ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆଇପିଏସ ଅଧିକାରୀ ଅନୁଗୁ ଶିବା ମାରୁତି ରେଡ୍ଡୀ ମଙ୍ଗଳବାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟିଙ୍କ ଏଡିସି (ଏଡ୍-ଡି-କ୍ୟାମ୍ପ) ଭାବେ ଯୋଗ ଦେଇଛନ୍ତି। ଲୋକ ଭବନରେ ଏକ ଔପଚାରିକ ସମାରୋହରେ ଶ୍ରୀ ରେଡ୍ଡୀଙ୍କୁ ନୂତନ ଦାୟିତ୍ୱରେ ରାଜ୍ୟପାଳ ସ୍ୱାଗତ କରିଛନ୍ତି। ଏହି ଅବସରରେ ରାଜ୍ୟପାଳଙ୍କ କମିଶନର-ତଥା- ଶାସନ ସଚିବ ଡ.ରୂପା ରୋଶନ ସାହୁଙ୍କ ସମେତ ରାଜ୍ୟପାଳଙ୍କ ସଚିବାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ନୂତନ ପଦବୀ ଗ୍ରହଣ କରିବା ପୂର୍ବରୁ ଶ୍ରୀ ରେଡ୍ଡୀ ଜି. ଉଦୟଗିରିର ସବ୍-ଡିଭିଜନାଲ୍ ପୋଲିସ୍ ଅଫିସର୍ (ଏସଡିପିଓ) ଭାବେ କାର୍ଯ୍ୟରତ ଥିଲେ। ପୂର୍ବରୁ ରାଜ୍ୟପାଳଙ୍କ ପୋଲିସ ଏଡିସି ଭାବେ କାର୍ଯ୍ୟରତ ଥିବା ଆଇପିଏସ୍ ଅଧିକାରୀ ଅନନ୍ୟା ଅୱସ୍ଥୀଙ୍କ ସ୍ଥାନରେ ଶ୍ରୀ ରେଡ୍ଡୀ ଯୋଗ ଦେଇଛନ୍ତି।

ଓଡ଼ିଶା ରାଜ୍ୟପାଳଙ୍କୁ ଦୁଇ ଜଣ ଏଡିସି ସହାୟତା କରିଥାନ୍ତି I ଜଣେ ଭାରତୀୟ ନୌସେନାରୁ ଓ ଅନ୍ୟ ଜଣେ ଓଡ଼ିଶା ପୋଲିସରୁ। ବର୍ତ୍ତମାନ ଲେଫ୍ଟନାଣ୍ଟ ହର୍ଷିତ ଦେଓ ନୌସେନା ଏଡିସି ଭାବେ କାର୍ଯ୍ୟ କରୁଥିବା ବେଳେ ଶ୍ରୀ ରେଡ୍ଡୀ ପୋଲିସ୍ ଏଡିସି ଭାବେ ଯୋଗ ଦେଇଛନ୍ତି।

ଏଡିସି ରାଜ୍ୟପାଳଙ୍କ ଔପଚାରିକ କାର୍ଯ୍ୟକ୍ରମ, ଆନୁଷ୍ଠାନିକ ଉତ୍ସବ ଏବଂ ଅନ୍ୟାନ୍ୟ ପ୍ରୋଟୋକଲ୍ ସମ୍ପର୍କୀୟ ଦାୟିତ୍ୱରେ ସହାୟତା କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରନ୍ତି।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 37 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 29 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 50 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 30 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 21 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି