ବଦଳିଲା ଓଡ଼ିଶାର ସହର ଓ ଜିଲ୍ଲାର ଇଂରାଜୀ ନାମ।

Spread the love

ଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ବିଭିନ୍ନ ସ୍ଥାନମାନଙ୍କର ସଂଶୋଧିତ ଇଂରାଜୀ ବନାନ ସଙ୍କଳିତ ବିଜ୍ଞପ୍ତି ପ୍ରକାଶ ପାଇଛି l ଓଡ଼ିଶାର ବିଭିନ୍ନ ଜିଲ୍ଲା, ଉପଖଣ୍ଡ, ବ୍ଲକ୍ ଓ ତହସିଲର ଗୁଡ଼ିକର କୌଣସି ନାମ ପରିବର୍ତ୍ତନ ହୋଇନି ବରଂ ଇଂରାଜୀ ବନାନ ବଦଳିଛି । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଧୀନରେ ଗଠିତ ବିଶେଷଜ୍ଞ କମିଟିର ଦ୍ୱିତୀୟ ବୈଠକରେ ୫୦ରୁ ଅଧିକ ସ୍ଥାନର ନାମକୁ ସେମାନଙ୍କର ମୂଳ ଓଡ଼ିଆ ଉଚ୍ଚାରଣ ଓ ଐତିହାସିକ ପରିଚୟ ଅନୁଯାୟୀ ପରିବର୍ତ୍ତନ କରିବାକୁ ସୁପାରିସ କରିଥିଲା ।ଏହା ଉପରେ ସୋମବାର ରାଜ୍ୟ ସରକାର ମୋହର ମାରିଛନ୍ତି ।

Angulର ଇଂରାଜୀ ନାମ ସଂଶୋଧନ ହୋଇ ANUGOLA ହୋଇଛି । ସେହିପରି Pallaharaର ଇଂରାଜୀ ନାମ PALALAHADA କରାଯାଇଛି । CUTTACK ହୋଇଛି KATAKA । BALASORE ହୋଇଛି BALESHWAR, SORO ହୋଇଛି SORA, BARGARHର ଇଂରାଜୀ ନାମ BARAGADA ହୋଇଛି । Berhampur ହୋଇଛି BRAHMAPUR । KANDHAMAL ହେଲା KANDHAMALA । Aul ହୋଇଛି AALI । ଏପଟେ KHURDAରୁ KHORDHA ଓ KEONJHAR ଏବେ KENDUJHARA ହୋଇଛି ।

ସମସ୍ତ ଗଣମାଧ୍ୟମକୁ ଏହାର ବହୁଳ ପ୍ରଚାର, ପ୍ରସାର କରିବାକୁ ଅନୁରୋଧ କରାଯାଇଛି l ଟିଭି ସ୍କ୍ରୋଲିଂ, ସାମାଜିକ ଗଣମାଧ୍ୟମ ଏବଂ ଅନ୍ୟାନ୍ୟ ସମସ୍ତ ମାଧ୍ୟମରେ ଏହାର ପ୍ରସାରଣ ନିମନ୍ତେ ବିଶେଷ ଭାବେ ଅନୁରୋଧ କରାଯାଇଛି l

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ