ପେପରଲେସ୍‌ ହେବ ଦଲିଲ ପଞ୍ଜୀକରଣ, ୪ ପୃଷ୍ଠାରେ ରହିବ ସୀମିତ

Spread the love


ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଏଣିକି ପେପରଲେସ୍‌ ହେବ ଦଲିଲ୍‌ ପଞ୍ଜୀକରଣ । ଏଥିପାଇଁ ପୁରୁଣା ନିୟମରେ ସଂଶୋଧନ କରାଯିବ । ଏହା ସହ ପଞ୍ଜୀକରଣ ଦଲିଲକୁ ମାତ୍ର ୪ ପୃଷ୍ଠାରେ ସୀମିତ ରଖିବାକୁ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର । ନାଗରିକକୈନ୍ଦ୍ରିକ, ସ୍ୱଚ୍ଛ ଓ ସମ୍ପୂର୍ଣ୍ଣ ଡିଜିଟାଲ୍‌ ପଞ୍ଜୀକରଣ ବ୍ୟବସ୍ଥା ଲକ୍ଷ୍ୟରେ ସରକାର ଏହି ପଦକ୍ଷେପ ନେଉଥିବା କହିଛନ୍ତି ରାଜସ୍ୱ ମନ୍ତ୍ରୀ ।ଗତକାଲି ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ବସିଥିଲା ।

ବୈଠକରେ ପେପରଲେସ୍‌ ଡିଡ୍‌ ରେଜିଷ୍ଟ୍ରେସନ୍‌ ବ୍ୟବସ୍ଥା ପ୍ରଚଳନ ପାଇଁ Registration Act, 1908ରେ ଆବଶ୍ୟକ ସଂଶୋଧନ ନେଇ ଆଲୋଚନା ହୋଇଛି । ଆଗକୁ ଏହାକୁ କ୍ୟାବିନେଟ୍‌ ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ। ଏହାପରେ ବିଧାନସଭାରେ ବିଲ୍‌ ଆଗତ କରାଯିବ । ପଞ୍ଜୀକରଣଯୋଗ୍ୟ ଦଲିଲ ପାଇଁ Standard Templates ପ୍ରସ୍ତୁତ କରାଯିବ । ନିର୍ଦ୍ଦିଷ୍ଟ ବର୍ଗର ଦଲିଲ ପାଇଁ ସମ୍ପୂର୍ଣ୍ଣ ଇଲେକ୍ଟ୍ରୋନିକ୍‌ ପଞ୍ଜୀକରଣ ବ୍ୟବସ୍ଥା କରାଯିବ ।
ଇଲେକ୍ଟ୍ରୋନିକ୍‌ ଭାବେ ଜାରି ହେବାକୁ ଥିବା ରେଜିଷ୍ଟ୍ରେସନ୍‌ ସାର୍ଟିଫିକେଟ୍‌ରେ ଇଲେକ୍ଟ୍ରୋନିକ୍‌ ସିଗ୍ନେଚର ଓ ଇଲେକ୍ଟ୍ରୋନିକ୍‌ ସିଲ୍‌ ରହିବ । ଏହାର ଆଇନଗତ ବୈଧତା ଭୌତିକ ପ୍ରମାଣପତ୍ର ସହ ସମାନ ରହିବ । ଏହାସହ ପଞ୍ଜୀକରଣ ରେକର୍ଡକୁ ଲ୍ୟାଣ୍ଡ ରେକର୍ଡ, ରାଜସ୍ୱ ରେକର୍ଡ, ପୌରାଞ୍ଚଳ, ପ୍ଲାନିଂ ଅଥରିଟି, ଅର୍ଥନୈତିକ ଅନୁଷ୍ଠାନ ସମେତ ଅନ୍ୟାନ୍ୟ ସରକାରୀ ବ୍ୟବସ୍ଥା ସହ ଡିଜିଟାଲ୍‌ ଭାବେ ସଂଯୋଗ କରାଯିବ । ପଞ୍ଜୀକରଣ ରେକର୍ଡ, ଲ୍ୟାଣ୍ଡ ରେକର୍ଡ ଓ ମ୍ୟୁଟେଶନ୍‌ ରେଜିଷ୍ଟର ମଧ୍ୟରେ ସମନ୍ୱୟ ରଖାଯିବ । ଫଳରେ ମ୍ୟୁଟେଶନ୍‌ ପ୍ରକ୍ରିୟାକୁ ମଧ୍ୟ ଇଲେକ୍ଟ୍ରୋନିକ୍‌ ଭାବେ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କରିବାର ବ୍ୟବସ୍ଥା ହେବ । ଏହାଦ୍ୱାରା ଲୋକଙ୍କୁ ଅଧିକ ସ୍ୱଚ୍ଛ, ସୁବିଧାଜନକ ଓ ଶୀଘ୍ର ପଞ୍ଜୀକରଣ ସେବା ମିଳିପାରିବ ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 15 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 44 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 31 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 50 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା