ପ୍ରକାଶ ପାଇଲା ଯୁକ୍ତ ୩ ମେରିଟ୍ ଲିଷ୍ଟପ୍ରଥମ ପର୍ଯ୍ୟାୟରେ ଲକ୍ଷେ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ

Spread the love

ଭୁବନେଶ୍ଵର: ଜେଏମଜେ ନ୍ୟୁଜ : ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ। କଳା, ବିଜ୍ଞାନ ଓ ବାଣିଜ୍ୟରେ ପ୍ରଥମେ ରହିଛି ରେଭେନ୍ସା ବିଶ୍ଵବିଦ୍ୟାଳୟ। କଳା (ରାଜନୀତି ବିଜ୍ଞାନ)ରେ ୯୪.୫୦%, ବିଜ୍ଞାନ (ପଦାର୍ଥ ବିଜ୍ଞାନ)ରେ ୯୬.୫୦%, ବାୟୋଲୋଜିରେ ୯୪.୮୩% କଟଅଫ୍ ଯାଇଛି। ସେହିପରି ବାଣିଜ୍ୟରେ ୮୯.୧୭% କଟଅଫ୍ ଯାଇଛି।ଶାସ୍ତ୍ରୀୟ ଷ୍ଟ୍ରିମ୍ ରେ ବ୍ରଜକିଶୋର ସଂସ୍କୃତ ଡିଗ୍ରୀ କଲେଜ ୬୭.୫୭% କଟଅଫ୍ ସହ ଟପ୍‌ ରେ ରହିଛି। ସେଲ୍ଫ-ଫାଇନାନ୍ସ ଷ୍ଟ୍ରିମ୍ ରେ ବକ୍ସି ଜଗବନ୍ଧୁ ବିଦ୍ୟାଧର କଲେଜ ୯୨.୦୦% କଟଅଫ୍ ସହ ଶୀର୍ଷରେ ରହିଛି। ଆଇନ ବିଭାଗରେ ମଧୁସୂଦନ ଲ କଲେଜ ୮୯.୪୦% କଟଅଫ୍ ସହ ଟପ୍‌ ରେ ଅଛି।

ଚଳିତ ବର୍ଷ ୨ ଲକ୍ଷ ୩୭ ହଜାର ୨୦୦ ଛାତ୍ରଛାତ୍ରୀ ଯୁକ୍ତ ତିନି ପାଇଁ ଆବେଦନ କରିଥିଲେ। ପ୍ରଥମ ପର୍ଯ୍ୟାୟରେ ୧ ଲକ୍ଷ ୭୮ ହଜାର ୭୮୨ ଜଣ ମନୋନୀତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଛାତ୍ରୀଙ୍କ ସଂଖ୍ୟା ଅଧିକା ରହିଛି। ଲକ୍ଷେ ୯ ହଜାର ୫୯୧ ଜଣ ଛାତ୍ରୀ ସିଲେକ୍ଟ ହୋଇଥିବା ବେଳେ ୬୯ ହଜାର ୧୮୨ ଜଣ ଛାତ୍ର ମନୋନୀତ ହୋଇଛନ୍ତି। ସେହିପରି ୯ ଜଣ ଟ୍ରାନ୍ସଜେଣ୍ଡର ସିଲେକ୍ଟ ହୋଇଛନ୍ତି।

ବିଜ୍ଞାନରେ ମୋଟ ୪୩ ହଜାର ୬୯୩ ଜଣ, କଳାରେ ଲକ୍ଷେ ୧୨ ହଜାର ୮୨୨ ଜଣ, ବାଣିଜ୍ୟରେ ୧୫ ହଜାର ୬୨୪ ଜଣ, ଶାସ୍ତ୍ରୀୟରେ ୩ ହଜାର ୩୭୧ ଜଣ, ସେଲ୍ଫ-ଫାଇନାନ୍ସିଂରେ ୩ ହଜାର ୨୪୫ ଜଣ, ଆଇନ ବିଭାଗରେ ୧୬୭ ଜଣ ସିଲେକ୍ଟ ହୋଇଛନ୍ତି।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ