କୋରାପୁଟ ଜିଲାର ୮୮,୨୮୯ ଚାଷୀଙ୍କୁ ୧୭.୮୮ କୋଟିର ସିଏମ୍‌-କିଷାନ ସହାୟତା

Spread the love

କୋରାପୁଟ : ଜେଏମଜେ ନ୍ୟୁଜ : ରବି ଋତୁରେ ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇଦେବା ଲକ୍ଷ୍ୟରେ ସିଏମ୍‌-କିଷାନ ଯୋଜନାର ୫ମ କିସ୍ତି ଶୁକ୍ରବାର ପ୍ରଦାନ କରାଯାଇଛି। ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି କିସ୍ତିର ଶୁଭାରମ୍ଭ କରିଥିଲେ। ଏହାର ସିଧାପ୍ରସାରଣ କୋରାପୁଟ ସଦ୍‌ଭାବନା ସଭାଗୃହରେ ଆୟୋଜିତ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ କରାଯାଇଥିଲା।କୋରାପୁଟ ଜିଲାର ୧୪ଟି ବ୍ଲକ୍‌ର ୮୮,୨୮୯ ଜଣ ଚାଷୀଙ୍କୁ ମୋଟ ୧୭ କୋଟି ୮୮ ଲକ୍ଷ ୮୨ ହଜାର ୫୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଏଥିରେ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କ ସମେତ ଭୂମିହୀନ କୃଷି ପରିବାରକୁ ସାମିଲ କରାଯାଇଛି।

ସୂଚନା ଅନୁଯାୟୀ, ଜିଲାର ୮୭,୨୮୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ୧୭ କୋଟି ୪୫ ଲକ୍ଷ ୬୨ ହଜାର ଟଙ୍କା ପ୍ରଦାନ କରାଯାଉଛି। ସେହିପରି ୧,୦୦୮ ଜଣ ଭୂମିହୀନ କୃଷି ପରିବାରଙ୍କୁ ୪୩ ଲକ୍ଷ ୨୦ ହଜାର ୫୦୦ ଟଙ୍କା ପ୍ରଦାନ କରାଯାଇଛି।

ବ୍ଲକ୍‌ସ୍ତରୀୟ ହିସାବ ଅନୁଯାୟୀ, କୋଟପାଡ଼ରେ ସର୍ବାଧିକ ୯,୪୪୨ ଜଣ ଏବଂ ବୋରିଗୁମ୍ମାରେ ୯,୩୨୧ ଜଣ ହିତାଧିକାରୀ ରହିଛନ୍ତି। ଜୟପୁରରେ ୪,୨୮୫, କୋରାପୁଟରେ ୫,୬୨୮, ଲମତାପୁଟରେ ୭,୭୫୨, ନନ୍ଦପୁରରେ ୭,୭୦୧ ଏବଂ ସେମିଳିଗୁଡ଼ାରେ ୭,୭୧୨ ଜଣ ହିତାଧିକାରୀ ଅଛନ୍ତି। ରବି ଋତୁରେ ଏହି ସହାୟତା ଚାଷୀଙ୍କ ପାଇଁ ଆର୍ଥିକ ଭାବେ ସହାୟକ ହେବ ବୋଲି ଆଶା କରାଯାଉଛି।

  • jmjnewso

    Related Posts

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    Spread the love

    Spread the loveଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା କଳିଙ୍ଗା ଘାଟିର ବିଭିନ୍ନ ଭୂସ୍ଖଳନ ସ୍ଥାନ ପରିଦର୍ଶନ କରିଥିଲେ । ଏହି…

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ରହିଛି ବ୍ୟବସ୍ଥା? ଜରୁରୀକାଳୀନ ପରିସ୍ଥିତିରେ…

    Leave a Reply

    Your email address will not be published. Required fields are marked *

    You Missed

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ