ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା

Spread the love

ସୁବର୍ଣ୍ଣପୁର : ଜେଏମଜେ ନ୍ୟୁଜ : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଚିନାଜୁରୀରୁ କେବାଡ଼ ଯିବା କେନାଲ ରାସ୍ତାରେ ଆଗଲପୁର ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା କରାଯାଇଛି। ସୂଚନା ମୁତାବକ ଅଚ୍ୟୁତ ନାଏକ ବୟସ (୪୦)ପିତା ସଭାପତି ନାଏକ ଗ୍ରାମ କେବାଡ଼ ଥାନା ବରପାଲି ଜିଲ୍ଲା ବରଗଡ଼ ଗତକାଲି ସନ୍ଧ୍ୟାରେ କୌଣସି କାମ ପାଇଁ ବରଗଡ଼ ଯାଇ ବିଳମ୍ବିତ ରାତ୍ରିରେ କାମ ସାରି କାରରେ ଫେରୁଥିବା ବେଳେ ଚିନାଜୁରୀ କେନାଲ ରାସ୍ତାରେ କେହି ଦୁର୍ବୃତ୍ତ ଗୁଳି କରି ହତ୍ୟା କରି ଫେରାର ମାରିଥିଲେ।

କାର ଭିତରେ ତାଙ୍କର ମୃତଦେହେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ସ୍ଥାନୀୟ ଲୋକେ ଦେଖି ଡୁଙ୍ଗୁରିପାଲି ପୁଲିସକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ପୁଲିସ ପହଂଚି ତଦନ୍ତ ଜାରି ରଖିଥିବା ବେଳେ ବଲାଙ୍ଗୀର ସାଇଣ୍ଟିଫିକ୍ ଟିମ୍ ସହ ଅନୁସନ୍ଧକ୍ଷନୀ କୁକୁର ଆସି ସମସ୍ତ ନମୁନା ସଂଗ୍ରହ କରି ନେଇଥିବା ବେଳେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ଅଚ୍ୟୁତଙ୍କ ପିତାଙ୍କ ଅଭିଯୋଗ ଅନୁଯାୟୀ, ପାରିବାରିକ ଶତ୍ରୁତାକୁ ନେଇ ଏଭଳି ଜଘନ୍ୟ ହତ୍ୟା କରାଯାଇଛି। ଅଚ୍ୟୁତଙ୍କ ପିତା ଡୁଙ୍ଗୁରିପାଲି ଶନି ମନ୍ଦିରର ପୂଜକ ଏବଂ ସେ ମଧ୍ୟ ମନ୍ଦିରରେ ପୂଜା କାର୍ଯ୍ୟ କରୁଥିଲେ। ଏନେଇ ପୁଲିସ ଏକ ମାମଲା ରୁଜୁ କରି ବହୁତ ଶୀଘ୍ର ହତ୍ୟାକାରୀକୁ ଗିରଫ କରାଯିବ ବୋଲି କହିଛି।

  • jmjnewso

    Related Posts

    ବୁଗୁଡ଼ା ଅବକାରୀ ବିଭାଗର ବଡ଼ ସଫଳତା;୧୦୦ ଗ୍ରାମ ଧଳା ଜହର ସହ ଜଣେ ଗିରଫ

    Spread the love

    Spread the loveବୁଗୁଡ଼ା,୨୬/୧୦ ଜେଏମଜେ ନ୍ୟୁଜ(ସୋରେନ କୁମାର ପ୍ରଧାନ):ପାର୍ବଣ ଋତୁରେ ନିଶା କାରବାର ଉପରେ ରୋକ୍ ଲଗାଇବା ପାଇଁ ଗଞ୍ଜାମ ଜିଲ୍ଲାପାଳଙ୍କ କଡା ନିର୍ଦ୍ଦେଶ ରହିଥିବାବେଳେ ବୁଗୁଡ଼ା ଅବକାରୀ ବିଭାଗ ପକ୍ଷରୁ ପେଟ୍ରୋଲିଂ ଜୋରଦାର କରାଯାଇଛି। ଏହି କ୍ରମରେ ବୁଗୁଡ଼ା ଅବକାରୀ…

    ବ୍ରହ୍ମପୁରରେ ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୧୫ ଅଟକ୫୦ ହଜାର ୭୨୦ ଟଙ୍କା ନଗଦ ସହ ୯ଟି ମୋବାଇଲ୍, ୪ଟି ବାଇକ୍ ଜବତ

    Spread the love

    Spread the loveବ୍ରହ୍ମପୁର: ଜେଏମଜେ ନ୍ୟୁଜ (ତପେନ୍ଦ୍ର ଡାକୁଆ ): ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରର ବଡ଼ବଜାର ଥାନା ଅନ୍ତର୍ଗତ ରାଜା ସାହି ଛକ ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି ୧୫ ଜଣଙ୍କୁ ଅଟକ…

    Leave a Reply

    Your email address will not be published. Required fields are marked *

    You Missed

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    କଳିଙ୍ଗା ଘାଟି ସ୍ଥିତି ଅନୁଧ୍ୟାନ କଲେ ପ୍ରଶାସନିକ ଟିମ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାକୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ, ଗଡ଼ିବନି ୧୫୦ରୁ ଅଧିକ ବସ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଦାରିଙ୍ଗବାଡି ପ୍ରଶାସନର ବଡ଼ ପଦକ୍ଷେପ: ଭୂସ୍ଖଳନ ଭୟରେ ଗାଜଲବାଡି ଘାଟି ସିଲ୍‌

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ଘଣ୍ଟା ପ୍ରତି ୨୦ କିମି ବେଗରେ ମାଡି ଆସୁଛି ଅର୍ଣ୍ଣବ, ପ୍ରବଳରୁ ଅତି ପ୍ରବଳ ବର୍ଷା ଓ୍ବାର୍ଣ୍ଣିଂ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ

    ବାତ୍ୟା ସତ୍ତ୍ୱେ ଜାରି ରହିବ ଡିପ୍ଲୋମା ଇନ ଏଲିମେଣ୍ଟାରୀ ଏଜୁକେସନ ଖାତାଦେଖା,କିନ୍ତୁ ୫ ଜିଲ୍ଲାରେ ସ୍ଥଗିତ