ଭଞ୍ଜନଗର ପଞ୍ଚାୟତ ସମିତିର ସାଧାରଣ ବୈଠକ

Spread the love

ଭଞ୍ଜନଗର : ଜେଏମଜେ ନ୍ୟୁଜ : ଗଞ୍ଜାମ ଜିଲା ଭଞ୍ଜନଗର ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଶୁକ୍ରବାର ପଞ୍ଚାୟତ ସମିତି ଅଧ୍ୟକ୍ଷ ନରିସଭା ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଉପସ୍ଥିତ ରହି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତ୍ୱରାନ୍ୱିତ କରିବା ସହ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।

ବୈଠକରେ ବିଡିଓ ଭାରତୀ ଦେବୀ, ଅତିରିକ୍ତ ତହସିଲଦାର ଅବିନାଶ ମହାର, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ, ସହକାରୀ ନିର୍ବାହୀ ଯନ୍ତ୍ରୀ ନିତ୍ୟାନନ୍ଦ ପାତ୍ର, କନ୍ଧମାଳ ସାଂସଦଙ୍କ ଡିଆର୍‌ଡିଏ ପ୍ରତିନିଧି ଶିବଶଙ୍କର ପ୍ରଧାନ, ଭଞ୍ଜନଗର ବ୍ଲକ ଏମ୍‌ପି ପ୍ରତିନିଧି ଧୋବା ଗୌଡ଼ଙ୍କ ସମେତ ବିଭିନ୍ନ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ଓ ବିଭିନ୍ନ ବିଭାଗର ଅଧିକାରୀ ଯୋଗ ଦେଇଥିଲେ।

ବୈଠକରେ ଭଞ୍ଜନଗର ବ୍ଲକ ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ, ଜନସାଧାରଣଙ୍କ ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ବିଶେଷକରି ବ୍ଲକର ବିଭିନ୍ନ ପଞ୍ଚାୟତରେ ଚାଲିଥିବା ମେଗା ପାନୀୟ ଜଳଯୋଗାଣ ପ୍ରକଳ୍ପର କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ନେଇ ପଞ୍ଚାୟତ ପ୍ରତିନିଧିମାନେ ବୈଠକରେ ଦୃଷ୍ଟି ଆକର୍ଷଣ କରିଥିଲେ। ଏଥିସହ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ନେଇ ନିର୍ବାଚିତ ପ୍ରତିନିଧିମାନେ ଅସନ୍ତୋଷ ପ୍ରକାଶ କରିବା ସହ ସମସ୍ୟାର ସ୍ଥାୟୀ ସମାଧାନ ଉପରେ ଗୁରୁତ୍ୱ ଦେଇଥିଲେ।ବୈଠକ ପ୍ରାରମ୍ଭରେ ଜିପିଇଓ ପୂର୍ଣ୍ଣଚନ୍ଦ୍ର ସାହୁ ପୂର୍ବ ବୈଠକର ବିବରଣୀ ପାଠ କରିଥିଲେ। ପରେ ଗ୍ରାମ୍ୟ ପାନୀୟ ଜଳଯୋଗାଣ, ପରିମଳ, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ, ଶିକ୍ଷା, କୃଷି, ଉଦ୍ୟାନ କୃଷି, ମୃତ୍ତିକା ସଂରକ୍ଷଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ବିଦ୍ୟୁତ୍‌, ଗ୍ରାମ୍ୟ ଉନ୍ନୟନ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସାମାଜିକ ସୁରକ୍ଷା ଆଦି ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ଓ ଅଗ୍ରଗତି ଉପରେ ଅଧିକାରୀମାନେ ତଥ୍ୟ ଉପସ୍ଥାପନ କରିଥିଲେ।

ବିଭିନ୍ନ ଉନ୍ନୟନମୂଳକ ଯୋଜନା, ଭିବିଜି ରାମଜୀ, ବିଧାୟକ ଓ ସାଂସଦଙ୍କ ପାଣ୍ଠିରୁ ଚାଲିଥିବା କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ମଧ୍ୟ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଦାରିଦ୍ର୍ୟ ଦୂରୀକରଣ ଓ ସାମାଜିକ ସୁରକ୍ଷା ଯୋଜନା ଅଧୀନରେ ପ୍ରଧାନମନ୍ତ୍ରୀ ଆବାସ, ବାର୍ଦ୍ଧକ୍ୟ ଭତ୍ତା, ଦିବ୍ୟାଙ୍ଗ ଭତ୍ତା, ବିଧବା ଭତ୍ତା ଓ ଜାତୀୟ ପରିବାର ମଙ୍ଗଳ ଯୋଜନା ସମ୍ପର୍କରେ ତଥ୍ୟ ଉପସ୍ଥାପନ କରାଯାଇଥିଲା।ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ଯୋଗାଣ ବିଭାଗର ଅଧିକାରୀ ହିତାଧିକାରୀମାନଙ୍କୁ ବର୍ତ୍ତମାନ ମିଳୁଥିବା ବିଭିନ୍ନ ସାମଗ୍ରୀ ଓ ତାହାର ପରିମାଣ ସମ୍ପର୍କରେ ସଭ୍ୟ ଓ ସଭ୍ୟାମାନଙ୍କୁ ଅବଗତ କରାଇଥିଲେ। ସେହିପରି ସମନ୍ୱିତ ମହିଳା ଓ ଶିଶୁ ବିକାଶ ଯୋଜନାର କାର୍ଯ୍ୟକ୍ରମ ଓ ଅଗ୍ରଗତି ସମ୍ପର୍କରେ ସିଡିପିଓ ତଥ୍ୟ ଉପସ୍ଥାପନ କରିଥିଲେ।

ବୈଠକରେ ଭଞ୍ଜନଗର ପଞ୍ଚାୟତ ସମିତି ଅଧୀନ ସମସ୍ତ ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଭ୍ୟଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। ଜନସାଧାରଣଙ୍କ ମୌଳିକ ସୁବିଧା, ଚାଲୁଥିବା ଉନ୍ନୟନ କାର୍ଯ୍ୟର ଗୁଣାତ୍ମକ ଅଗ୍ରଗତି ଏବଂ ସରକାରୀ ଯୋଜନାର ସୁଫଳ ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚାଇବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

  • jmjnewso

    Related Posts

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    Spread the love

    Spread the loveଜେଏମଜେ ନ୍ୟୁଜ : ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ର ପ୍ରକୋପକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ଚଳାଚଳ କରୁଥିବା ସମସ୍ତ ଘରୋଇ ବସ୍‌ ସେବାକୁ ସାମୟିକ ଭାବେ ବନ୍ଦ କରାଯାଇଛି। ଯାତ୍ରୀଙ୍କ ସୁରକ୍ଷା ଏବଂ ରାଜ୍ୟ ସରକାରଙ୍କ…

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    Spread the love

    Spread the loveଜେଏମଜେ ବ୍ୟୁରୋ : ବାତ୍ୟା ଅର୍ଣ୍ଣବକୁ ନେଇ ଏବେ ଉଭୟ କନ୍ଧମାଳ ଓ ଜିଲା ପ୍ରଶାସନର ବଡ଼ ନିଷ୍ପତି କ୍ରମେ ଗାଜଲବାଡି ଘାଟିକୁ ଉଭୟ ପଟରୁ ସିଲ କରାଯାଇଛି। କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ବିଡ଼ିଓ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ