ତାଳଚୁଆରେ ଲ୍ୟାଣ୍ଡଫଲ୍ କରିବ ‘ଦାନା’: ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ

Spread the love

ଜେଏମଜେ ବ୍ୟୁରୋ : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ପାଗ ଅଧିକ କୋହଲା ହେବାରେ ଲାଗିଥିବାବେଳେ ସମୁଦ୍ର ଅଶାନ୍ତ ହେବା ସହିତ ଉଚ୍ଚା ଜୁଆର ସୃଷ୍ଟି ହେଉଛି।

୨୪ ତାରିଖ ରାତିରୁ ୨୫ ତାରିଖ ପାହାନ୍ତି ପ୍ରହର ଭିତରେ ଓଡ଼ିଶାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ‘ଦାନା’ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ସ୍ଥଳଭାଗ ଆଡକୁ ମାଡି ଆସୁଛି ।

ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତି ଜାରି ହେବ। ଏହି ସମୟ ମଧ୍ୟରେ ସର୍ବାଧିକ ପବନର ବେଗ ପ୍ରାୟ ୧୨୦ କିଲୋମିଟର ହେବାର ସମ୍ଭାବନା ଅଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହା ସୂଚନା ଦେଇଛନ୍ତି।

ବାତ୍ୟା ‘ଦାନା’କୁ ନେଇ ଆଉ ଏକ ଅପଡେଟ ସାମ୍ନାକୁ ଆସିଛି। ବାତ୍ୟା ‘ଦାନା’ର ଗତି ପଥରେ ସାମାନ୍ୟ ରିକର୍ଭ ଆସିଛି। ତେବେ ଏଥିପାଇଁ ଲ୍ୟାଣ୍ଡଫଲ୍ ସ୍ଥାନରେ ପରିବର୍ତ୍ତନ ହୋଇନି। ଲ୍ୟାଣ୍ଡଫଲ୍ ପରେ ଏହି ଭୀଷଣ ବାତ୍ୟା ସାମାନ୍ୟ ସାମାନ୍ୟ ରିକର୍ଭ କରିବ। ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାକୁ ଏହା ମୁହାଁଇପାରେ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରାମା ମହାନ୍ତି ସୂଚନା ଜାରି କରିଛନ୍ତି।ବାତ୍ୟା ପ୍ରଭାବରେ ଉପକୂଳର କିଛି ଜିଲ୍ଲାରେ ବର୍ଷା ଆରମ୍ଭ ହୋଇସାରିଛି। ୨୬ ତାରିଖରେ ଦକ୍ଷିଣ ଓଡ଼ିଶାରେ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି।

ବାତ୍ୟା ‘ଦାନା’ ଭିତରକନିକାର ତାଳଚୁଆରେ ଲ୍ୟାଣ୍ଡଫଲ୍ କରିବ ବୋଲି ଅନୁମାନ କରାଯାଉଛି। ଏନେଇ ପ୍ରଶାସନ ସମ୍ପୂର୍ଣ୍ଣ ସଜାଗ ରହିଛି। ଅକ୍ଟୋବର ୨୪ ଗୁରୁବାର ମଧ୍ୟ ରାତିରୁ ବାତ୍ୟା‘ଦାନା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇ ୨୫ ଅକ୍ଟୋବର ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଜାରି ରହିବ।

  • Related Posts

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    Spread the love

    Spread the loveସମ୍ବଲପୁର :ଜେଏମଜେ ନ୍ୟୁଜ : ସମ୍ବଲପୁର ସହରର ଦେହେରିପାଲି ଅଞ୍ଚଳରେ ଏକ ବଡ଼ ଧରଣର ଅଘଟଣ ଘଟିଯାଇଛି । ସ୍ଥାନୀୟ ଗଣେଶ ପୂଜା ପେଣ୍ଡାଲରେ ହଠାତ୍ ଭୟଙ୍କର ନିଆଁ ଲାଗି ସମଗ୍ର ମଣ୍ଡପ ଜଳିପୋଡ଼ି ଛାରଖାର ହୋଇଯାଇଛି ।…

    Leave a Reply

    Your email address will not be published. Required fields are marked *

    You Missed

    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    • By jmjnewso
    • September 15, 2026
    • 13 views
    ଆସୁଛି ୩ ଭୟଙ୍କର ବାତ୍ୟା! ଓଡ଼ିଶା ସମେତ ୬ ରାଜ୍ୟ ଉପରେ ବିପଦ

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 31 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 25 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 33 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 38 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 42 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର