କେଉଁଠି ଉପକୂଳ ଛୁଇଁବ ‘ଦାନା’….୨୪ରେ ଛୁଁଇବ ଓଡ଼ିଶା !

Spread the love

ଜେଏମଜେ ବ୍ୟୁରୋ : କୁଆଡ଼େ ଯିବ ସମ୍ଭାବ୍ୟ ବାତ୍ୟା ? ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳର କେଉଁ ସ୍ଥାନ ଦେଇ ଅତିକ୍ରମ କରିବ ? ଲାଣ୍ଡଫଲ୍ କରିବ ନା ତାପୂର୍ବରୁ ଦୁର୍ବଳ ହୋଇଯିବ । ଏମିତି ଚର୍ଚ୍ଚା ଭିତରେ ସମ୍ଭାବ୍ୟ ବାତ୍ୟାର ଗତିପଥ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ସାମୁଦ୍ରିକ ଝଡ଼ ଭୀଷଣ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ୨୪ ବେଳକୁ ଭୀଷଣ ବାତ୍ୟାର ରୂପ ନେଇପାରେ ।
ଭୀଷଣ ବାତ୍ୟା ରୂପ ନେଇ ସ୍ଥଳଭାଗ ଛୁଇଁପାରେ । କେଉଁଠି ଲ୍ୟାଣ୍ଡଫଲ୍ କରିବ ଅବପାତ ପରେ ଆକଳନ କରାଯାଇ ପାରିବ ।
ବାତ୍ୟା ‘ଦାନା’ର ଗତିପଥ ନେଇ ଆଇଏମଡି ଏବେ ନୂଆ ସୂଚନା ଦେଇଛି । ବାତ୍ୟା ଓଡ଼ିଶାକୁ ହିଟ କରିବା ସମ୍ଭାବନା ରହିଛି । ଉତ୍ତର ଓଡ଼ିଶାକୁ ହିଟ କରିବା ସମ୍ଭାବନା ରହିଛି । ପୁରୀ ଓ ସାଗୀ ଦ୍ୱୀପ ମଧ୍ୟରେ ଏହା କୂଳ ଛୁଇଁପାରେ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି । ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳ ସୁଦ୍ଧା ବାତ୍ୟା କୂଳ ଛୁଇଁବ ।
ଭୀଷଣ ବାତ୍ୟା ରୂପ ନେଇ ଏହା କୂଳ ଛୁଇଁପାରେ । ଏହି ସମୟରେ ପବନର ବେଗ ୧୦୦ରୁ ୧୨୦ କିମି ଭିତରେ ରହିବ । ବାତ୍ୟାର ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଏବଂ ଗଜପତି ଜିଲାରେ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବାର ଅନୁମାନ କରାଯାଇଛି । ଏହି ସମୟରେ ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ୩୦ରୁ ସେମିରୁ ଊର୍ଦ୍ଧ୍ବ ବର୍ଷା ସମ୍ଭାବନା ମଧ୍ୟ ରହିଛି। ବିଶେଷ କରି ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲାରେ ଅଧିକ ବର୍ଷା ହେବ ।

ସେପଟେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ନେଇ ସରକାର ଆରମ୍ଭ କରିଛନ୍ତି ପ୍ରସ୍ତୁତି। ରାଜ୍ୟ ଜରୁରୀକାଳୀନ ଅପରେସନ୍ ସେଣ୍ଟରରେ ସାଇକ୍ଲୋନ ଗତିବିଧି ଉପରେ ନଜର ରଖିଛନ୍ତି ଏସଆରସି ଅଫିସର ଅଧିକାରୀ । ରାତି ସାରା ଅଧିକାରୀମାନେ ସ୍ଥିତି ଓ ମୁକାବିଲା ଉପରେ ନଜର ରଖିଛନ୍ତି । ଯେଉଁ ଜିଲ୍ଲା ଗୁଡ଼ିକରେ ବର୍ଷା ହେବ ସେସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କରାଯାଇଛି । ୨୬ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା । ସତର୍କ ସୂଚନା ପରେ ଗଭୀର ସମୁଦ୍ରରୁ ଫେରି ଆସୁଛନ୍ତି ମତ୍ସ୍ୟଜୀବୀ । ତଳିଆ ଅଞ୍ଚଳ ଲୋକଙ୍କୁ ବାତ୍ୟା ଆଶ୍ରୟ ସ୍ଥଳରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ଆଶ୍ରୟସ୍ଥଳୀ ବ୍ୟବସ୍ଥିତ କରିବା ସହ ଗର୍ଭବତୀଙ୍କୁ ନିକଟସ୍ଥ ହସ୍ପିଟାଲକୁ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ, ଜିରୋ କାଜୁଆଲିଟି ଲକ୍ଷ୍ୟ ରହିଛି ବୋଲି କୁହାଯାଇଛି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 24 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ

    • By jmjnewso
    • September 15, 2026
    • 52 views
    ଗୋପାଳପୁର ଆହାର କେନ୍ଦ୍ର ବନ୍ଦ,ଖାଇବାକୁ ନପାଇ ଫେରିଗଲେ ଲୋକେ