ବିଭିନ୍ନ ଶୈବପୀଠରେ କାଉଡ଼ିଆଙ୍କ ଭିଡ଼

Spread the love

ବୁଗୁଡ଼ା, ୨୪/୦୭ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ):ଶ୍ରାବଣ ମାସର ଶେଷ ସୋମବାର ଅବସରରେ ବୁଗୁଡ଼ା ଅଞ୍ଚଳର ପ୍ରମୁଖ ଶୈବପୀଠ ବୁଦ୍ଧଖୋଲ ଓ କୁବେରେଶ୍ୱର ପୀଠରେ କାଉଡ଼ିଆଙ୍କ ଭିଡ଼ ଦେଖିବାକୁ ମିଳିଛି।

ଚଳିତ ବର୍ଷ ଦଳ ଦଳ କାଉଡ଼ିଆ ଜଳଭାର ଧରି ବୋଲ୍‌ବମ୍ ଧ୍ୱନିରେ ବିଭିନ୍ନ ଶୈବପୀଠ ଅଭିମୁଖେ ଯାତ୍ରା କରିଥିଲେ।ବୁଗୁଡ଼ା ଓ ଏହାର ଆଖପାଖ ଅଞ୍ଚଳର କାଉଡ଼ିଆମାନେ ଋଷିକୁଲ୍ୟା-ବଡ଼ନଦୀର ସଙ୍ଗମସ୍ଥଳରେ ପୁରୋହିତଙ୍କ ଦ୍ୱାରା ପୂଜାପାଠ କରି ପବିତ୍ର ଜଳ ସଂଗ୍ରହ କରିଥିଲେ।

ମାନସିକ ବ୍ରତ ଧାରଣ କରି ଜଳଭାର ନେଇ ସେମାନେ ହରହର ବମ୍‌, ବୋଲ୍‌ବମ୍‌ ଧ୍ୱନି ଦେଇ ବୁଦ୍ଧଖୋଲ ଓ କୁବେରେଶ୍ୱର ଶୈବପୀଠରେ ପହଞ୍ଚି ମହାଦେବଙ୍କ ଠାରେ ଜଳାଭିଷେକ କରିଛନ୍ତି।ସେହିପରି ସ୍ଥାନୀୟ ବାଲୁଙ୍କେଶ୍ୱର ମନ୍ଦିର ସମେତ ଗ୍ରାମାଞ୍ଚଳର କିଛି ମନ୍ଦିରରେ ମଧ୍ୟ ବହୁ ସଂଖ୍ୟକ କାଉଡ଼ିଆ ପହଞ୍ଚି ଶିବଲିଙ୍ଗରେ ଜଳାଭିଷେକ କରିଥିଲେ। ଶ୍ରାବଣ ଶେଷ ସୋମବାରକୁ ନେଇ ବିଭିନ୍ନ ଶୈବପୀଠରେ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଥିଲା।

  • jmjnewso

    Related Posts

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    Spread the love

    Spread the loveବ୍ରହ୍ମପୁର : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଉତ୍କଳ ଆଶ୍ରମ ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍କଳ ସମ୍ମିଳନୀ ର ଆଲୋଚନା ସଭା ରେ ଗଞ୍ଜାମ ଜିଲ୍ଲାରେ ଥିବା ପ୍ରତ୍ୟେକ ଅନୁଷ୍ଠାନ ଓ ଦୋକାନ ମାନଙ୍କରେ ଓଡ଼ିଆ ଭାଷା…

    Leave a Reply

    Your email address will not be published. Required fields are marked *

    You Missed

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 31 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 38 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 34 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    • By jmjnewso
    • September 14, 2026
    • 31 views
    ଗଞ୍ଜାମ ଜିଲ୍ଲା ଲେଖକ ଓ ଲେଖିକା ସାମ୍ମୁଖ୍ୟ ର ବାର୍ଷିକ ଉତ୍ସବ ପ୍ରସ୍ତୁତି ବୈଠକ

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 12 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 8 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ