ଆଜି ଶ୍ରୀଜିଉଙ୍କ ଅଧର ପଣା ଭୋଗ ଲାଗି ନୀତି

Spread the love

ପୁରୀ :ଜେଏମଜେ ନ୍ୟୁଜ : ଆଜି ଦ୍ୱାଦଶୀ ତିଥିରେ ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଲାଗିବ । ଶ୍ରୀମନ୍ଦିର ପ୍ରଶାସନ ଅନୁସାରେ ଅଧର ନୀତି ସମୟ ରାତି ୮ଟା ରହିଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧର ଉଚ୍ଚା ତୁମ୍ୱାକୃତି ମାଟିପାତ୍ରରେ ପଣା ପ୍ରସ୍ତୁତ ହେବ । ଭୋଗ ପରେ ରଥ ଉପରେ ହାଣ୍ଡି ଭଙ୍ଗାଯିବ । କୁହାଯାଏ ଉକ୍ତ ଭୋଗ ପଣା ରଥ ପାର୍ଶ୍ବଦେବଦେବୀ, ଅଶରୀର ତଥା ଚଣ୍ଡୀ ଚାମଣ୍ଡାଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଏ ।ପ୍ରତି ରଥରେ ଦାରୁ ବିଗ୍ରହଙ୍କ ଉଦ୍ଦେଶ୍ୟରେ ୩ଟି ଲେଖାଏଁ ହାଣ୍ଡିରେ ପଣା ଭୋଗ କରାଯିବ । ଛାଚି, ସର, କଦଳୀ, ଛେନା, ଗୋଲମରିଚ, କର୍ପୂର ଓ ଜାଇଫଳ ଆଦି ସାମଗ୍ରୀ ପଣାରେ ମିଶିବ । ମହାପ୍ରଭୁଙ୍କ ସେବକମାନେ ପଣା ପ୍ରସ୍ତୁତ କରିିବେ । ଅଧର ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ, ରାଘବଦାସ ମଠ ଓ ବଡ଼ଓଡ଼ିଆ ମଠ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି ।

ପାରମ୍ପରିକ କୁମ୍ଭାରମାନେ ୯ଟି ଅଧର ହାଣ୍ଡି ତିଆରି ଯୋଗାଇଥାନ୍ତି । ମଧ୍ୟାହ୍ନଧୂପ ବଢ଼ିବା ପରେ ଅଧରପଣା ପ୍ରସ୍ତୁତି ଆରମ୍ଭ ହେବ । ପ୍ରଶାସନିକ ଅଧର ନୀତି ମୁତାବକ ସକାଳ ୬ଟାରୁ ରଥରେ ଠାକୁରଙ୍କ ମଙ୍ଗଳ ଆଳତି ହୋଇ ଅନ୍ୟାନ୍ୟ ନୀତି ହେବା ସହ ଅପରାହ୍ଣ ସାଢ଼େ ୩ଟାରୁ ସାଢ଼େ ୪ଟା ମଧ୍ୟରେ ଠାକୁରଙ୍କ ମଧ୍ୟାହ୍ନ ଧୂପ ନୀତି ବଢ଼ିବ । ପରେ ରାତ୍ର ୮ଟା ମଧ୍ୟରେ ତିନି ରଥରେ ଅଧର ନୀତି ଶେଷ ହେବ ।

  • jmjnewso

    Related Posts

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ସ୍ଥାନୀୟ ଗାନ୍ଧିନଗରସ୍ଥିତ ପ୍ରଥମ ଗଳି ଏକ୍ସଟେନସନ ଅନିଲ କମର୍ସ ଇନଷ୍ଟିଚ୍ୟୁଟ ର ଅନିଲ୍ସ ଉତ୍ସବ ୨୦୨୬ ଗଞ୍ଜାମ କଳାପରିଷଦ ଠାରେ ମହାସମାରୋହରେ ପାଳିତ ହୋଇଯାଇଛି। ବ୍ରହ୍ମପୁର ବିଧାୟକଙ୍କ ପ୍ରତିନିଧି…

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    Spread the love

    Spread the loveଧରାକୋଟ : ଜେଏମଜେ ନ୍ୟୁଜ : ଧରାକୋଟ ବ୍ଲକ ମାଣିକପୁର ପଞ୍ଚାୟତ ଢ଼ଉପଦା ଗାଁ ରେ ଦୁର୍ଘଟଣା l ନାବାଳିକା ଉପରେ ମାଡ଼ିଗଲା ଘରୋଇ ବସ୍ l ଘଟଣାସ୍ଥଳରେ ନାବାଳିକା ଙ୍କ ମୃତ୍ୟୁ l ବସ ନେଇ ଚମ୍ପଟ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 38 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ