ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଡିଭାଇଡର କୁ ପିଟିଲା କାର 4ଆହତ

Spread the love

ପୁରୁଷୋତ୍ତମପୁର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ନିର୍ମିତ ଡିଭାଇଡରରେ ଅନ୍ଧାର ଯୋଗୁଁ ଏକ କାର୍ (OR 02 BX 9131) ପିଟିହୋଇ ଓଲଟି ପଡ଼ିବାରୁ ଗୋଟିଏ ପରିବାରର ୪ ଜଣ ଗୁରୁତର ଆହତ ହୋଇଛନ୍ତି।ଆହତମାନେ ହେଲେ ବ୍ରହ୍ମପୁର ସିଦ୍ଧାର୍ଥ ନଗରର ରବିନ୍ଦ୍ର ପଟ୍ଟନାୟକ (୫୫), ସୁମିତ୍ରା ପଟ୍ଟନାୟକ (୫୦), ଦୀପକ ପଟ୍ଟନାୟକ (୩୦) ଏବଂ ପୋଲସରା ଥାନା ହାତୀଓଠ ଗ୍ରାମର ଉର୍ମିଳା ପଟ୍ଟନାୟକ (୭୦)। ଏମାନେ ବ୍ରହ୍ମପୁରରୁ ହାତୀଓଠ ଯାଉଥିବା ବେଳେ ଏହି ଅଘଟଣ ଘଟିଥିଲା। ଖବର ପାଇ ଦମକଳ ବାହିନୀ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।

ତେବେ ସ୍ୱାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ତହସିଲଦାର ବିନୋଦ କୁମାର ବେହେରା ସ୍ଥିତି ଅନୁଧ୍ୟାନ କରିବା ସହ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର ପାଇଁ ୧୦୮ ଆମ୍ବୁଲାନ୍ସକୁ ଜଣାଇଥିଲେ। ମାତ୍ର ମେଡିକାଲ ପରିସରରେ ଆମ୍ବୁଲାନ୍ସ ଥାଇ ମଧ୍ୟ ସମ୍ପୃକ୍ତ କଲ ସେଣ୍ଟର ସଂସ୍ଥା ଏହାକୁ ଗୁରୁତ୍ୱ ଦେଇନଥିଲା। ଦୀର୍ଘ ସମୟ ଧରି ଆହତମାନେ ଯନ୍ତ୍ରଣାରେ ଛଟପଟ ହୋଇ ପଡ଼ିରହିବାରୁ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଥିଲା।ଶେଷରେ ତହସିଲଦାର ନିଜେ ଏକ ଘରୋଇ ଗାଡ଼ିରେ କିଛି ଆହତଙ୍କୁ ବ୍ରହ୍ମପୁର ପଠାଇଥିବା ବେଳେ ପରବର୍ତ୍ତୀ ସମୟରେ ବେଲଗାଁରୁ ଅନ୍ୟ ଏକ ଆମ୍ବୁଲାନ୍ସ ଆସି ଅବଶିଷ୍ଟ ଆହତଙ୍କୁ ବ୍ରହ୍ମପୁର ନେଇଥିଲା। ଜଣେ ତହସିଲଦାରଙ୍କ କଲକୁ ଆମ୍ବୁଲାନ୍ସ କର୍ତ୍ତୃପକ୍ଷ ଗୁରୁତ୍ୱ ଦେଉନଥିବାରୁ ସାଧାରଣ ଲୋକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଦାୟିତ୍ୱହୀନତା ପାଇଁ ସମ୍ପୃକ୍ତ ଆମ୍ବୁଲାନ୍ସ କର୍ମଚାରୀଙ୍କ ବିରୋଧରେ ତୁରନ୍ତ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହୋଇଛି।

  • jmjnewso

    Related Posts

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    Spread the love

    Spread the loveବୁଗୁଡ଼ା,୧୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୩ ଅନ୍ତର୍ଗତ ଅରବିନ୍ଦ ନଗର ତୃତୀୟ ଲାଇନରୁ ପରିବା ବଜାରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି…

    ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 52 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା