ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

Spread the love

ଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%, ବାୟୋଲୋଜିରେ ୯୪.୮୩% କଟଅଫ୍ ଯାଇଛି। ସେହିପରି ବାଣିଜ୍ୟରେ ୮୯.୧୭% କଟଅଫ୍ ଯାଇଛି।ଶାସ୍ତ୍ରୀୟ ଷ୍ଟ୍ରିମ୍ ରେ ବ୍ରଜକିଶୋର ସଂସ୍କୃତ ଡିଗ୍ରୀ କଲେଜ ୬୭.୫୭% କଟଅଫ୍ ସହ ଟପ୍‌ ରେ ରହିଛି। ସେଲ୍ଫ-ଫାଇନାନ୍ସ ଷ୍ଟ୍ରିମ୍ ରେ ବକ୍ସି ଜଗବନ୍ଧୁ ବିଦ୍ୟାଧର କଲେଜ ୯୨.୦୦% କଟଅଫ୍ ସହ ଶୀର୍ଷରେ ରହିଛି। ଆଇନ ବିଭାଗରେ ମଧୁସୂଦନ ଲ କଲେଜ ୮୯.୪୦% କଟଅଫ୍ ସହ ଟପ୍‌ ରେ ଅଛି।

ଚଳିତ ବର୍ଷ ୨ ଲକ୍ଷ ୩୭ ହଜାର ୨୦୦ ଛାତ୍ରଛାତ୍ରୀ ଯୁକ୍ତ ତିନି ପାଇଁ ଆବେଦନ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ୭୮ ହଜାର ୭୮୨ ଜଣ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକା ରହିଛି। ଲକ୍ଷେ ୯ ହଜାର ୫୯୧ ଜଣ ଛାତ୍ରୀ ସିଲେକ୍ଟ ହୋଇଥିବା ବେଳେ ୬୯ ହଜାର ୧୮୨ ଜଣ ଛାତ୍ର ମନୋନୀତ ହୋଇଛନ୍ତି। ସେହିପରି ୯ ଜଣ ଟ୍ରାନ୍ସଜେଣ୍ଡର ସିଲେକ୍ଟ ହୋଇଛନ୍ତି।

ବିଜ୍ଞାନରେ ମୋଟ ୪୩ ହଜାର ୬୯୩ ଜଣ, କଳାରେ ଲକ୍ଷେ ୧୨ ହଜାର ୮୨୨ ଜଣ, ବାଣିଜ୍ୟରେ ୧୫ ହଜାର ୬୨୪ ଜଣ, ଶାସ୍ତ୍ରୀୟରେ ୩ ହଜାର ୩୭୧ ଜଣ, ସେଲ୍ଫ-ଫାଇନାନ୍ସିଂରେ ୩ ହଜାର ୨୪୫ ଜଣ, ଆଇନ ବିଭାଗରେ ୧୬୭ ଜଣ ସିଲେକ୍ଟ ହୋଇଛନ୍ତି।

  • jmjnewso

    Related Posts

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

    Spread the love

    Spread the loveପୁରୁଷୋତ୍ତମପୁର :ଜେଏମଜେ ନ୍ୟୁଜ : ବିଶ୍ବର ପ୍ରାଚୀନତମ ଭାଷା ସଂସ୍କୃତ ଭାଷା। ବେଦଠାରୂ ଆରମ୍ଭ କରି ପୁରାଣ ଓ ଉପନିଷଦ ଆଦି ସଂସ୍କୃତ ଭାଷାରେ ରଚିତ। ଯୁଗେ ଯୁଗେ ସଂସ୍କୃତ ଭାଷାର ମହତ୍ତ୍ଵ ରହିଆସିଛି।ପାଠ୍ୟ ବିଷୟ ବସ୍ତୁ ଭାବେ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି