୨୬ କିଲୋଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ

Spread the love

ବୌଦ୍ଧ: ଜେଏମଜେ ନ୍ୟୁଜ : ( ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଅବକାରୀ ବିଭାଗ ପକ୍ଷରୁ ମାଦକଦ୍ରବ୍ୟ ବିରୋଧୀ ଅଭିଯାନକୁ ଜୋରଦାର କରାଯାଇଥିବା ବେଳେ ମନମୁଣ୍ଡା ଥାନା ଅନ୍ତର୍ଗତ ଲୁମୁରୁଜେନା ଗ୍ରାମରେ ଚଢ଼ାଉ କରାଯାଇ ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଛି। ଏହି ଘଟଣାରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି।
ବୌଦ୍ଧ ଅବକାରୀ ରେଞ୍ଜ ଇନ୍ସପେକ୍ଟର ଦିଲୀପ କୁମାର ଶତପଥୀଙ୍କ ନେତୃତ୍ୱରେ ଅବକାରୀ କର୍ମଚାରୀମାନେ ମନମୁଣ୍ଡା ଥାନା ଅଞ୍ଚଳର ଲୁମୁର୍ଜେନା ଗ୍ରାମରେ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ସେହି ଗ୍ରାମର ବଳଭଦ୍ର କର୍ଣ୍ଣଙ୍କ ପୁଅ ରଞ୍ଜିତ କର୍ଣ୍ଣ (୪୫)ଙ୍କ ନିକଟରୁ ଚୋରା ଚାଲାଣ ପାଇଁ ରଖାଯାଇଥିବା ୨୬ କିଲୋଗ୍ରାମ ଗଞ୍ଜେଇ ଜବତ କରାଯାଇଥିଲା।
ଏନେଇ ଅବକାରୀ ବିଭାଗ ପକ୍ଷରୁ କେସ୍ ନମ୍ବର ୨୯/୨୦୨୬-୨୭ ରୁଜୁ କରାଯାଇଛି। ଗିରଫ ଅଭିଯୁକ୍ତ ରଞ୍ଜିତ କର୍ଣ୍ଣଙ୍କୁ କଣ୍ଟାମାଳ କୋର୍ଟରେ ହାଜର କରାଯିବା ପରେ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଜେଲ୍‌କୁ ପଠାଯାଇଛି।
ଏହି ଚଢ଼ାଉ ଓ ତଦନ୍ତରେ ଅବକାରୀ ଇନ୍ସପେକ୍ଟର ଶତପଥୀ ଙ୍କ ସହିତ ଅବକାରୀ ଇନ୍ସପେକ୍ଟର ଏସ୍‌.କେ. ମିଶ୍ର, ଅବକାରୀ ଏଏସ୍‌ଆଇ ଅସିତ୍ କୁମାର ପ୍ରଧାନ, ଅବକାରୀ କନଷ୍ଟେବଲ ନିରଞ୍ଜନ ମଲ୍ଲିକ, ଲୋକନାଥ ଭୋଇ ଓ ପଞ୍ଚମୀ ବେହେରାଙ୍କ ସମେତ ଅନ୍ୟାନ୍ୟ ଅବକାରୀ କର୍ମଚାରୀ ସାମିଲ ଥିଲେ।
ବୌଦ୍ଧ ଜିଲ୍ଲାରେ ଅବୈଧ ଗଞ୍ଜେଇ ଚାଲାଣ ଓ ମାଦକଦ୍ରବ୍ୟ କାରବାର ବିରୋଧରେ ଅବକାରୀ ବିଭାଗର ଏଭଳି ଚଢ଼ାଉ ଆଗାମୀ ଦିନରେ ମଧ୍ୟ ଜାରି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

  • jmjnewso

    Related Posts

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    Spread the love

    Spread the loveଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲ୍ଲାରେ କାର୍ଯ୍ୟରତ ଗାଁ ସାଥୀ ମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାଜ୍ୟ ଗାଁ ସାଥୀ ମହାସଂଘର ଗଞ୍ଜାମ ଶାଖା ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।ମହାସଂଘର ଶତାଧିକ…

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    Spread the love

    Spread the loveଛତ୍ରପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ ସମସ୍ୟା ଉପସ୍ଥାପନ କରୁଥିବା ସମୟରେ ମହିଳା ସରପଞ୍ଚ ଜୟନ୍ତୀ ବେହେରାଙ୍କୁ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 15 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 44 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 31 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 50 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା