ବିଦ୍ୟୁତ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ମହିଳା ଗୁରୁତର

Spread the love

ବୁଗୁଡ଼ା,୦୩/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ମାଣିତରା ପଞ୍ଚାୟତ ତାମ୍ବିରି ଗ୍ରାମରେ ଟ୍ରାନ୍ସଫର୍ମରରେ ଲାଗି ଜଣେ ମହିଳା ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି।

ଆହତ ମହିଳା ଜଣକ ହେଲେ ସୁଦେଷ୍ଣା ନାଇକ (୪୯)।ସୂଚନା ଅନୁଯାୟୀ, ଆଜି ଭୋର ପ୍ରାୟ ୫ଟା ସମୟରେ ସୁଦେଷ୍ଣା ଗାଧୋଇବା ପାଇଁ ଯାଉଥିବା ବେଳେ ଗ୍ରାମ ମଝିରେ ଅଙ୍ଗନୱାଡି କେନ୍ଦ୍ର ଓ ପୋଖରୀ ନିକଟରେ ଥିବା ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇଥିଲେ। ଘଟଣା ଜାଣିବା ପରେ ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଚିକିତ୍ସା ପାଇଁ ମେଡିକାଲକୁ ପଠାଇଥିଲେ।ତେବେ ଘଟଣାସ୍ଥଳ ନିକଟରେ ଏକ ଅଙ୍ଗନୱାଡି କେନ୍ଦ୍ର ରହିଥିବା ବେଳେ ସେଠାରେ ଅନେକ ଛୋଟ ଛୋଟ ଶିଶୁ ପାଠ ପଢ଼ୁଛନ୍ତି। ଗ୍ରାମ ମଧ୍ୟରେ ଟ୍ରାନ୍ସଫର୍ମର ରହିଥିଲେ ମଧ୍ୟ ଏହାର ଚାରିପାଖରେ କୌଣସି ସୁରକ୍ଷା ପାଚେରୀ ନଥିବାରୁ ସାଧାରଣ ଲୋକଙ୍କ ସମେତ ଅଙ୍ଗନୱାଡି କେନ୍ଦ୍ରର ଶିଶୁମାନଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି।ଏଭଳି ଘଟଣା ପୁନରାବୃତ୍ତି ନହେବା ପାଇଁ ଗ୍ରାମବାସୀ ତୁରନ୍ତ ଟ୍ରାନ୍ସଫର୍ମର ଚାରିପାଖରେ ସୁରକ୍ଷା ପାଚେରୀ ନିର୍ମାଣ କରିବାକୁ ବିଦ୍ୟୁତ ବିଭାଗ ନିକଟରେ ଦାବି କରିଛନ୍ତି।

  • jmjnewso

    Related Posts

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    Spread the love

    Spread the loveବୁଗୁଡ଼ା,୧୧/୦୯ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ): ବୁଗୁଡ଼ା ଏନଏସିର ଓ୍ବାର୍ଡ ନଂ-୩ ଅନ୍ତର୍ଗତ ଅରବିନ୍ଦ ନଗର ତୃତୀୟ ଲାଇନରୁ ପରିବା ବଜାରକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ଏନ୍ଏସି ପ୍ରଶାସନର ଦୃଷ୍ଟି ଆଢୁଆଳରେ ରହିଥିବା ଏହି…

    ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 53 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା