ରାଜ୍ୟର ୧୨ଟି ଜିଲ୍ଳାରେ ନାହାନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟର ୧୨ଟି ଜିଲ୍ଳାରେ ନାହାନ୍ତି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) । ଫଳରେ ସିଡିଏମ୍‌ଓ କରୁଥିବା କାର୍ଯ୍ୟ ଯଥା-ପ୍ରଶାସନିକ କାର୍ଯ୍ୟ, ସ୍ୱାସ୍ଥ୍ୟସେବା, ବିଭିନ୍ନ ଯୋଜନାକୁ କାର୍ଯ୍ୟକାରୀ କରିବା, ରୋଗୀଙ୍କ ଅଭିଯୋଗ ଶୁଣି ସମାଧାନ କରିବା, ସ୍ୱାସ୍ଥ୍ୟ ପ୍ରକଳ୍ପଗୁଡିକୁ ତଦାରଖ କରିବା ଆଦି କାର୍ଯ୍ୟ ଗୁରୁତର ବାଧାପ୍ରାପ୍ତ ହୋଇଛି । ସିଡିଏମ୍‌ଓ ନ ଥିବାରୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ମୁରବିଶୂନ୍ୟ ହୋଇପଡିଛି ।

୪ ମାସରୁ ଅଧିକ ସମୟ ହେଲାଣି ନବରଙ୍ଗପୁର, ସୋନପୁର, ଭଦ୍ରକ, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ସିଡିଏମ୍‌ଓ ନାହାନ୍ତି । ଏହି ସବୁ ଜିଲ୍ଲାରେ ପର୍ଯ୍ୟାୟ କ୍ରମେ ସିଡିଏମ୍‌ଓ ପଦବି ଖାଲିହୋଇଛି । ସ୍ୱାସ୍ଥ୍ୟ ସଂକ୍ରାନ୍ତ ବିଭିନ୍ନ ପ୍ରଶାସନିକ କାର୍ଯ୍ୟ ହେଉ ଅବା ଜିଲ୍ଲାସ୍ତରୀୟ ବୈଠକ ସବୁ ସିଡିଏମ୍‌ଓଙ୍କ ତତ୍ତ୍ୱାବଧାନରେ ହୋଇଥାଏ । ରାଜ୍ୟ ସରକାରଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଯୋଜନାକୁ ଜିଲ୍ଲାସ୍ତରରେ କାର୍ଯ୍ୟକାରୀ କରିବାରେ ସିଡିଏମ୍‌ଓ ମୁଖ୍ୟ ଭୂମିକା ନିର୍ବାହ କରିଥାନ୍ତି । ହେଲେ ଏହି ସବୁ ଜିଲ୍ଲାରେ ସିଡିଏମ୍‌ଓ ନଥିବାରୁ ଏହି କାମ ଠିକ୍‌ ଭାବେ ହୋଇପାରୁନି । ସେହିପରି ଡାକ୍ତରଙ୍କ ପଦୋନ୍ନତି, ବଦଳି ଓ କାର୍ଯ୍ୟ ବଣ୍ଟନ ଏବଂ ନର୍ସଙ୍କ ପୋଷ୍ଟିଂ, ଗ୍ରେଡେସନ୍‌ ଓ ବଦଳି ଆଦି ପ୍ରକ୍ରିୟା ବାଧ୍ୟାପ୍ରାପ୍ତ ହେଉଛି । ସ୍ୱାସ୍ଥ୍ୟ ବିଭାଗ ଘନ ଘନ ସେମାନଙ୍କ ସମ୍ପର୍କରେ ରିପୋର୍ଟ ମାଗୁଛି । ହେଲେ ସିଡିଏମ୍‌ଓ ନ ଥିବାରୁ ଜିଲ୍ଲାରୁ ରିପୋର୍ଟ ଆସୁପାରୁନାହିଁ । ନର୍ସିଂ ନିର୍ଦ୍ଦେଶାଳୟ ନର୍ସଙ୍କ ରିପୋର୍ଟ ଧରି ବସିଛି । ପୂର୍ଣ୍ଣାଙ୍ଗ ରିପୋର୍ଟ ଜିଲ୍ଲାରୁ ପହଞ୍ଚି ପାରୁନଥିବାରୁ ପ୍ରଶାସନିକ କାର୍ଯ୍ୟ ଆଗକୁ ବଢ଼ୁନି । ତେବେ କାହିଁକି ଏପରି ପରିସ୍ଥିତି ସୃଷ୍ଟି ହୋଇଛି, ଏହାର ଉତ୍ତର କାହା ପାଖରେ ନାହିଁ । ସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ କର୍ତ୍ତୃପକ୍ଷ କହୁଛନ୍ତି ଏହା ଆମ ଅଧୀନରେ ନାହିଁ । ଆମେ ସ୍ୱାସ୍ଥ୍ୟ ବିଭାଗକୁ ଏହା ଜଣାଇ ଦେଇଛୁ । ସ୍ୱାସ୍ଥ୍ୟ ବିଭାଗ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ପଚାରିବାରୁ ସେମାନେ ଚୁପ୍‌ ରହୁଛନ୍ତି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ଯୁବପିଢିଙ୍କ ମଧ୍ୟରେ ବଢୁଥିବା ଅକାଳ ମୃତ୍ୟୁ ସହ କୋଭିଡ୍ ଟୀକାର ସମ୍ପର୍କ ନାହିଁ!

    Spread the love

    Spread the love ଜେଏମଜେ ବ୍ୟୁରୋ : ଭାରତରେ ଯୁବପିଢିଙ୍କ ମଧ୍ୟରେ ଅଚାନକ ହେଉଥିବା ମୃତ୍ୟୁକୁ ନେଇ ଚିନ୍ତା ପ୍ରକାଶ ପାଉଥିବାବେଳେ ଏହା ପଛରେ କୋଭିଡ୍ ଟୀକା ଥିବା କେତେକ ମହଲରେ ସଂଦେହ କରାଯାଉଛି। କିନ୍ତୁ ଏମ୍ସ-ଆଇସିଏମଆର ପକ୍ଷରୁ କରାଯାଇଥିବା ଏକ…

    ସରକାରୀ ଡାକ୍ତରଖାନାରେ ବଢିଲା ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ ଡାକ୍ତରଖାନାରେ ବଢିଲା ରୋଗୀଙ୍କ ଖର୍ଚ୍ଚ । ଇନଡୋର ରୋଗୀଙ୍କ ଖାଦ୍ୟ ଖର୍ଚ୍ଚ ବଢିଲା । ସାଧାରଣ ଖାଦ୍ୟ ଖର୍ଚ୍ଚ 127 ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଶିଶୁଙ୍କ ଖାଦ୍ୟ ଖର୍ଚ୍ଚ 110 ଟଙ୍କା…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ