ପେପରଲେସ୍‌ ହେବ ଦଲିଲ ପଞ୍ଜୀକରଣ, ୪ ପୃଷ୍ଠାରେ ରହିବ ସୀମିତ

Spread the love


ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଏଣିକି ପେପରଲେସ୍‌ ହେବ ଦଲିଲ୍‌ ପଞ୍ଜୀକରଣ । ଏଥିପାଇଁ ପୁରୁଣା ନିୟମରେ ସଂଶୋଧନ କରାଯିବ । ଏହା ସହ ପଞ୍ଜୀକରଣ ଦଲିଲକୁ ମାତ୍ର ୪ ପୃଷ୍ଠାରେ ସୀମିତ ରଖିବାକୁ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର । ନାଗରିକକୈନ୍ଦ୍ରିକ, ସ୍ୱଚ୍ଛ ଓ ସମ୍ପୂର୍ଣ୍ଣ ଡିଜିଟାଲ୍‌ ପଞ୍ଜୀକରଣ ବ୍ୟବସ୍ଥା ଲକ୍ଷ୍ୟରେ ସରକାର ଏହି ପଦକ୍ଷେପ ନେଉଥିବା କହିଛନ୍ତି ରାଜସ୍ୱ ମନ୍ତ୍ରୀ ।ଗତକାଲି ରାଜସ୍ୱ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ବସିଥିଲା ।

ବୈଠକରେ ପେପରଲେସ୍‌ ଡିଡ୍‌ ରେଜିଷ୍ଟ୍ରେସନ୍‌ ବ୍ୟବସ୍ଥା ପ୍ରଚଳନ ପାଇଁ Registration Act, 1908ରେ ଆବଶ୍ୟକ ସଂଶୋଧନ ନେଇ ଆଲୋଚନା ହୋଇଛି । ଆଗକୁ ଏହାକୁ କ୍ୟାବିନେଟ୍‌ ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ। ଏହାପରେ ବିଧାନସଭାରେ ବିଲ୍‌ ଆଗତ କରାଯିବ । ପଞ୍ଜୀକରଣଯୋଗ୍ୟ ଦଲିଲ ପାଇଁ Standard Templates ପ୍ରସ୍ତୁତ କରାଯିବ । ନିର୍ଦ୍ଦିଷ୍ଟ ବର୍ଗର ଦଲିଲ ପାଇଁ ସମ୍ପୂର୍ଣ୍ଣ ଇଲେକ୍ଟ୍ରୋନିକ୍‌ ପଞ୍ଜୀକରଣ ବ୍ୟବସ୍ଥା କରାଯିବ ।
ଇଲେକ୍ଟ୍ରୋନିକ୍‌ ଭାବେ ଜାରି ହେବାକୁ ଥିବା ରେଜିଷ୍ଟ୍ରେସନ୍‌ ସାର୍ଟିଫିକେଟ୍‌ରେ ଇଲେକ୍ଟ୍ରୋନିକ୍‌ ସିଗ୍ନେଚର ଓ ଇଲେକ୍ଟ୍ରୋନିକ୍‌ ସିଲ୍‌ ରହିବ । ଏହାର ଆଇନଗତ ବୈଧତା ଭୌତିକ ପ୍ରମାଣପତ୍ର ସହ ସମାନ ରହିବ । ଏହାସହ ପଞ୍ଜୀକରଣ ରେକର୍ଡକୁ ଲ୍ୟାଣ୍ଡ ରେକର୍ଡ, ରାଜସ୍ୱ ରେକର୍ଡ, ପୌରାଞ୍ଚଳ, ପ୍ଲାନିଂ ଅଥରିଟି, ଅର୍ଥନୈତିକ ଅନୁଷ୍ଠାନ ସମେତ ଅନ୍ୟାନ୍ୟ ସରକାରୀ ବ୍ୟବସ୍ଥା ସହ ଡିଜିଟାଲ୍‌ ଭାବେ ସଂଯୋଗ କରାଯିବ । ପଞ୍ଜୀକରଣ ରେକର୍ଡ, ଲ୍ୟାଣ୍ଡ ରେକର୍ଡ ଓ ମ୍ୟୁଟେଶନ୍‌ ରେଜିଷ୍ଟର ମଧ୍ୟରେ ସମନ୍ୱୟ ରଖାଯିବ । ଫଳରେ ମ୍ୟୁଟେଶନ୍‌ ପ୍ରକ୍ରିୟାକୁ ମଧ୍ୟ ଇଲେକ୍ଟ୍ରୋନିକ୍‌ ଭାବେ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ କରିବାର ବ୍ୟବସ୍ଥା ହେବ । ଏହାଦ୍ୱାରା ଲୋକଙ୍କୁ ଅଧିକ ସ୍ୱଚ୍ଛ, ସୁବିଧାଜନକ ଓ ଶୀଘ୍ର ପଞ୍ଜୀକରଣ ସେବା ମିଳିପାରିବ ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ