ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ ପାଳିତ

Spread the love

ପୁରୁଷୋତ୍ତମପୁର :ଜେଏମଜେ ନ୍ୟୁଜ : ବିଶ୍ବର ପ୍ରାଚୀନତମ ଭାଷା ସଂସ୍କୃତ ଭାଷା। ବେଦଠାରୂ ଆରମ୍ଭ କରି ପୁରାଣ ଓ ଉପନିଷଦ ଆଦି ସଂସ୍କୃତ ଭାଷାରେ ରଚିତ। ଯୁଗେ ଯୁଗେ ସଂସ୍କୃତ ଭାଷାର ମହତ୍ତ୍ଵ ରହିଆସିଛି।ପାଠ୍ୟ ବିଷୟ ବସ୍ତୁ ଭାବେ ଏହାର ସ୍ଵତନ୍ତ୍ର ସ୍ଥାନ ରହିଛି।ସଂସ୍କୃତ ଭାଷା ହେଉଛି ସବୁ ଭାଷାମାନଙ୍କର ଜନନୀ l ତେଣୁ ପ୍ରତିବର୍ଷ ସଂସ୍କୃତ ଭାଷାର ଗୁରୁତ୍ୱ ସମ୍ବନ୍ଧରେ ସଚେତନତା ସୃଷ୍ଟି କରିବାକୁ ସଂସ୍କୃତ ଦିବସ ପାଳନ କରାଯାଉଛି।

ପ୍ରତିବର୍ଷ ଶ୍ରାବଣ ପୂର୍ଣ୍ଣିମାରେ ବିଶ୍ଵ ସଂସ୍କୃତ ଦିବସ ପାଳନ ଅବସରରେ ଆଜି ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ବ୍ଳକ୍ ଅନ୍ତର୍ଗତ ଚିଙ୍ଗୁଡ଼ିଘାଇ ସ୍ଥିତ ନେତ୍ରୋତ୍ସବ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ବିଷ୍ଣୁ ପ୍ରସାଦ ମିଶ୍ରଙ୍କ ସଭାପତିତ୍ଵରେ ସଂସ୍କୃତ ଦିବସ ପାଳନ ହୋଇଯାଇଛି l ମୁଖ୍ୟ ଅତିଥି ଭାବେ ସଂସ୍କୃତ ଶିକ୍ଷକ ବିନୋଦ ବିହାରୀ ଦାସ ଏବଂ ଅବସରପ୍ରାପ୍ତ ସଂସ୍କୃତ ଶିକ୍ଷକ ଲମ୍ବୋଦର ଶତପଥୀ ଯୋଗ ଦେଇ ସଂସ୍କୃତ ଭାଷା ଓ ଶିକ୍ଷା ଉପରେ ବିଦ୍ୟାଳୟର ଶତାଧିକ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ l ଆଜିର ଦିବସରେ ପିଲାମାନେ ସଂସ୍କୃତ ଶ୍ଳୋକ ଆବୃତ୍ତି କରିଥିଲେ।

ଏବେ ସଂସ୍କୃତ ଭାଷାର ବ୍ୟବହାର ଧୀରେ ଧୀରେ କମିଯାଉଛି ବୋଲି ଏହି ଗୁରୁତ୍ଵପୂର୍ଣ୍ଣ ଆଲୋଚନା କରିଥିଲେ l ଆଲୋଚିତ କାର୍ଯ୍ୟକ୍ରମରେ ପିଲାମାନଙ୍କ ମଧ୍ୟରେ ଶ୍ଳୋକ ଓ ତର୍କ ପ୍ରତିଯୋଗୀତା କରାଯାଇ ପୁରସ୍କୃତ କରାଯାଇଥିଲା।

କାର୍ଯ୍ୟକ୍ରମକୁ ବିଦ୍ୟାଳୟର ଶିକ୍ଷକ ଚନ୍ଦ୍ରଦାସ ସାମଲ, ମନୋଜ କୁମାର ସାହୁ, ପି. ଲୋକେଶ୍ଵର ରାଓ ,ଅମିତ୍ରୀ ବେହେରା , ସାଗର ପ୍ରଧାନ , ସମେତ ସମସ୍ତ କର୍ମଚାରୀ ସହଯୋଗ କରିଥିଲେ l ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଶ୍ରୀ ଲକ୍ଷ୍ମୀଧର ସାହୁ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ l

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ