ଜନ୍ମାଷ୍ଟମୀରେ ଚାଷୀଙ୍କୁ ଉପହାର, ଖାତାକୁ ଆସିଲା ସିଏମ୍‌ କିଷାନ୍‌ର ପଞ୍ଚମ କିସ୍ତି

Spread the love

ଭୁବନେଶ୍ବର : ଜେଏମଜେ ନ୍ୟୁଜ : ଚାଷୀଙ୍କୁ ମିଳିଲା ସିଏମ୍ କିଷାନ୍ ଯୋଜନାର ପଞ୍ଚମ କିସ୍ତି ଟଙ୍କା । ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ । ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ରାଜ୍ୟର ୪୧ ଲକ୍ଷରୁ ଅଧିକ କ୍ଷୁଦ୍ର, ନାମମାତ୍ର, ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହ ଏବଂ ଭୂମିହୀନ କୃଷକ ପରିବାର ପ୍ରତ୍ୟକ୍ଷ ଭାବେ ଉପକୃତ ହେବେ ।

ମୋଟ ୮୩୩ କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି । ଏହି ଆର୍ଥିକ ସହାୟତା ରାଜ୍ୟର ଚାଷୀ ମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ସହିତ କୃଷି କାର୍ଯ୍ୟରେ ପ୍ରୋତ୍ସାହିତ କରିବ । ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେଇଛନ୍ତି । ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ସରକାରଙ୍କ ଅନ୍ୟ ମନ୍ତ୍ରୀ ମାନେ ଯୋଗଦେଇ ସିଏମ୍-କିଷାନ କିସ୍ତି ପ୍ରଦାନ କରିଥିଲେ।ତେବେ ସିଏମ୍ କିଷାନ ଟଙ୍କା ବାଣ୍ଟିବା ପୂର୍ବରୁ ଜନ୍ମାଷ୍ଟମୀ ପାଇଁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 52 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା