ପୂର୍ବତନ ଡିଜିପି ୱାଇ.ବି ଖୁରାନିଆଙ୍କୁ କାରଣ ଦର୍ଶାଅ ନୋଟିସ୍‌

Spread the love


ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ପୂର୍ବତନ ପୋଲିସ ମହାନିର୍ଦ୍ଦେଶକ(DGP)ଯୋଗେଶ ବାହାଦୂର ଖୁରାନିଆଙ୍କୁ କାରଣ ଦର୍ଶାଅ ନୋଟିସ । କୋର୍ଟଙ୍କ ଆଦେଶ କାର୍ଯ୍ୟକାରୀ ନହେବା ଏବଂ ଅଦାଲତ ଅବମାନନା ଅଭିଯୋଗରେ ତାଙ୍କ ବିରୋଧରେ ନୋଟିସ ଜାତି କରିଛନ୍ତି ମାନ୍ୟବର ଓଡିଶା ହାଇକୋର୍ଟ । ତେବେ ସେ ଅବସର ନେଇଥିଲେ ମଧ୍ୟ ଅଧିକାରୀଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା ଚାଲିବ ବୋଲି ହାଇକୋର୍ଟ ନିର୍ଦେଶ ଦେଇଛନ୍ତି ।ଏକ ଗୁରୁତ୍ୱପୂର୍ଣ୍ଣ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି ଓଡ଼ିଶା ହାଇକୋର୍ଟ ।

ଅଦାଲତ ଅବମାନନା ମାମଲାରେ ବିଭ୍ରାନ୍ତିମୂଳକ ସତ୍ୟପାଠ ଦାଖଲ ହେବା ଅଭି‌ଯୋଗକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି । ଗତ ୨୦୨୫, ସେପ୍ଟେମ୍ବର ୨୫ର ଆଦେଶର ଜାଣିଶୁଣି ଉଲ୍ଲଂଘନ ପାଇଁ କାହିଁକି ତାଙ୍କ ବିରୋଧରେ ଅଦାଲତ ଅବମାନନା ଆଇନର ଧାରା ୧୨ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ, ସେ ନେଇ କାରଣ ଦର୍ଶାଇବାକୁ ୱାଇ.ବି ଖୁରାନିଆଙ୍କୁ ନୋଟିସ୍ ଜାରି କରିଛନ୍ତି ହାଇକୋର୍ଟ । ସେ ଅବସର ନେଇ ସାରିଥିବାରୁ ପୋଲିସ ଆଇଜି (ପର୍ସୋନେଲ) ତାଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରଦାନ କରିବେ । କାରଣ ଦର୍ଶାଅ ନୋଟିସ ପାଇବାର ୭ ଦିନ ଭିତରେ ୱା.ବି ଖୁରାନିଆ ଜବାବ ରଖିବେ ବୋଲି ହାଇକୋର୍ଟ କହିଛନ୍ତି । ଯଦି ଏଥିରେ ଅବହେଳା ହୁଏ ତେବେ ଭାରପ୍ରାପ୍ତ ଡିଜିପି ଓ ଆଇଜି (ପର୍ସୋନେଲ) ସେପ୍ଟେମ୍ବର ୨୮ତାରିଖରେ ବ୍ୟକ୍ତିଗତ ଭାବେ ହାଜର ହେବେ ବୋଲି ହାଇକୋର୍ଟ କହିଛନ୍ତି । ତେବେ ମାମଲାର ଶୁଣାଣି ବେଳେ ସରକାରଙ୍କ ତରଫରୁ ଦର୍ଶାଯାଇଥିଲା ଯେ ୱା.ବି ଖୁରାନିଆ ଗତ ଅଗଷ୍ଟ ୧୬ରେ ଅବସର ଗ୍ରହଣ କରିସାରିଥିବାରୁ ମାମଲାକୁ ବନ୍ଦ କରାଯାଉ ।
ସୂଚନାନୁସାରେ, ଗତ ୨୦୧୭ରେ ସାଗରିକା ପରିଡ଼ା ପୋଲିସ ଏସଆଇ ଭାବେ ନିଯୁକ୍ତି ପାଇଥିଲେ । ତାଙ୍କ ବିରୋଧରେ କୌଣସି ଫୌଜଦାରୀ ମାମଲା ନଥିବା ତଥ୍ୟ ସେ ଦାଖଲ କରିଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କ ବି‌ରୋଧରେ ଏରସମା ଥାନାରେ ତିନୋଟି ଫୌଜଦାରୀ ମାମଲା ଅତୀତରେ ପଞ୍ଜୀକୃତ ହୋଇଥିବା ଅଭିଯୋଗ ହୋଇଥିଲା । ଏହାପରେ ତାଙ୍କୁ ୨୦୨୦, ନଭେମ୍ବର ୧୨ରେ କାର୍ଯ୍ୟରୁ ଅନ୍ତର କରାଯାଇଥିଲା । ଏପରି ନିର୍ଦ୍ଦେଶ ବିରୋଧରେ ସେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ମାମଲାର ଶୁଣାଣି ବେଳେ ତାଙ୍କ ତରଫରୁ ଦର୍ଶାଯାଇଥିଲା ଯେ ତଥା କଥିତ ସମସ୍ତ ଫୌଜଦାରୀ ମାମଲାରେ ସେ ଅଦାଲତରେ ଦୋଷମୁକ୍ତ ହୋଇଥିଲେ ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 15 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 44 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 31 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 50 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା