ପାରଳାଖେମୁଣ୍ଡି : ଜେଏମଜେ ନ୍ୟୁଜ : ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ର ପ୍ରଥମ ମହଲାରେ ଆଜି ଭୟାବହ ନିଆଁ ଲାଗିଛି । ଏହି ଅଗ୍ନିକାଣ୍ଡ କାର୍ଯ୍ୟାଳୟର ସର୍ଭର ରୁମ୍ ସମ୍ପୂର୍ଣ୍ଣ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି ।

ସୂଚନା ପାଇ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ କରିଥିଲେ ।ପ୍ରାଥମିକ ଭାବେ ବିଦ୍ୟୁତ୍ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ତେବେ ନିଆଁ ଲାଗିବାର ପ୍ରକୃତ କାରଣ ଜଣାପଡି ନଥିବା ବେଳେ ଅଗ୍ନିକାଣ୍ଡରେ ହୋଇଥିବା ସମ୍ପୂର୍ଣ୍ଣ କ୍ଷୟକ୍ଷତି ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି କୁହାଯାଉଛି ।






