ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

Spread the love

ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ ମଧ୍ୟ ଚାଲିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖି ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷକ ଏବଂ ଛାତ୍ରଛାତ୍ରୀମାନେ ମିଳିମିଶି ଏହି ଦିବସର ମହତ୍ତ୍ୱ ଉପଲବ୍ଧି କରିବା ସହ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରିବେ। ତେବେ ଉତ୍ସବ ସମାପ୍ତ ହେବା ପରେ ପ୍ରତିଦିନ ପରି ସ୍ୱାଭାବିକ ଭାବେ ଶ୍ରେଣୀଗୃହ ଶିକ୍ଷାଦାନ ଆରମ୍ଭ ହେବ। ଏହି ଦିନଗୁଡ଼ିକରେ କୌଣସି ଅତିରିକ୍ତ ବିଶ୍ରାମ ସମୟ କିମ୍ବା ଅଧା ଦିନ ଛୁଟି ମିଳିବ ନାହିଁ । ପୂର୍ବରୁ ଅନେକ ସ୍କୁଲରେ କେବଳ ଉତ୍ସବ ପାଳନ ପରେ ଛାତ୍ରଛାତ୍ରୀଙ୍କୁ ଛୁଟି ଦିଆଯାଉଥିବାରୁ ପାଠପଢ଼ା ବାଧାପ୍ରାପ୍ତ ହେଉଥିଲା। ତେଣୁ ଶିକ୍ଷାଦାନ ଦିବସର ସଦୁପଯୋଗ ତଥା ସମୟ ମଧ୍ୟରେ ପାଠ୍ୟକ୍ରମ ଶେଷ କରିବା ଲକ୍ଷ୍ୟରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ଏହି ନିୟମକୁ କଡ଼ାକଡ଼ି ଭାବେ ପାଳନ ହେବ

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 37 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 30 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 27 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 44 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 30 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 21 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି