ବୌଦ୍ଧ ଜିଲ୍ଲା ସ୍ତରୀୟ ଶାରୀରିକ ଶିକ୍ଷା ପ୍ରଶିକ୍ଷଣ ଶିବିର

Spread the love

ବୌଦ୍ଧ :ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଜିଲ୍ଲା ବୁଟୁପାଲି ନିକଟସ୍ଥ ମାଉଲସିଙ୍ଗା ଜାନକୀ ଭୀକାରୀ ଉଚ୍ଚ ବିଦ୍ୟାଳୟ ଠାରେ ତ୍ରିଦିବସୀୟ ଜିଲ୍ଲା ସ୍ତରୀୟ ଶାରୀରିକ ଶିକ୍ଷା ଶିକ୍ଷକଙ୍କ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦଘାଟନ କରିଥିଲେ।ବୌଦ୍ଧ ଜିଲ୍ଲା ଆଥେଲେଟିକ ଆସୋସିଏସନର ସମ୍ପାଦକ ଯୁଗଳ କିଶୋର ସାମଲ,ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ଜିଲ୍ଲା ଶାରୀରିକ ଶିକ୍ଷା ଅଧିକାରୀ ଆନନ୍ଦ କୁମାର ବେହେରା ଏବଂ ସ୍ଥାନୀୟ ସ୍କୁଲ ମାଉଲ୍ ଶିଙ୍ଗା ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚିତ୍ତରଞ୍ଜନ ମେହେର ପ୍ରମୁଖ ମଞ୍ଚାସୀନ ଥିଲେ। ଉଦ୍ଘାଟନୀ ସଭା ରେ କୃଷ୍ଣଚନ୍ଦ୍ର ସେଠି ମଞ୍ଚ ପରିଚାଳନା କରିଥିଲେ। ଜିଲ୍ଲାର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ ଏବଂ ପ୍ରାଥମିକ ବିଦ୍ୟାଳୟରୁ ୬୯ ଜଣ ଶାରୀରିକ ଶିକ୍ଷା ଶିକ୍ଷକ ଟ୍ରେନିଙ୍ଗ ଗ୍ରହଣ କରୁଛନ୍ତି । ପ୍ରଶିକ୍ଷଣରେ ବିଦ୍ୟାଳୟରେ କ୍ରୀଡ଼ାର ବିକାଶ ତଥା ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଆୟୋଜନ ସଂବନ୍ଧରେ ଆଲୋଚନା ହୋଇଥିଲା।

  • jmjnewso

    Related Posts

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦୀର୍ଘ ଦିନ ପରେ ଖୋଲିଲା ଗଞ୍ଜାମର ପ୍ରସିଦ୍ଧ ମା’ ତାରାତାରିଣୀଙ୍କ ହୁଣ୍ଡି। ହୁଣ୍ଡିରୁ ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା, ରୂପା ଓ ବିଦେଶୀ ମୁଦ୍ରା। ମନ୍ଦିର ପରିସରରେ ଥିବା ୫ଟି ହୁଣ୍ଡି ଖୋଲାଯାଇଥିବା…

    ବୁଗୁଡ଼ା ଏନ୍‌ଏସିରେ ଜନକଲ୍ୟାଣ କାର୍ଯ୍ୟକ୍ରମ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କଲେ ମନ୍ତ୍ରୀ

    Spread the love

    Spread the loveବୁଗୁଡ଼ା,୦୪/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ପରିସରରେ ହିତାଧିକାରୀମାନଙ୍କୁ ସାମାଜିକ ସୁରକ୍ଷା ଭତ୍ତା, ନୂତନ ରାସନ କାର୍ଡ ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ…

    Leave a Reply

    Your email address will not be published. Required fields are marked *

    You Missed

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ୯ଛାତ୍ର ଥାନାରେ ଅଟକ : ପ୍ରାକ ନିର୍ବାଚନୀ ହିଂସା!

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ଗୋଟିଏ ଦିନରେ ୨୭ ଜଣ ବରିଷ୍ଠ ଓଏଏସ୍‌ ଅଧିକାରୀଙ୍କ ବଦଳି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ମା’ ତାରାତାରିଣୀଙ୍କ ହୁଣ୍ଡି ଖୋଲିଲା: ବାହାରିଲା ବିଡ଼ା ବିଡ଼ା ଟଙ୍କା, ସୁନା-ରୂପା,ବିଦେଶୀ ମୁଦ୍ରା ଓ ଭକ୍ତଙ୍କ ଭାବ ବିହ୍ଵଳ ଚିଠି

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    ନିଲମ୍ବନ ହେବେନି ସିଇସି ଜ୍ଞାନେଶ କୁମାର : ସୁପ୍ରିମକୋର୍ଟ

    CMO ରୁ ଫାଇଲ ମିସିଂ ଘଟଣା : ୩ ଜଣଙ୍କ ବୟାନ ରେକର୍ଡ