ପେପର ଲିକ୍ ବିରୋଧୀ ସଂଶୋଧନ ବିଧେୟକ ସଂସଦରେ ପାରିତ, ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ଜେଲ, ୧୦ କୋଟି ଜରିମାନା

Spread the love

ଜେଏମଜେ ବ୍ୟୁରୋ : ପରୀକ୍ଷାରେ ଅନିୟମିତତା ଏବଂ ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ଘଟଣା ଉପରେ କଠୋର ଆଭିମୁଖ୍ୟ ଆପଣାଇଛନ୍ତି କେନ୍ଦ୍ର ସରକାର । ପେପର ଲିକ୍‌ ରୋକିବା ପାଇଁ ପବ୍ଲିକ୍ ଏଗ୍ଜାମିନେସନ୍ସ (ପ୍ରିଭେନ୍ସନ୍ ଅଫ୍ ଅନଫେୟାର ମିନ୍ସ) ସଂଶୋଧନ ବିଲ୍‌କୁ କେନ୍ଦ୍ର କ୍ୟାବିନେଟ୍‌ ଅନୁମୋଦନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବସିଥିବା କ୍ୟାବିନେଟ୍‌ ବୈଠକରେ ଏହି ବଡ଼ ନିଷ୍ପତ୍ତି ନିଆଯାଇଛି ।କେନ୍ଦ୍ର ସରକାରଙ୍କ ପକ୍ଷରୁ ଅପରାହ୍ଣ ୪ଟାରେ କ୍ୟାବିନେଟ୍‌ ବ୍ରିଫିଂ ମାଧ୍ୟମରେ ସଂଶୋଧନ ବିଲ୍‌ର ବିଭିନ୍ନ ବ୍ୟବସ୍ଥା ବିଷୟରେ ସୂଚନା ଦିଆଯିବ । ଖୁବ୍‌ଶୀଘ୍ର ଏହି ବିଲ୍‌ ସଂସଦରେ ଆଗତ ହୋଇ ପାସ୍‌ ହେବାର ସମ୍ଭାବନା ରହିଛି । ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ଖେଳୁଥିବା ପେପର ଲିକ୍‌ ମାମଲାରେ ଏବେ ଆହୁରି କଠୋର ହେବ ଆଇନ । ସଂଶୋଧିତ ନିୟମ ଅନୁଯାୟୀ, ପ୍ରଶ୍ନପତ୍ର ଲିକ୍‌ କରିବା କିମ୍ବା ଏଭଳି ଅପରାଧରେ ସଂଗଠିତ ଭାବେ ସାମିଲ ଥିବା ବ୍ୟକ୍ତି ଓ ସଂସ୍ଥା ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ନିଆଯିବ । ନୂଆ ବ୍ୟବସ୍ଥାରେ ଦୋଷୀ ସାବ୍ୟସ୍ତ ହେଲେ ସର୍ବାଧିକ ୧୦ ବର୍ଷ ପର୍ୟ୍ୟନ୍ତ ଜେଲ୍‌ ଦଣ୍ଡ ସହ ୧୦ କୋଟି ଟଙ୍କା ପର୍ୟ୍ୟନ୍ତ ଜରିମନା ଲାଗିପାରେ । ଏହା ମାଧ୍ୟମରେ ପେପର ଲିକ୍‌ ମାଫିଆଙ୍କ ଉପରେ ରୋକ ଲଗାଇବାକୁ ଲକ୍ଷ୍ୟ ରଖିଛନ୍ତି ସରକାର ।

ଏହା ସହ ପେପର ଲିକ୍‌ ସମ୍ବନ୍ଧୀୟ ମାମଲାର ଶୀଘ୍ର ନିଷ୍ପତ୍ତି ପାଇଁ ଫାଷ୍ଟ-ଟ୍ରାକ୍‌ କୋର୍ଟ ବ୍ୟବସ୍ଥାକୁ ଆଇନଗତ ମାନ୍ୟତା ଦିଆଯିବ । ଏଭଳି ମାମଲାର ଶୁଣାଣି ଶେଷ କରି ଫାଷ୍ଟ-ଟ୍ରାକ୍‌ କୋର୍ଟକୁ ୩ ମାସ ମଧ୍ୟରେ ରାୟ ଦେବାକୁ ପଡ଼ିବ ।

ସୂଚନା ଅନୁସାରେ, କେନ୍ଦ୍ରମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହ ସୋମବାର ସଂସଦରେ ଏହି ବିଲ୍‌ ଉପସ୍ଥାପନ କରିବେ । ସରକାର କହିଛନ୍ତି, ଏହି ସଂଶୋଧନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ପରୀକ୍ଷା ପ୍ରକ୍ରିୟାରେ ସ୍ୱଚ୍ଛତା ଆଣିବା, ପେପର ଲିକ୍‌ ନେଟୱର୍କ ଉପରେ କଠୋର କାର୍ୟ୍ୟାନୁଷ୍ଠାନ କରି ପୁଣି ପରୀକ୍ଷାର୍ଥୀଙ୍କ ଭରସା ପୁଣି ଫେରାଇ ଆଣିବା ।

  • jmjnewso

    Related Posts

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ସାରା ଅଞ୍ଚଳ ଉତ୍ସବମୁଖର । ଗାଁଠୁ ସହର, ସବୁଠି ଦେଖିବାକୁ ମିଳୁଛି ଆନନ୍ଦ ଓ ଉତ୍ସାହର ମାହୋଲ।ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 20 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 35 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 28 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 40 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର