ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ ; ସଞ୍ଜୟ କୁମାର ବିଶ୍ୱାଳ ହେଲେ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ

Spread the love


ଭୁବନେଶ୍ବର: ଜେଏମଜେ ନ୍ୟୁଜ : ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ । ରାଜ୍ୟ ସରକାରଙ୍କ ତରଫରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବୀରେନ୍ଦ୍ର କୋରକୋରା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ପଦବୀରୁ ବଦଳି ହୋଇ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି । ଆରାଧନା ଦାସ ସ୍ୱରାଷ୍ଟ୍ର ବିଭାଗର ଅତିରିକ୍ତ ଶାସନ ସଚିବ ପଦବୀରୁ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ।ସେହିଭଳି ଯୁଗଳକିଶୋର ଦାସ ଅନ୍ୟାନ୍ୟ ପଛୁଆ ବର୍ଗ ନିର୍ଦ୍ଦେଶକ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି। ଅର୍ଚ୍ଚନା ଦାସ ପଟ୍ଟନାୟକ ଅବକାରୀ ବିଭାଗର ଅତିରିକ୍ତ ଶାସନ ସଚିବରୁ ଆୟୁଷ (AYUSH) ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ପାଇଛନ୍ତି। ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ପଦବୀରୁ ବଦଳି ହୋଇ ଅବକାରୀ ବିଭାଗର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି ।ସଞ୍ଜୟ କୁମାର ବିଶ୍ୱାଳ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଶାସନ ସଚିବରୁ ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଇଛନ୍ତି । ସୁନ୍ଦର ମାଧବ ପାତ୍ର ପୂର୍ତ୍ତ ବିଭାଗର ଉପଶାସନ ସଚିବରୁ ଓଡ଼ିଶା ନୌବାଣିଜ୍ୟ ବୋର୍ଡର ମୁଖ୍ୟ ପରିଚାଳନା ଅଧିକାରୀ ଭାବେ ନିଯୁକ୍ତ ହୋଇଛନ୍ତି। ଏହାସହ ସେ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (OSRTC) ର ମହାପ୍ରବନ୍ଧକ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 52 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା