ସମ୍ଭାବ୍ୟ ବାତ୍ୟା କୁ ନେଇ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କଲେ ରାଜ୍ୟ ସରକାର

Spread the love

ଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା କୁ ନେଇ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କଲେ ରାଜ୍ୟ ସରକାର
ସମ୍ଭାବ୍ୟ ବାତ୍ୟା ନେଇ ସ୍ବତନ୍ତ୍ର ରିଲିଫ କମିଶନର SRC ଦେଓରଞ୍ଜନ କୁମାର ସିଂହ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ନେଇ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯାଇଛି। ଯାହା ଲାଗୁଛି ବାତ୍ୟା ହୋଇପାରେ। ୧୨ ଘଣ୍ଟାରେ ଲଘୁଚାପରେ ପରିଣତ ହେବ ଘୁର୍ଣ୍ଣିବଳୟ। ଲଘୁଚାପ ଅବପାତ ହେବା ପରେ ବାତ୍ୟା ଓଡ଼ିଶା-ପଶ୍ଚିମବଙ୍ଗ ମୁହାଁ ହେବ।

ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଛୁ। ଏସ୍‌ଆରସି ଶ୍ରୀ ସିଂ କହିଛନ୍ତି ଓଡ଼ିଶା ଉପକୂଳରେ ବାତ୍ୟାର ସମ୍ଭାବନା ରହିଛି। ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ଯାଇଛନ୍ତି, ସେମାନେ ସ୍ଥଳଭାଗକୁ ଶୀଘ୍ର ଫେରି ଆସନ୍ତୁ। ଆସନ୍ତା ୨୬ ତାରିଖ ଯାଏଁ ସମୁଦ୍ର ଭିତର ଯାଆନ୍ତୁ ନାହିଁ। ବାତ୍ୟା ନେଇ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି। ଆସନ୍ତାକାଲି ଜିଲ୍ଲାପାଳମାନେ ବାତ୍ୟା ଆଶ୍ରୟସ୍ଥଳୀକୁ ଯାଇ ତଦାରଖ କରିବେ। ଦୁଇ ସପ୍ତାହ ସମୟ ଥିବା ଗର୍ଭବତୀ ମହିଳାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଗର୍ଭବତୀ ମହିଳାଙ୍କୁ ହସ୍‌ପିଟାଲ ସ୍ଥାନାନ୍ତର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ସମୟରେ ଅଧିକାରୀମାନଙ୍କର ଦାୟିତ୍ବ ବଢ଼ିଯିବ। ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ରବିବାର ସନ୍ଧ୍ୟାରେ ସମସ୍ତ ସରକାରୀ ଅଧିକାରୀ ମାନଙ୍କର ଛୁଟି ବାତିଲ କରିଛନ୍ତି। ସରକାର କହିଛନ୍ତି, ବିଦ୍ୟାଳୟଗୁଡ଼ିକ ଛୁଟି ନେଇ ଜିଲ୍ଲାପାଳମାନେ ନିଷ୍ପତ୍ତି ‌ନେବେ ବୋଲି କହିଛନ୍ତି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ରାଜ୍ୟ ସରକାର ଖୁବ୍ ଶୀଘ୍ର ଷ୍ଟେଟ୍ ଇନଷ୍ଟିଚ୍ୟୁଟ୍ ଫର ଟ୍ରାନ୍ସଫର୍ମେଟିଭ୍ ଇନିସିଏଟିଭ୍ସ ବା SITI ଓଡିଶା ପ୍ରତିଷ୍ଠା କରିବେ । ଏହା ରାଜ୍ୟ ସରକାରଙ୍କ ଏକ ଥିଙ୍କ ଟ୍ୟାଙ୍କ ବା ଏକ ଶୀର୍ଷସ୍ତରୀୟ…

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ରଞ୍ଜନ ନାୟକ ): ହିଟ୍ଓ୍ୱେଭ୍ ନେଇ ରାଜସ୍ୱ ବିଭାଗର ପ୍ରସ୍ତୁତି ବୈଠକ । ଜିଲ୍ଲାପାଳ ମାନଙ୍କ ସହ ବସିଥିବା ପ୍ରସ୍ତୁତି ବୈଠକରେ ହିଟ୍ଓ୍ୱେଭ୍ ନେଇ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ…

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ରାଜ୍ୟ ଯୋଜନା ବୋର୍ଡ ଗଭର୍ଣ୍ଣିଂ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ପ୍ରବଳ ଗ୍ରୀଷ୍ମ ପ୍ରବାହ ପାଇଁ ରାଜସ୍ଵ ବିଭାଗ ପକ୍ଷରୁ ଜାରି ହୋଇଛି ନୂଆ ଏସ୍‌ଓପି ।

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର