ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

Spread the love

ଭୁବନେଶ୍ଵର: ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଘଟଣା। କଂଗ୍ରେସ ଓ ବିଜେଡିର ଅଯୋଗ୍ୟତା ଆବେଦନ ଖାରଜ କଲେ ବାଚସ୍ପତି ସୁରମା ପାଢ଼ୀ। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ରାଜ୍ୟସଭା ନିର୍ବାଚନ ସମୟରେ ବିଜେଡି ୮ ବିଧାୟକଙ୍କ ବିରୋଧରେ କ୍ରସ୍ ଭୋଟିଂ ଅଭିଯୋଗ ଆଣିଥିଲା। ସେହିପରି କଂଗ୍ରେସ ମଧ୍ୟ ୩ ବିଧାୟକଙ୍କ ବିରୋଧରେ ଅଭିଯୋଗ ଆଣିଥିଲା।ସୂଚନା ଥାଉକି, ଚଳିତ ବର୍ଷ ମାର୍ଚ୍ଚ ମାସରେ ହୋଇଥିବା ରାଜ୍ୟସଭା ନିର୍ବାଚନରେ ବିଜେଡିର ୮ ବିଧାୟକ ସୌଭିକ୍ ବିଶ୍ଵାଳ, ଦେବୀ ରଞ୍ଜନ ତ୍ରିପାଠୀ, ଚନ୍ଦ୍ରମଣି କହଁର, ସୁବାଷିନୀ ଜେନା, ନବ କିଶୋର ମଲ୍ଲିକ, ରମାକାନ୍ତ ଭୋଇ, ସନାତନ ମହାକୁଡ଼ ଏବଂ ଅରବିନ୍ଦ ମହାପାତ୍ର କ୍ରସ୍ ଭୋଟିଂ କରିଥିଲେ। ଏହି ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ବାଚସ୍ପତିଙ୍କୁ ଭେଟି ଦାବି କରିଥିଲା। ବାଚସ୍ପତିଙ୍କ ନିକଟରେ ସମସ୍ତେ ପକ୍ଷ ରଖିଥିଲେ। କଂଗ୍ରେସ ବିଧାୟକଙ୍କ ସଦସ୍ୟ ପଦ ରଦ୍ଦ ଆବେଦନ ମଧ୍ୟ ଖାରଜ ହୋଇଯାଇଛି। ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂ ପାଇଁ ୩ ବିଧାୟକଙ୍କ ସଦସ୍ୟତା ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସ ଆବେଦନ କରିଥିଲା। ସୋଫିଆ ଫିର୍ଦ୍ଦୋଷ, ରମେଶ ଜେନା, ଦାଶରଥୀ ଗମାଙ୍ଗଙ୍କ ସଦସ୍ୟତା ରଦ୍ଦ ପାଇଁ ଆବେଦନ କରା ଯାଇଥିଲା। ବିଜେଡି ସହ କଂଗ୍ରେସର ଆବେଦନକୁ ମଧ୍ୟ ଖାରଜ କରିଛନ୍ତି ବାଚସ୍ପତି ସୁରମା ପାଢୀ।

  • jmjnewso

    Related Posts

    ବିଧାନସଭା ଷ୍ଟାଣ୍ଡିଂ କମିଟି ଗଠନ ପାଇଁ ରାଜ୍ୟପାଳଙ୍କୁ ଚିଠି।

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ବିଧାନସଭାର ସ୍ଥାୟୀ ସମିତି (ଷ୍ଟାଣ୍ଡିଂ କମିଟି) ଗଢ଼ା ହେବାରେ ବିଳମ୍ବ ହୋଇଛି । ବଜେଟ ଅଧିବେଶନର ଶେଷ ଦିବସ ସୁଦ୍ଧା ଗଢ଼ା ହେବାର ପରମ୍ପରା ରହିଛି । ହେଲେ ତାହା ଭଙ୍ଗ…

    ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଅଭିଯୋଗ ଆବେଦନକୁ ଖାରଜ କଲେ ବାଚସ୍ପତି

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟ ରାଜନୀତିରେ ଚର୍ଚ୍ଚାର ବିଷୟ ପାଲଟିଥିବା ରାଜ୍ୟସଭା ନିର୍ବାଚନରେ କ୍ରସ୍‌ ଭୋଟିଂ ଅଭିଯୋଗ ମାମଲାରେ ଏକ ବଡ଼ ନିଷ୍ପତ୍ତି ସାମ୍ନାକୁ ଆସିଛି। ଦଳୀୟ ନିର୍ଦ୍ଦେଶ ଉଲ୍ଲଙ୍ଘନ କରି ଭୋଟ ଦେଇଥିବା ବିଜୁ ଜନତା ଦଳ…

    Leave a Reply

    Your email address will not be published. Required fields are marked *

    You Missed

    23ଜୁନ 2026 ଜନତା ମାଗେ ଜବାବ ପୃଷ୍ଠା ରେ…

    ଘରେ ପଶି ସଶସ୍ତ୍ର ଡକାୟତି ଘଟଣା….ଗିରଫ ସଂଖ୍ୟା 8 କୁ ବୃଦ୍ଧି।

    ଘରେ ପଶି ସଶସ୍ତ୍ର ଡକାୟତି ଘଟଣା….ଗିରଫ ସଂଖ୍ୟା 8 କୁ ବୃଦ୍ଧି।

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

    ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ।

    ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ।

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି

    ବିଜେଡି ଓ କଂଗ୍ରେସର ସଭ୍ୟ ପଦ ରଦ୍ଦ ଆବେଦନ ଖାରଜ କଲେ ବାଚସ୍ପତି