ଜନ୍ମାଷ୍ଟମୀରେ ଚାଷୀଙ୍କୁ ଉପହାର, ଖାତାକୁ ଆସିଲା ସିଏମ୍‌ କିଷାନ୍‌ର ପଞ୍ଚମ କିସ୍ତି

Spread the love

ଭୁବନେଶ୍ବର : ଜେଏମଜେ ନ୍ୟୁଜ : ଚାଷୀଙ୍କୁ ମିଳିଲା ସିଏମ୍ କିଷାନ୍ ଯୋଜନାର ପଞ୍ଚମ କିସ୍ତି ଟଙ୍କା । ଭୁବନେଶ୍ୱର ଓୟୁଏଟି କୃଷି ଶିକ୍ଷା ସଦନରେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ । ଏହି ଉତ୍ସବରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ କରିଛନ୍ତି । ଏହି ଯୋଜନା ମାଧ୍ୟମରେ ରାଜ୍ୟର ୪୧ ଲକ୍ଷରୁ ଅଧିକ କ୍ଷୁଦ୍ର, ନାମମାତ୍ର, ବିଶେଷ ଭାବେ ଅନୁନ୍ନତ ଜନଜାତି ସମୂହ ଏବଂ ଭୂମିହୀନ କୃଷକ ପରିବାର ପ୍ରତ୍ୟକ୍ଷ ଭାବେ ଉପକୃତ ହେବେ ।

ମୋଟ ୮୩୩ କୋଟିରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ସିଧାସଳଖ ହିତାଧିକାରୀଙ୍କ ବ୍ୟାଙ୍କ ଖାତାକୁ ଡିବିଟି ମାଧ୍ୟମରେ ପ୍ରଦାନ କରାଯାଇଛି । ଏହି ଆର୍ଥିକ ସହାୟତା ରାଜ୍ୟର ଚାଷୀ ମାନଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରିବା ସହିତ କୃଷି କାର୍ଯ୍ୟରେ ପ୍ରୋତ୍ସାହିତ କରିବ । ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସମେତ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିବିଶେଷ ଯୋଗ ଦେଇଛନ୍ତି । ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମରେ ସରକାରଙ୍କ ଅନ୍ୟ ମନ୍ତ୍ରୀ ମାନେ ଯୋଗଦେଇ ସିଏମ୍-କିଷାନ କିସ୍ତି ପ୍ରଦାନ କରିଥିଲେ।ତେବେ ସିଏମ୍ କିଷାନ ଟଙ୍କା ବାଣ୍ଟିବା ପୂର୍ବରୁ ଜନ୍ମାଷ୍ଟମୀ ପାଇଁ ସ୍ବତନ୍ତ୍ର ପୂଜାର୍ଚ୍ଚନା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

  • jmjnewso

    Related Posts

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    Spread the love

    Spread the love କଟକ :  ଜେଏମଜେ ନ୍ୟୁଜ : ବାତ୍ୟା ଅର୍ଣ୍ଣବ ସତ୍ତ୍ୱେ ଚାଲିବ ମାଧ୍ୟମିକ ଶିକ୍ଷା ପରିଷଦର ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତା ଦେଖା। କିନ୍ତୁ ୫ ଟି ଜିଲ୍ଲାରେ ବୋର୍ଡ ପକ୍ଷରୁ ଖାତା ଦେଖା ସ୍ଥଗିତ…

    ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ: ଏସ୍ଆରସି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ବ୍ୟୁରୋ : ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ସ୍ୱତନ୍ତ୍ର ରିଲିଫ କମିଶନର ରାଜେଶ ପ୍ରଭାକର ପାଟିଲ ଏ ନେଇ ସମୀକ୍ଷା ମଧ୍ୟ କରିଛନ୍ତି । ଏସ୍ଆର୍ସି କହିଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ