ ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସେହିପରି ଦକ୍ଷିଣ, ଉପକୂଳ, ପଶ୍ଚିମ ଏବଂ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ ବିଶେଷଜ୍ଞ ବିଶ୍ବଜିତ ସାହୁ କହିଛନ୍ତି, ଜୁନ୍ ୨୪ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବ ଦକ୍ଷିଣ ଓଡ଼ିଶାରେ ଅଧିକ ରହିପାରେ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 14 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ