ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ

Spread the love

କଳାହାଣ୍ଡି : ଜେଏମଜେ ନ୍ୟୁଜ : ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ ନିଆରା ଢଙ୍ଗରେ ପାଳିତ ହୁଏ ନୂଆଁଖାଇ। ସବୁଠି ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବାବେଳେ ଏଠାରେ ପ୍ରତିପଦାଠାରୁ ଆରମ୍ଭ କରି ଦଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ ନୂଆଖାଇ ।ତେବେ କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ନୂଆ ଖାଇବା ଲଗ୍ନ ଧାର୍ଯ୍ୟ ହୋଇଛି । ଆସନ୍ତା ଶୁକ୍ଲପକ୍ଷ ଦଶମୀ ଅର୍ଥାତ ସେପ୍ଟେମ୍ବର ୨୧ ତାରିଖ ସୋମବାର ସକାଳ ୮. ଘଣ୍ଟା ୨୦ ମିନିଟରୁ ୯ ଘଣ୍ଟା ୩୦ ମିନିଟ ମଧ୍ୟରେ ମା’ଙ୍କ ନିକଟରେ ଲାଗି ହେବ ନବାନ୍ନ। ଏହାପରେ ୧୦ଟାରୁ ୧୨ଟା ମଧ୍ୟରେ ଗଡ଼ଜାତ ଅଞ୍ଚଳର ଜନସାଧାରଣ ନୂଆ ଖାଇବା ନେଇ ଲଗ୍ନ ଧାର୍ଯ୍ୟ ହୋଇଛି । ମା’ଙ୍କ ନିକଟରେ ନବାନ୍ନ ଲାଗି ପରେ ଭବାନୀପାଟଣା ସହର ସମେତ ଗଡଜାତ ଅଞ୍ଚଳ ଲାଞ୍ଜିଗଡ, ଜୟପାଟଣା, ମଦନପୁର, ରାମପୁର, ମାଣିକେଶ୍ବରୀଙ୍କ ମୂଳପୀଠ ଥୁଆମୂଳ ରାମପୁରରେ ପାଳିତ ହେବ ନୂଆଁଖାଇ ପର୍ବ । ଏନେଇ ରବିବାର କଳାହାଣ୍ଡି ରାଜ ପରିବାର ପକ୍ଷରୁ ସୂଚନା ପ୍ରଦାନ କରିଛନ୍ତି।

ମା’ ମାଣିକେଶ୍ୱରୀଙ୍କ ସହିତ ଭବାନୀପାଟଣା ସହର ଏବଂ କଳାହାଣ୍ଡି ଗଡ଼ଜାତର ପୁରାତନ ଜମିଦାରୀ ଅଞ୍ଚଳ କର୍ଲାପାଟ, ଥୁଆମୂଳ ରାମପୁର, ଜୟପାଟଣା, ଲାଞ୍ଜିଗଡ଼ ଏବଂ ମଦନପୁର ରାମପୁରରେ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଦଶମୀ ତିଥିରେ ନୂଆଁଖାଇ ପାଳନ ହୋଇ ଥାଏ ବୋଲି କହିଛନ୍ତି ।

  • jmjnewso

    Related Posts

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    Spread the love

    Spread the loveଜେଏମଜେ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ପ୍ରସ୍ତୁତିର ସମୀକ୍ଷା ନିମନ୍ତେ ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା କଳିଙ୍ଗା ଘାଟିର ବିଭିନ୍ନ ଭୂସ୍ଖଳନ ସ୍ଥାନ ପରିଦର୍ଶନ କରିଥିଲେ । ଏହି…

    ବାତ୍ୟା ‘ଅର୍ଣ୍ଣବ’ପୂର୍ବରୁ ଆଶ୍ରୟସ୍ଥଳୀ ବୁଲି ଯାଞ୍ଚ କଲେ ଜିଲ୍ଲାପାଳ

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ସଜାଗ ଗଞ୍ଜାମ ଜିଲ୍ଲା ପ୍ରଶାସନ । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତି ଆରମ୍ଭ କରିଛି ପ୍ରଶାସନ । ବାତ୍ୟା ଆଶ୍ରୟସ୍ଥଳୀରେ କିଭଳି ରହିଛି ବ୍ୟବସ୍ଥା? ଜରୁରୀକାଳୀନ ପରିସ୍ଥିତିରେ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ