ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡ ସଂଶୋଧିତ ବନାନ ୭ ଦିନ ଭିତରେ ସାରିବାକୁ ନିର୍ଦ୍ଦେଶ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ.ଅରବିନ୍ଦ କୁମାର ପାଢ଼ୀ, ଏ ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖି ନିଜ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନର ନାମଫଳକ ତଥା ସାଇନ୍‌ବୋର୍ଡ୍ ଗୁଡ଼ିକରେ ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l

ପ୍ରକାଶ ଥାଉ ଗତ ୨୨ ଜୁନ୍‌, ୨୦୨୬ରେ ଓଡ଼ିଶା ସରକାରଙ୍କ ପ୍ରକାଶିତ ଗେଜେଟ୍‌ ବିଜ୍ଞପ୍ତି ଅନୁଯାୟୀ, ସଂଶୋଧିତ ବନାନକୁ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନଗୁଡ଼ିକର ସାଇନ୍‌ବୋର୍ଡରେ ଏକ ମାସ ମଧ୍ୟରେ ଲାଗୁ କରିବାକୁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ସେହିପରି, ବେସରକାରୀ ଓ ଅଣ-ସରକାରୀ ପ୍ରତିଷ୍ଠାନଗୁଡ଼ିକ ପାଇଁ ଛଅ ମାସର ସମୟସୀମା ରଖାଯାଇଛି l ସରକାରଙ୍କ ଏହି ନିଷ୍ପତ୍ତି ଅନେକ ଜିଲ୍ଲାରେ ହ କାର୍ଯ୍ୟକାରୀ ହୋଇଛି। ଏହାର ଅଂଶସ୍ୱରୂପ Angulକୁ Anugola, Balasoreକୁ Baleshwar, Kendraparaକୁ Kendrapada ଏବଂ Cuttackକୁ KATAKA ଭାବେ ସଂଶୋଧିତ ଇଂରାଜୀ ବନାନରେ ବ୍ୟବହାର କରାଯାଉଛି।

ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ସରକାରୀ ସ୍ଥାନ ନାମରେ ସଂଗତି ବଜାୟ ରଖିବା ଅତ୍ୟାବଶ୍ୟକ। ସରକାରୀ ସାଇନ୍‌ବୋର୍ଡରେ ପୁରୁଣା ବନାନର ବ୍ୟବହାର ଜାରି ରହିଲେ ସରକାରୀ ନାମକରଣରେ ଅସଙ୍ଗତି ସୃଷ୍ଟି ହେବା ସହ କ୍ୟାବିନେଟ ନିଷ୍ପତ୍ତିର ଉଦ୍ଦେଶ୍ୟ ପ୍ରଭାବିତ ହେବ। ଏହି ପରିପ୍ରେକ୍ଷୀରେ ସମସ୍ତ ଜିଲ୍ଲାପାଳଙ୍କୁ ନିଜ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ, ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସରକାରୀ ସାଇନ୍‌ବୋର୍ଡର ସମୀକ୍ଷା କରି ସଂଶୋଧିତ ଇଂରାଜୀ ବନାନର ସମାନ ଓ ସମୁଚିତ ବ୍ୟବହାର ସୁନିଶ୍ଚିତ କରିବାକୁ କୁହାଯାଇଛି। ଏଥିସହ ବେସରକାରୀ ଓ ଅଣ-ସରକାରୀ ପ୍ରତିଷ୍ଠାନଗୁଡ଼ିକ ଦ୍ଵାରା ମଧ୍ୟ ଏହି ପରିବର୍ତ୍ତନକୁ ସକରାତ୍ମକ ଭାବେ ଗ୍ରହଣ କରି ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।ଏହି କାର୍ଯ୍ୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ସମ୍ପୂର୍ଣ୍ଣ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ସହ ଏ ସମ୍ପର୍କରେ ଏକ ସପ୍ତାହ ମଧ୍ୟରେ ଅନୁପାଳନ ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

  • jmjnewso

    Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଜୋରଦାର ହୋଇଛି। ଏହି ନିର୍ବାଚନ ପ୍ରକ୍ରିୟାକୁ ସ୍ୱଚ୍ଛ ଓ ସୁରୁଖୁରୁରେ ସମ୍ପାଦନ କରିବା ଲକ୍ଷ୍ୟରେ ନୂତନ…

    ଭତ୍ତା ପାଇଁ ରାସ୍ତାରେ ବୃଦ୍ଧବୃଦ୍ଧା, ବର୍ଷାରେ ଭିଜିଲେ, ବାହୁନି କାନ୍ଦିଲେ

    Spread the love

    Spread the loveଜେଏମଜେ ବ୍ୟୁରୋ : ଭତ୍ତା ପାଇଁ ରାସ୍ତାରେ ବୃଦ୍ଧବୃଦ୍ଧା। ବର୍ଷାରେ ଭିଜିଲେ, ଲୁହ ନିଗାଡ଼ିଲେ। ବିଶ୍ରାମ କରିବା ସମୟରେ ବିକ୍ଷୋଭ କରୁଛନ୍ତି। ଢୁ ଢୁ ବର୍ଷାରେ ଭତ୍ତା କେଇ ଟଙ୍କା ପାଇଁ ଭିଜୁଛନ୍ତି ଶହ ଶହ ବୟସ୍କ। ବୟସର…

    Leave a Reply

    Your email address will not be published. Required fields are marked *

    You Missed

    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି

    • By jmjnewso
    • September 11, 2026
    • 16 views
    ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ  ପ୍ରସ୍ତୁତି

    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    • By jmjnewso
    • September 11, 2026
    • 38 views
    ଜିଲ୍ଲାପାଳ ଙ୍କ ଅଫିସ ଆଗରେ ଗାଁ ସାଥି ସଙ୍ଘ ର ଆନ୍ଦୋଳନ

    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    • By jmjnewso
    • September 11, 2026
    • 26 views
    ଅରବିନ୍ଦ ନଗର ରାସ୍ତା ଅତି କଦର୍ଯ୍ୟ , ପ୍ରତିକାର ଦାବି

    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    • By jmjnewso
    • September 11, 2026
    • 45 views
    ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର ନେଇ ସରପଞ୍ଚ ସଙ୍ଘ ପକ୍ଷରୁ ଗଞ୍ଜାମ SP ଙ୍କୁ ଅଭିଯୋଗ।

    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    • By jmjnewso
    • September 11, 2026
    • 32 views
    ଲାଞ୍ଚ ନେଇ ଭିଜିଲାନ୍ସ ପଞ୍ଝାରେ ଖଲ୍ଲିକୋଟ ଥାନା ଏଏସଆଇ ସୁଜିତ ପାଣିଗ୍ରାହୀ

    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

    • By jmjnewso
    • September 11, 2026
    • 53 views
    ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା