ପୁଲିସ ଇନ୍ସପେକ୍ଟରଙ୍କୁ ଗାଳି ଓ ଧମକ: ଗଞ୍ଜାମ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ଗିରଫ

Spread the love

ବ୍ରହ୍ମପୁର : ଜେଏମଜେ ନ୍ୟୁଜ : ପୁଲିସ ଇନ୍ସପେକ୍ଟରଙ୍କୁ ଗାଳିଗୁଲଜ ସହ ଧମକ ଦେବା ଅଭିଯୋଗରେ ଗୋପାଳପୁର ପୁଲିସ ବିଜେପିର ଗଞ୍ଜାମ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସୋମନାଥ ପାତ୍ରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଜାମିନ୍ ନାମଞ୍ଜୁର ହେବାରୁ ତାଙ୍କୁ ବିଚାରବିଭାଗୀୟ ହାଜତକୁ ପଠାଇଦିଆଯାଇଥିବା ଗୋପାଳପୁର ଥାନା ଆଇଆଇସି ସତ୍ୟରଞ୍ଜନ ଲେଙ୍କା ପ୍ରକାଶ କରିଛନ୍ତି ।ଆଇଆଇସିଙ୍କ ସୂଚନା ପ୍ରକାରେ ବ୍ରହ୍ମପୁର ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଆଇଏଏଚ୍‌ଡିୟୁ (ଆଇତୁ) ଅଧିକାରୀଙ୍କ ସହ ଏକ ଟିମ୍ ଗତକାଲି ରଙ୍ଗେଇଲୁଣ୍ଡାରେ ଏକ ହୋଟେଲରେ ଚଢ଼ଉ କରିଥିଲେ । ସେଠାରୁ ଦୁଇ ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିବା ସମୟରେ ଗଞ୍ଜାମ ଜିଲ୍ଲା ଯୁବ ମୋର୍ଚ୍ଚା ସଭାପତି ସୋମନାଥ ପାତ୍ର ପହଞ୍ଚିଥିଳେ । ଆଇଏଏଚଟିୟୁ ଇନ୍ସପେକ୍ଟର ସୌଭାଗ୍ୟ ସ୍ୱାଇଁଙ୍କ ସହ ତାଙ୍କର କୌଣସି କାରଣକୁ ନେଇ କଥା କଟାକଟି ହୋଇଥିଲା । ପରେ ସୋମନାଥ ଅସଭ୍ୟ ଭାଷାରେ ଗାଳିଗୁଲଜ କରି ଧମକ ଦେବା ସହ ନାବାଳକମାନଙ୍କୁ ଛଡାଇ ନେବା ପାଇଁ ଉଦ୍ୟମ କରିଥିଲେ । ଏନେଇ ଇନ୍ସପେକ୍ଟର ସୌଭାଗ୍ୟ ସ୍ୱାଇଁ ଗୋପାଳପୁର ଥାନାରେ ଅଭିଯୋଗ କରିଥିଲେ । ଅଭିଯୋଗ ପ୍ରକାରେ ପୁଲିସ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଆଜି ପୁଲିସ ସୋମନାଥଙ୍କୁ କୋର୍ଟ ଚାଲାଣ କରିଥିବା ଗୋପାଳପୁର ଥାନା ଆଇଆଇସି ସୂଚନା ଦେଇଛନ୍ତି ।

  • jmjnewso

    Related Posts

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    Spread the love

    Spread the loveବୁଗୁଡ଼ା,୨୬/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ):ପାର୍ବଣ ଋତୁରେ ନିଶା କାରବାର ଉପରେ ରୋକ୍ ଲଗାଇବା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ କଡା ନିର୍ଦ୍ଦେଶ ରହିଥିବାବେଳେ ବୁଗୁଡ଼ା ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ଜୋରଦାର କରାଯାଇଛି। ଏହି କ୍ରମରେ ବୁଗୁଡ଼ା ଅବକାରୀ…

    ବିଜେପିର ‘ଡିଜିଟାଲ୍ ବ୍ୟାଙ୍କିଙ୍ଗ୍’ ନୁହେଁ, ବରଂ ଲୋକଙ୍କ ‘ପକେଟ୍ ମାର୍‌’ ଚାଲିଛି : ଭକ୍ତ

    Spread the love

    Spread the loveଜେଏମଜେ ବ୍ୟୁରୋ : ଜଟଣୀଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କର ଗ୍ରୀନଫିଲ୍ଡ ଡାଟା ସେଣ୍ଟର ଉଦ୍‌ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଇଥିବା ଦାୟିତ୍ୱହୀନ ଓ ଭ୍ରମାତ୍ମକ ଭାଷଣକୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ…

    Leave a Reply

    Your email address will not be published. Required fields are marked *

    You Missed

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ