ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଓ କଳା ଉତ୍ସବ-୨୦୨୪ ଅନୁଷ୍ଠିତ

Spread the love

ଜେଏମଜେ ନ୍ୟୁଜ :(କଳାହାଣ୍ଡି ରୁ ପ୍ରତିନିଧି ବାସୁଦେବ ଛତ୍ରିଆ )ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ଅଚ୍ୟୁତାନନ୍ଦ ଉଚ୍ଚ ବିଦ୍ୟାଳୟ ଧନପୁର ଠାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଓ କଳା ଉତ୍ସବ-୨୦୨୪ ମହା ସମାରୋହ ରେ ପାଳିତ ହୋଇଯାଇଛି।ପ୍ରଥମ ଅଧିବେଶନ ରେ ଅତିଥି ମାନଙ୍କ ଦ୍ଵାରା ବିଦ୍ୟାଦାତା ଗଣେଶ ଙ୍କ ଫୋଟୋ ଚିତ୍ରରେ ପ୍ରଦୀପ ପ୍ରଜ୍ବଳନ ସହ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶିଶୁ ମହୋତ୍ସବ ସୁରଭି ଓ କଳା ଉତ୍ସବ-୨୦୨୪ ସୁଶ୍ରୀ ମଧୁସ୍ମିତା ନାଏକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବେ କଲମପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଜୟ କୁମାର ମାଣ୍ଡାଙ୍ଗୀ ଆନୁଷ୍ଠାନିକ ଭାବେ ଶୁଭ ଉଦ୍ଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମରେ ଦୁହିତା ମାଝୀ ଜିଲ୍ଲା ପରିଷଦ ସଦସ୍ୟା, ନିହାରିକା ବେହେରା ସରପଞ୍ଚ ମୀନଗୁର,ପ୍ରିୟ ରଞ୍ଜନ ମାଝୀ ବିଦ୍ୟାଳୟ ପରିଚାଳନା କମିଟି ସଭାପତି, ପ୍ରଭାକର ଲହଜଲ ପ୍ରଧାନ ଶିକ୍ଷକ ଅଚ୍ୟୁତାନନ୍ଦ ଉଚ୍ଚ ବିଦ୍ୟାଳୟ, ହେମନ୍ତ କୁମାର ପଣ୍ଡା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜଜ, ସୁଶିଲ କୁମାର ମୁଣ୍ଡ ସହଗୋଷ୍ଠୀ ଶିକ୍ଷା ଅଧିକାରୀ ସମ୍ମାନିତ ଅତିଥି ଭାବେ ମଞ୍ଚାସିନ ଥିଲେ। ଦ୍ଵିତୀୟ ଅଧିବେଶନ ଅପରାହ୍ନ ତିନିଟା ଆରମ୍ଭ ହୋଇଥିଲା। ପ୍ରଥମେ ବରେଣ୍ୟ ଅତିଥି ମାନଙ୍କୁ ଛାତ୍ରୀ ମାନଙ୍କ ଦ୍ବାରା ପୁଷ୍ପମାଲ୍ୟ ଓ ଉପ ଢୌକନ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା। ଉକ୍ତ ପୁରସ୍କାର ବିତରଣ ଉତ୍ସବରେ,ମୁଖ୍ୟବକ୍ତା ଭାବେ ସତ୍ୟ ନାରାୟଣ ମୁଣ୍ଡଛିନା ଅଧ୍ୟକ୍ଷ ମାଁ ମାଣିକେଶ୍ବରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଟିଏଚ ରାମପୁର ,ସମ୍ମାନିତ ଅତିଥି ଭାବେ, ଟିଏଚ ରାମୁର ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ସମ୍ବିତ ରଞ୍ଜନ ସାହୁ,ଧର୍ମଗଡ଼ ବିଧାୟକ ପ୍ରତିନିଧି ବିଜୟ କୁମାର ପଣ୍ଡା, ସଭାପତି ସୁଶ୍ରୀ ମଧୁସ୍ମିତା ନାଏକ ଗୋଷ୍ଠୀ ଶିକ୍ଷା ଅଧିକାରୀ, ହେମନ୍ତ କୁମାର ପଣ୍ଡା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ, ସୁଶିଲ କୁମାର ମୁଣ୍ଡ ସହଗୋଷ୍ଠୀ ଶିକ୍ଷା ଅଧିକାରୀ, ପ୍ରଭାକର ଲହଜଳ ପ୍ରଧାନ ଶିକ୍ଷକ ଅଚ୍ୟୁତାନନ୍ଦ ଉଚ୍ଚ ବିଦ୍ୟାଳୟ, ଜିତେନ୍ଦ୍ର ପ୍ରସାଦ ନାଏକ ପ୍ରଧାନ ଶିକ୍ଷକ ମୀନଗୁର ଉ.ପ୍ରା ବିଦ୍ୟାଳୟ, ସନାତନ ଭଞ୍ଜ,ପ୍ରମୁଖ ମଞ୍ଚାସିନ ରହିଥିଲେ। ଏଥିରେ ବ୍ଲକ ଅନ୍ତର୍ଗତ ୬ ଗୋଟି କ୍ଲଷ୍ଟରର ଛାତ୍ରଛାତ୍ରୀ ‘ସୁରଭି’ଓ କଳା ଉତ୍ସବ କାର୍ଯ୍ୟକ୍ରମରେ କଣ୍ଠ ସଙ୍ଗୀତ, ପ୍ରବନ୍ଧ, ବକ୍ତୃତା, ବିତର୍କ, ପିଏମ୍ ପୋଷଣ ଚିତ୍ରକଳା ଓ ଶିଳ୍ପକଳା, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, କୁଇଜ୍‌, ଓଡ଼ିଆ ହସ୍ତାକ୍ଷର ଓ ଦୃଷ୍ଟଲିଖନ, ଚିତ୍ରାଙ୍କନ ପ୍ରଭୃତି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ସେହିପରି କଳା ଉତ୍ସବ ଏକକ ଓ ଦଳଗତ କଣ୍ଠ ସଂଗୀତ, ଯନ୍ତ୍ର ସଂଗୀତ, ନୃତ୍ୟ, ଅଭିନୟ ଚାରୁକଳା,ପାରମ୍ପରିକ ଗଳ୍ପ କଥନ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଓ ଅନ୍ୟାନ୍ୟ ଅତିଥି ମାନଙ୍କ ଦ୍ଵାରା କୃତୀ ଛାତ୍ରଛାତ୍ରୀ ମାନଙ୍କୁ ପ୍ରମାଣପତ୍ର ଓ ଟ୍ରଫି ପ୍ରଦାନ ପ୍ରଦାନ କରାଯାଇଥିଲା I ଶ୍ରେଷ୍ଠ ବିବେଚିତ ଛାତ୍ରଛାତ୍ରୀ ଆଗାମୀ ଦିନରେ ଆୟୋଜିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଉତ୍ସବରେ ଯୋଗଦେବେ ବୋଲି ଜଣାପଡିଛି l ଉକ୍ତ କାର୍ଯ୍ୟକ୍ରମ ରେ ବିଚାରକ ଭାବରେ, ଅବସରପ୍ରାପ୍ତ ଶିକ୍ଷକ ଦୟାନିଧି ବାଣୁଆ, ଶିକ୍ଷକ ରାକେଶ ନାଏକ, ମାନସ କୁମାର ପାଢ଼ୀ ରହିଥିବା ବେଳେ ଏହି କାର୍ଯ୍ୟକ୍ରମ ରେ ଶିକ୍ଷକ ନବଘନ ସାହୁ, ଅନିଲ କୁମାର ମାଝୀ, ବ୍ରଜ କିଶୋର ମିଶ୍ର ପ୍ରମୁଖ ମଞ୍ଚ ପରିଚାଳନା କରିଥିବା ବେଳେ ବ୍ଲକର ସମସ୍ତ ସିଆରସିସି,ଶିକ୍ଷକ,ଶିକ୍ଷୟିତ୍ରୀ ଓ ସ୍ଥାନୀୟ ବିଦ୍ୟାଳୟର ସମସ୍ତ କର୍ମଚାରୀ ମାନଙ୍କ ସକ୍ରିୟ ସହଯୋଗ ରହିଥିଲା।

  • Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 13 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 38 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର