ସରକାରୀ କାର୍ଯ୍ୟାଳୟର ସାଇନବୋର୍ଡ ସଂଶୋଧିତ ବନାନ ୭ ଦିନ ଭିତରେ ସାରିବାକୁ ନିର୍ଦ୍ଦେଶ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ଓଡ଼ିଆ ଉଚ୍ଚାରଣ ସହ ସମନ୍ୱୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ ଭାବେ ବ୍ୟବହାର ସୁନିଶ୍ଚିତ କରିବାକୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ.ଅରବିନ୍ଦ କୁମାର ପାଢ଼ୀ, ଏ ସମ୍ପର୍କରେ ସମସ୍ତ ଜିଲ୍ଲାପାଳଙ୍କୁ ପତ୍ର ଲେଖି ନିଜ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନର ନାମଫଳକ ତଥା ସାଇନ୍‌ବୋର୍ଡ୍ ଗୁଡ଼ିକରେ ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l

ପ୍ରକାଶ ଥାଉ ଗତ ୨୨ ଜୁନ୍‌, ୨୦୨୬ରେ ଓଡ଼ିଶା ସରକାରଙ୍କ ପ୍ରକାଶିତ ଗେଜେଟ୍‌ ବିଜ୍ଞପ୍ତି ଅନୁଯାୟୀ, ସଂଶୋଧିତ ବନାନକୁ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନଗୁଡ଼ିକର ସାଇନ୍‌ବୋର୍ଡରେ ଏକ ମାସ ମଧ୍ୟରେ ଲାଗୁ କରିବାକୁ ସମୟସୀମା ଧାର୍ଯ୍ୟ କରାଯାଇଥିଲା। ସେହିପରି, ବେସରକାରୀ ଓ ଅଣ-ସରକାରୀ ପ୍ରତିଷ୍ଠାନଗୁଡ଼ିକ ପାଇଁ ଛଅ ମାସର ସମୟସୀମା ରଖାଯାଇଛି l ସରକାରଙ୍କ ଏହି ନିଷ୍ପତ୍ତି ଅନେକ ଜିଲ୍ଲାରେ ହ କାର୍ଯ୍ୟକାରୀ ହୋଇଛି। ଏହାର ଅଂଶସ୍ୱରୂପ Angulକୁ Anugola, Balasoreକୁ Baleshwar, Kendraparaକୁ Kendrapada ଏବଂ Cuttackକୁ KATAKA ଭାବେ ସଂଶୋଧିତ ଇଂରାଜୀ ବନାନରେ ବ୍ୟବହାର କରାଯାଉଛି।

ରାଜ୍ୟ କ୍ୟାବିନେଟ୍‌ର ନିଷ୍ପତ୍ତି ଅନୁଯାୟୀ ସରକାରୀ ସ୍ଥାନ ନାମରେ ସଂଗତି ବଜାୟ ରଖିବା ଅତ୍ୟାବଶ୍ୟକ। ସରକାରୀ ସାଇନ୍‌ବୋର୍ଡରେ ପୁରୁଣା ବନାନର ବ୍ୟବହାର ଜାରି ରହିଲେ ସରକାରୀ ନାମକରଣରେ ଅସଙ୍ଗତି ସୃଷ୍ଟି ହେବା ସହ କ୍ୟାବିନେଟ ନିଷ୍ପତ୍ତିର ଉଦ୍ଦେଶ୍ୟ ପ୍ରଭାବିତ ହେବ। ଏହି ପରିପ୍ରେକ୍ଷୀରେ ସମସ୍ତ ଜିଲ୍ଲାପାଳଙ୍କୁ ନିଜ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ, ପ୍ରତିଷ୍ଠାନ ଓ ଅନ୍ୟାନ୍ୟ ସରକାରୀ ସାଇନ୍‌ବୋର୍ଡର ସମୀକ୍ଷା କରି ସଂଶୋଧିତ ଇଂରାଜୀ ବନାନର ସମାନ ଓ ସମୁଚିତ ବ୍ୟବହାର ସୁନିଶ୍ଚିତ କରିବାକୁ କୁହାଯାଇଛି। ଏଥିସହ ବେସରକାରୀ ଓ ଅଣ-ସରକାରୀ ପ୍ରତିଷ୍ଠାନଗୁଡ଼ିକ ଦ୍ଵାରା ମଧ୍ୟ ଏହି ପରିବର୍ତ୍ତନକୁ ସକରାତ୍ମକ ଭାବେ ଗ୍ରହଣ କରି ସଂଶୋଧିତ ବନାନର ବ୍ୟାପକ ବ୍ୟବହାର ସୁନିଶ୍ଚିତ କରିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।ଏହି କାର୍ଯ୍ୟକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆବଶ୍ୟକ ପଦକ୍ଷେପ ଗ୍ରହଣ କରି ସମ୍ପୂର୍ଣ୍ଣ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ସହ ଏ ସମ୍ପର୍କରେ ଏକ ସପ୍ତାହ ମଧ୍ୟରେ ଅନୁପାଳନ ରିପୋର୍ଟ ଦାଖଲ କରିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

  • jmjnewso

    Related Posts

    ଓଡ଼ିଶାକୁ ବାତ୍ୟା ଭୟ ! ୨୬ରୁ ବଢ଼ିବ ବର୍ଷା: ବିଭିନ୍ନ ଜିଲ୍ଲାରେ ରେଡ୍‌ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

    Spread the love

    Spread the loveଜେଏମଜେ ନ୍ୟୁଜ : ଓଡ଼ିଶାକୁ ମାଡ଼ି ଆସୁଛି ବାତ୍ୟା । ଆସନ୍ତାକାଲି ଅବପାତ ସୃଷ୍ଟି ହେବା ପରେ ୨୫ରେ ଗଭୀର ଅବପାତରେ ପରିଣତ ହେବ । ଏହାପରେ ୨୬ ସକାଳ ବେଳକୁ ଏହା ବାତ୍ୟାର ରୂପ ନେଇପାରେ ।…

    ବଙ୍ଗୋପସାଗରରେ ଭୀଷଣ ବାତ୍ୟା ଆଶଙ୍କା, ଓଡ଼ିଶା ପାଇଁ ବଢ଼ିଲା ଚିନ୍ତା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଆସୁଛି ବାତ୍ୟା ! ଏଥିପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ଥିବା ପାଣିପାଗ ବିଶେଷଜ୍ଞ ମାନେ କହିଛନ୍ତି । ଅକ୍ଟୋବର ୨୩ ତାରିଖ ବେଳକୁ ଦକ୍ଷିଣ ପୂର୍ବ ଓ ପୂର୍ବ କେନ୍ଦ୍ର ବଙ୍ଗୋପସାଗରରେ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ