ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟା ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଟ୍ୱିନ୍ ସିଟି ଭୁବନେଶ୍ୱର ଓ କଟକରେ ଦିନକୁ ଦିନ ବୃଦ୍ଧି ପାଉଥିବା ଯାତାୟାତ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସହରଦ୍ୱୟର ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଟ୍ୱିନ୍ ସିଟିର ଟ୍ରାଫିକ୍ ଡିକଞ୍ଜେସନ୍ ପ୍ଲାନ୍ ସମ୍ପର୍କରେ ବିସ୍ତୃତ ସମୀକ୍ଷା କରାଯାଇଛି।ରାଜଧାନୀ ଭୁବନେଶ୍ୱର ସହିତ ଆମର ଐତିହାସିକ ଓ ପୁରାତନ ସହର କଟକର ଯୋଗାଯୋଗ ସଡକ ଏବଂ ଏହାର ପାରିପାର୍ଶ୍ୱିକ ଅଞ୍ଚଳକୁ ଅଧିକ ସୁନ୍ଦର, ସ୍ୱଚ୍ଛ ଓ ସୁସଂଗଠିତ କରି ଗଢ଼ିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ବିଶେଷ ଗୁରୁତ୍ୱାରୋପ କରିଛନ୍ତି। ଏଥିସହିତ ଟ୍ୱିନ୍ ସିଟିର ଯେଉଁ ସବୁ ପ୍ରମୁଖ ରାସ୍ତା ଓ ଟ୍ରାଫିକ୍ ଜଙ୍କସନ୍ଗୁଡ଼ିକ ଖରାପ ଅବସ୍ଥାରେ ଅଛି, ସେଗୁଡ଼ିକୁ ତୁରନ୍ତ ମରାମତି କରିବା ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ବିଭାଗୀୟ ସଚିବ ଓ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଏହି ସମୀକ୍ଷା ବୈଠକରେ ଯାତାୟାତକୁ ଅଧିକ ସୁଗମ କରିବା ପାଇଁ ୮-ଲେନ୍ ବିଶିଷ୍ଟ ପ୍ରଶସ୍ତ ରାସ୍ତା (8-Lane Road) ନିର୍ମାଣ ଓ ସମ୍ପ୍ରସାରଣ ଉପରେ ମୁଖ୍ୟମନ୍ତ୍ରୀ ବିଶେଷ ଗୁରୁତ୍ୱ ଦେଇଛନ୍ତି। କଟକରୁ ଭୁବନେଶ୍ୱର ଦେଇ ପୁରୀ ଅଭିମୁଖେ ଯାଉଥିବା ଶ୍ରଦ୍ଧାଳୁ ଓ ପର୍ଯ୍ୟଟକମାନେ ଯେପରି ବିନା କୌଣସି ଟ୍ରାଫିକ୍ ସମସ୍ୟାରେ ସହଜ ଓ ସୁବିଧାରେ ଯାତାୟାତ କରିପାରିବେ, ସେଥିପାଇଁ ନିରବଚ୍ଛିନ୍ନ ଗମନାଗମନ ବ୍ୟବସ୍ଥା ନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏଥିସହ ପ୍ରମୁଖ ଜଙ୍କସନ୍ଗୁଡ଼ିକର ବିକାଶ, ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ଫ୍ଲାଏଓଭର, ଓଭରବ୍ରିଜ୍, ସ୍ମାର୍ଟ ଟ୍ରାଫିକ୍ ସିଗନାଲ୍ ସିଷ୍ଟମ୍, ସିସିଟିଭି ବ୍ୟବସ୍ଥା ଏବଂ ବେଆଇନ୍ ପାର୍କିଂ ଉଚ୍ଛେଦ ଭଳି ପଦକ୍ଷେପକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦିଆଯାଇଛି।


ନଗରବାସୀଙ୍କୁ ସୁରକ୍ଷିତ ଯାତାୟାତ ସୁବିଧା ଯୋଗାଇଦେବା ସହ ଟ୍ୱିନ୍ ସିଟିର ନବକଳେବର ପାଇଁ ପୋଲିସ କମିଶନରେଟ୍, ନଗର ଉନ୍ନୟନ ବିଭାଗ, ପୂର୍ତ୍ତ ବିଭାଗ ଓ ସ୍ଥାନୀୟ ପ୍ରଶାସନ ମିଳିମିଶି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଉନ୍ନୟନ କମିଶନର ଡି.କେ ସିଂହ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶାଶ୍ୱତ ମିଶ୍ର, ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂହ, ଟ୍ୱିନ୍ ସିଟି ପୋଲିସ୍ କମିଶନର ଏସ୍. ଦେବଦତ୍ତ ସିଂହ ଓ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

  • jmjnewso

    Related Posts

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଛାତ୍ର ସଂସଦ ନିର୍ବାଚନ ପାଇଁ ପୋଲିସର ବଡ଼ ପ୍ରସ୍ତୁତି । SP-DCPଙ୍କ ସହ DGPଙ୍କ ସମୀକ୍ଷା । କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର । ଦୀର୍ଘ ୮ ବର୍ଷର…

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମିଶନ ଶକ୍ତି ପ୍ରେକ୍ଷାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ୧,୭୯,୮୦୯ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କାର ସୁଧ ଫେରସ୍ତ…

    Leave a Reply

    Your email address will not be published. Required fields are marked *

    You Missed

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।

    ଦିନିକିଆ ସୁନାବେଡା ଗସ୍ତ ରେ ଦେଶର ପ୍ରତିରକ୍ଷା ମନ୍ତ୍ରୀ।

    ଅନ୍ତ୍ୟୋଦୟ ଗୃହ ଯୋଜନା ରେ ୧୩ ପରିବାର ଙ୍କୁ କାର୍ଯ୍ୟାଦେଶ ବଣ୍ଟନ

    ଅନ୍ତ୍ୟୋଦୟ ଗୃହ ଯୋଜନା ରେ ୧୩ ପରିବାର ଙ୍କୁ କାର୍ଯ୍ୟାଦେଶ ବଣ୍ଟନ

    ସାକ୍ଷୀଙ୍କୁ ଧମକ ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

    ସାକ୍ଷୀଙ୍କୁ ଧମକ ଅଭିଯୋଗ, ଥାନାରେ ହାଜର ହେଲେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା

    ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି

    ଅଣ ଛାତ୍ରଙ୍କ ଉପରେ କଡା ନଜର ରଖିବାକୁ ସମସ୍ତ SP ଙ୍କୁ ନିର୍ଦେଶ : ଡିଜିପି