ରାମ ମନ୍ଦିର ଟ୍ରଷ୍ଟରେ ନୂଆ ଦାୟିତ୍ୱ! CEO ହେଲେ ଅବସରପ୍ରାପ୍ତ ଏୟାର ମାର୍ଶାଲ୍

Spread the love

ଜେଏମଜେ ବ୍ୟୁରୋ : ରାମ ମନ୍ଦିର ଟ୍ରଷ୍ଟର ପ୍ରଥମ CEO ହେଲେ ଅବସରପ୍ରାପ୍ତ ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ରା । ଅଯୋଧ୍ୟା ରାମ ମନ୍ଦିରର ପରିଚାଳନାକୁ ଆହୁରି ସୁସଂଗଠିତ ଓ ପାରଦର୍ଶୀ କରିବା ଦିଗରେ ଏହାକୁ ଏକ ବଡ଼ ପଦକ୍ଷେପ ବୋଲି କୁହାଯାଉଛି । ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ପ୍ରଥମ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ବା CEO ଭାବେ ଅବସରପ୍ରାପ୍ତ ଏୟାର ମାର୍ଶାଲ୍ ଜିତେନ୍ଦ୍ର ମିଶ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି ।ଏହା ସହ ଟ୍ରଷ୍ଟର ପରିଚାଳନା ବ୍ୟବସ୍ଥାରେ ମଧ୍ୟ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି ।

ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକରେ CEOଙ୍କ ଦାୟିତ୍ୱ ଓ ଅଧିକାରକୁ ନେଇ ନୂଆ ନିୟମ ଉପରେ ଆଲୋଚନା ହୋଇଛି । CEO ମନ୍ଦିର ଟ୍ରଷ୍ଟର ପ୍ରଶାସନିକ, ଆର୍ଥିକ ଓ ଆଇନଗତ କାର୍ଯ୍ୟର ତଦାରଖ କରିବେ । ଏଥିସହ ଦୀର୍ଘମିଆଦୀ ଯୋଜନା ପ୍ରସ୍ତୁତ କରିବା, ପରିଚାଳନାରେ ନୂଆ ବ୍ୟବସ୍ଥା ଲାଗୁ କରିବା ଏବଂ ଟ୍ରଷ୍ଟର ନିୟମାବଳୀ ପାଳନ ସୁନିଶ୍ଚିତ କରିବା ମଧ୍ୟ ତାଙ୍କ ଦାୟିତ୍ୱ ରହିବ ।ଏହାସହ ରାମ ମନ୍ଦିରର ସୁରକ୍ଷା ବ୍ୟବସ୍ଥା ପାଇଁ ଏକ ସ୍ଥାୟୀ Local Security Coordination Committee ଗଠନ କରାଯିବା ନେଇ ମଧ୍ୟ ଆଲୋଚନା ହୋଇଛି । ଟ୍ରଷ୍ଟ ପାଇଁ ଜଣେ ଅଧିକାରିକ ପ୍ରେସ୍ ପ୍ରବକ୍ତା ନିଯୁକ୍ତି ନେଇ ମଧ୍ୟ ପଦକ୍ଷେପ ନିଆଯିବ । ଅନ୍ୟପଟେ, ମନ୍ଦିରକୁ ଆସୁଥିବା ଦାନ ଓ ଅର୍ପଣକୁ ନେଇ ଉଠିଥିବା ଅଭିଯୋଗର SIT ତଦନ୍ତ ଏବଂ ସୁପ୍ରିମକୋର୍ଟରେ ଚାଲିଥିବା ପ୍ରକ୍ରିୟାର ସ୍ଥିତି ମଧ୍ୟ ସମୀକ୍ଷା କରାଯିବ ।

  • jmjnewso

    Related Posts

    ଓଡ଼ିଶାକୁ ବାତ୍ୟା ଭୟ ! ୨୬ରୁ ବଢ଼ିବ ବର୍ଷା: ବିଭିନ୍ନ ଜିଲ୍ଲାରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

    Spread the love

    Spread the loveଜେଏମଜେ ନ୍ୟୁଜ : ଓଡ଼ିଶାକୁ ମାଡ଼ି ଆସୁଛି ବାତ୍ୟା । ଆସନ୍ତାକାଲି ଅବପାତ ସୃଷ୍ଟି ହେବା ପରେ ୨୫ରେ ଗଭୀର ଅବପାତରେ ପରିଣତ ହେବ । ଏହାପରେ ୨୬ ସକାଳ ବେଳକୁ ଏହା ବାତ୍ୟାର ରୂପ ନେଇପାରେ ।…

    ବଙ୍ଗୋପସାଗରରେ ଭୀଷଣ ବାତ୍ୟା ଆଶଙ୍କା, ଓଡ଼ିଶା ପାଇଁ ବଢ଼ିଲା ଚିନ୍ତା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସୁଛି ବାତ୍ୟା ! ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ପାଣିପାଗ ବିଶେଷଜ୍ଞ ମାନେ କହିଛନ୍ତି । ଅକ୍ଟୋବର ୨୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ଓ ପୂର୍ବ କେନ୍ଦ୍ର ବଙ୍ଗୋପସାଗରରେ…

    Leave a Reply

    Your email address will not be published. Required fields are marked *

    You Missed

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ