ଜିଲ୍ଲା ସ୍ତରୀୟ ସମରସ ସଂକଳ୍ପ ଅଭିଯାନ

Spread the love

ବୁଗୁଡ଼ା, ୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ସନ୍ଥ ଶିରୋମଣି ଗୁରୁ ଶ୍ରୀ ରବୀଦାସଙ୍କ ୬୫୦ତମ ଜନ୍ମ ଜୟନ୍ତୀ ବର୍ଷ ଉପଲକ୍ଷେ ସାମାଜିକ ସମରସତା, ଭ୍ରାତୃତ୍ୱ ଓ ସମାନତାର ବାର୍ତ୍ତା ପ୍ରଚାର ଉଦ୍ଦେଶ୍ୟରେ “ସମରସ ସଂକଳ୍ପ ଅଭିଯାନ” ଓ “କଳସ ବନ୍ଦନ ଅଭିଯାନ” ଆୟୋଜିତ ହୋଇଯାଇଛି।ଏହି ଅବସରରେ ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ କରଚୁଲି ଠାରେ ଘୁମୁସର ଭଞ୍ଜନଗର ସାଂଗଠାନିକ ଜିଲ୍ଲା ସ୍ତରୀୟ “କଳସ ବନ୍ଦନ ଅଭିଯାନ” ଅନୁଷ୍ଠିତ ହୋଇଥିଲା।

ଘୁମୁସର ଭଞ୍ଜନଗର ଜିଲ୍ଲା ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ଗନ୍ଧମାର୍ଦନ ସେଠୀଙ୍କ ଆବାହନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ବାଇଧର ମଲ୍ଲିକ, ଆସିକା ସାଂସଦ ଅନିତା ସୁଭଦର୍ଶିନୀ ପଟ୍ଟନାୟକ, କରଚୁଲି ବ୍ୟାଘ୍ରମ୍ବରୀ ମଠାଧୀଶ ସତ୍ୟାନନ୍ଦ ଗିରୀ ମହାରାଜ, କରଚୁଲି ମଣ୍ଡଳ ସଭାପତି ସୁନୀଲ ପ୍ରଧାନ, ଜିଲ୍ଲା ଅନୁସୂଚିତ ଜାତି ମୋର୍ଚ୍ଚା ସାଧାରଣ ସମ୍ପାଦକ ବିକାଶ ରଞ୍ଜନ ବେହେରା, କୋଷାଧ୍ୟକ୍ଷ ବାବାଜୀ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ଗୁରୁ ରବୀଦାସଙ୍କ ଜୀବନାଦର୍ଶ ଓ ସାମାଜିକ ସଦ୍ଭାବ ଉପରେ ଆଲୋଚନା କରିଥିଲେ।ଏହି ଅବସରରେ ଗୁରୁ ଶ୍ରୀ ରବୀଦାସଙ୍କ ଜନ୍ମଭୂମିରୁ ଆସିଥିବା ପବିତ୍ର ମାଟି ଭର୍ତ୍ତି କଳସକୁ ସମସ୍ତ ମଣ୍ଡଳ ସଭାପତିମାନଙ୍କୁ ବଣ୍ଟନ କରାଯାଇଥିଲା।କାର୍ଯ୍ୟକ୍ରମରେ ବହୁ ସାଧୁସନ୍ଥଙ୍କ ସମେତ କରଚୁଲି ମଣ୍ଡଳ ଅନୁସୂଚିତ ଜାତି ମୋର୍ଚ୍ଚା ସଭାପତି ଶ୍ରୀନିବାସ ନାଇକ, ବୁଗୁଡ଼ା ନଗର ମଣ୍ଡଳ ସଭାପତି ମିଟୁ ସେଠୀ, ମୁଜାଗଡ଼ ମଣ୍ଡଳ ସଭାପତି ଶ୍ରୀନିବାସ ବେହେରା ଓ ସ୍ଥାନୀୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ।

  • jmjnewso

    Related Posts

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ରହିଛି ବ୍ୟବସ୍ଥା? ଜରୁରୀକାଳୀନ ପରିସ୍ଥିତିରେ…

    ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ଆଜିଠୁ ଆରମ୍ଭ ହୋଇଛି ମହାକାର୍ତ୍ତିକ ବ୍ରତ। ହିନ୍ଦୁ ଶାସ୍ତ୍ର ଅନୁଯାୟୀ କାର୍ତ୍ତିକ ମାସ ହେଉଛି ପୁଣ୍ୟର ମାସ। ହବିଷ୍ୟାଳିମାନେ ସକାଳୁ ବିଭିନ୍ନ ତୀର୍ଥ ପୁଷ୍କରିଣୀରେ ସ୍ନାନ କରିବା ପରେ ସଂକଳ୍ପ କରି…

    Leave a Reply

    Your email address will not be published. Required fields are marked *

    You Missed

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ତଳେ ପୋଖରୀର ଦୂଷିତ ଜଳ, ଉପରେ ବିପଦାତ୍ମକ ବିଦ୍ୟୁତ ତାର

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ